ଭୁବନେଶ୍ୱର ୦୮।୦୩ : ରାଜ୍ୟରେ ଗତ ୨୪ ଘଣ୍ଟା ମଧ୍ୟରେ ୧୦୮ କରୋନା ପଜିଟିଭ୍ ଚିହ୍ନଟ ହୋଇଛନ୍ତି । ଏହାକୁ ମିଶାଇ ରାଜ୍ୟରେ ମୋଟ ଆକ୍ରାନ୍ତଙ୍କ ସଂଖ୍ୟା ୧୨୮୬୧୧୭ଜଣକୁ ବୃଦ୍ଧି ପାଇଛି । ଏନେଇ ରାଜ୍ୟ ସୂଚନା ଓ ଲୋକ ସମ୍ପର୍କ ବିଭାଗ ପକ୍ଷରୁ ଟ୍ଵିଟ୍ ଯୋଗେ ସୂଚନା ଦିଆଯାଇଛି । ତେବେ ଚିହ୍ନଟ ହୋଇଥିବା ସଂକ୍ରମିତଙ୍କ ମଧ୍ୟରୁ ୬୨ ଜଣ କ୍ୱାରେଣ୍ଟାଇନ୍ରୁ ରହିଥିବା ବେଳେ ୪୬ ଜଣ ସ୍ଥାନୀୟ ସଂକ୍ରମିତ ରହିଛନ୍ତି । ସେହିପରି ଚିହ୍ନଟ ହୋଇଥିବା ଆକ୍ରାନ୍ତଙ୍କ ମଧ୍ୟରେ ୧୮ ବର୍ଷରୁ କମ୍ ବୟସର ୧୬ ଜଣ ରହିଛନ୍ତି । ଚିହ୍ନଟ ହୋଇଥିବା ସଂକ୍ରମିତଙ୍କ ମଧ୍ୟରୁ ଅନୁଗୁଳ ଜିଲ୍ଲାରୁ ୪ଜଣ, ବାଲେଶ୍ୱର ଜିଲ୍ଲାରୁ ୪ଜଣ, ବରଗଡ଼ ଜିଲ୍ଲାରୁ ଜଣେ, ଭଦ୍ରକ ଜିଲ୍ଲାରୁ ଜଣେ, ବଲାଙ୍ଗୀର ଜିଲ୍ଲାରୁ ୨ଜଣ, କଟକ ଜିଲ୍ଲାରୁ ୨ଜଣ, ଦେଓଗଡ଼ ଜିଲ୍ଲାରୁ ୨ଜଣ, ଢେଙ୍କାନାଳ ଜିଲ୍ଲାରୁ ଜଣେ, ଗଜପତି ଜିଲ୍ଲାରୁ ୧୪ଜଣ, ଗଞ୍ଜାମ ଜିଲ୍ଲାରୁ ୧୫ଜଣ, ଜଗତସିଂହପୁର ଜିଲ୍ଲାରୁ ଜଣେ, ଯାଜପୁର ଜିଲ୍ଲାରୁ ୮ଜଣ, ଝାରସୁଗୁଡ଼ା ଜିଲ୍ଲାରୁ ୧୧ଜଣ, କଳାହାଣ୍ଡି ଜିଲ୍ଲାରୁ ୨ଜଣ, କେନ୍ଦ୍ରାପଡ଼ା ଜିଲ୍ଲାରୁ ୭ଜଣ, ଖୋର୍ଦ୍ଧା ଜିଲ୍ଲାରୁ ୬ଜଣ, କୋରାପୁଟ ଜିଲ୍ଲାରୁ ୫ଜଣ, ମୟୁରଭଞ୍ଜ ଜିଲ୍ଲାରୁ ୬ଜଣ, ସମ୍ବଲପୁର ଜିଲ୍ଲାରୁ ୫ଜଣ, ସୋନପୁର ଜିଲ୍ଲାରୁ ଜଣେ, ସୁନ୍ଦରଗଡ଼ ଜିଲ୍ଲାରୁ ୮ଜଣ, ଷ୍ଟେଟ ପୁଲ୍ରୁ ୨ଜଣ ରହିଛନ୍ତି ।