ମହାନଗର ନିଗମ ପାଇଁ ମେୟର ପ୍ରାର୍ଥୀ ଘୋଷଣା କଲା ବିଜେଡି

0 67

ଭୁବନେଶ୍ୱର ୦୫।୦୨ : ତିନୋଟି ମହାନଗର ନିଗମ ପାଇଁ ମେୟର ପ୍ରାର୍ଥୀ ଘୋଷଣା କଲା ବିଜେଡି । ବରିଷ୍ଠ ବିଜେଡି ନେତ୍ରୀ ସୁଲୋଚନା ଦାସଙ୍କୁ ଭୁବନେଶ୍ୱର ମହାନଗର ନିଗମର ମେୟର ପ୍ରାର୍ଥୀ ଭାବେ ଘୋଷଣା କରିଛି ବିଜୁ ଜନତା ଦଳ । ରାଜ୍ୟ ଭିନ୍ନକ୍ଷମ କମିଶନର ଭାବେ ଏବେ ଦାୟିତ୍ୱ ତୁଲାଉଛନ୍ତି ସୁଲୋଚନା ଦାସ । ସେହିପରି କଟକ ଓ ବ୍ରହ୍ମପୁର ମହାନଗର ନିଗମ ପାଇଁ ପ୍ରାର୍ଥୀ ଘୋଷଣା କରିଛି ବିଜେଡି । କଟକ ମହାନଗର ନିଗମ ପାଇଁ ସୁବାସ ସିଂହଙ୍କ ନାମ ଘୋଷଣା କରିଥିବା ବେଳେ ବ୍ରହ୍ମପୁର ମହାନଗର ନିଗମ ପାଇଁ ସଂଘମିତ୍ରା ଦଳେଇଙ୍କ ନାମ ଘୋଷଣା କରିଛି ବିଜୁ ଜନତା ଦଳ । ସୂଚନାଯୋଗ୍ୟ ଯେ, ମାର୍ଚ୍ଚ ୨ ତାରିଖରୁ ପୌର ନିର୍ବାଚନ ପାଇଁ ନାମାଙ୍କନ ଦାଖଲ ଆରମ୍ଭ ହୋଇଥିବା ବେଳେ ଏହା ୭ ତାରିଖ ଯାଏ ଚାଲିବ ।  ଅର୍ଥାତ ୬ ଦିନ ଧରି ଏହି ପ୍ରକ୍ରିୟା ଚାଲିବ । ୯ ତାରିଖରେ ନାମାଙ୍କନ ପତ୍ରଯାଞ୍ଚ ହେବ । ୧୪ରେ ନାମାଙ୍କ ପତ୍ର ପ୍ରତ୍ୟାହାର ଏବଂ ଚୂଡାନ୍ତପ୍ରାର୍ଥୀ ତାଲିକା ପ୍ରକାଶ ପାଇବ । ମାର୍ଚ୍ଚ ୨୪ରେ ପୌର ନିର୍ବାଚନ ହେବ ଏବଂ ୨୬ରେ ଫଳାଫଳ ପ୍ରକାଶ ପାଇବ ।

Leave A Reply

Your email address will not be published.