ଲ୍ୟାଣ୍ଡମାଇନ୍ ବିସ୍ଫୋରଣରେ ଜଣେ ଯବାନ ଶହୀଦ

0 64

ମାଲକାନଗିରି : ମାଲକାନଗିରି ଜିଲ୍ଲା ଛତିଶଗଡ଼ ସୀମାନ୍ତ ନାରାୟଣପୁର ଜିଲ୍ଲାରେ ଲ୍ୟାଣ୍ଡ ମାଇନ୍ ବିସ୍ଫୋରଣ କଲେ ମାଓବାଦୀ। ଏହି ବିସ୍ଫୋରଣରେ ଜଣେ ଏଏସଆଇ ଶହୀଦ ହୋଇଥିବା ବେଳେ ଜଣେ ହେଡ୍ କନେଷ୍ଟବଳ ଗୁରୁତର ହୋଇଛନ୍ତି। ସୂଚନା ମୁତାବକ, ନାରାୟଣପୁର ଜିଲ୍ଲା ସୋନପୁର ଥାନା ଅନ୍ତର୍ଗତ ଧଣ୍ଡରିବାଡା ଅଞ୍ଚଳରେ ରାସ୍ତା କାମ ଚାଲୁଥିବା ବେଳେ ଆଇଟିବିପିର ୫୩ ବାଟାଲିୟନର ଯବାନମାନେ ଅପରେସନ କରୁଥିଲେ। ଏହି ସମୟରେ ମାଓବାଦୀଙ୍କ ଦ୍ୱାରା ପୁର୍ବରୁ ଖଞ୍ଜା ଯାଇଥିବା ଲ୍ୟାଣ୍ଡମାଇନ ବିସ୍ଫୋରଣ ହୋଇଛି। ଏହି ବିସ୍ଫୋରଣରେ ରାଜେନ୍ଦ୍ର ସିଂ ନାମକ ଜଣେ ଏଏସଆଇ ଶହୀଦ ହୋଇଥିବା ବେଳେ ମହେଶ ନାମକ ଜଣେ ହେଡ୍ କନେଷ୍ଟବଳ ଗୁରୁତର ଆହତ ହୋଇଛନ୍ତି । ଘଟଣାସ୍ଥଳକୁ ଡିଆରଜି ବାହିନୀର ଏକ ଟିମ୍ ପଠାଯାଇଥିବା ବେଳେ ଆହତଙ୍କୁ ଉଦ୍ଧାର କାର୍ଯ୍ୟ ଜାରି ରହିଛି।

Leave A Reply

Your email address will not be published.