ସ୍କୁଲରେ ପୁଣି ଆରମ୍ଭ ହେବ ମଧ୍ୟାହ୍ନ ଭୋଜନ

0 69

ଭୁବନେଶ୍ୱର : ଏପ୍ରିଲ୍‌ ମାସରୁ ରାଜ୍ୟର ସ୍କୁଲରେ ପୁଣି ଆରମ୍ଭ ହେବ ମଧ୍ୟାହ୍ନ ଭୋଜନ। ପିଲାଙ୍କୁ ପୁଣି ମଧ୍ୟାହ୍ନ ଭୋଜନ ଦେବାକୁ ଗଣଶିକ୍ଷା ବିଭାଗର MDM ୟୁନିଟ୍‌ ନୋଡାଲ ଅଫିସର ଚିଠି ଲେଖିଛନ୍ତି। ସେ ସବୁ ଜିଲ୍ଲାପାଳଙ୍କୁ ଚିଠି ଲେଖି ପିଲାମାନଙ୍କୁ ମଧ୍ୟାହ୍ନ ଭୋଜନ ଯୋଗାଇବାକୁ ନିର୍ଦ୍ଦେଶ ଦେଇଛନ୍ତି। କୋଭିଡ୍‌ ଗାଇଡ୍‌ ଲାଇନ୍‌ ସହ ପିଲାଙ୍କୁ ମଧ୍ୟାହ୍ନ ଭୋଜନ ଦେବାକୁ ନିର୍ଦ୍ଦେଶ ରହିଛି।

ମହାମାରୀ କରୋନା ପାଇଁ ରାଜ୍ୟରେ ବନ୍ଦ ରହିଥିଲା ସମସ୍ତ ସ୍କୁଲ୍‌। ଯେଉଁଥିପାଇଁ ମଧ୍ୟାହ୍ନ ଭୋଜନ ମଧ୍ୟ ବନ୍ଦ ରହିଥିଲା। ପିଲାମାନଙ୍କୁ ମଧ୍ୟାହ୍ନ ଭୋଜନ ବାବଦକୁ ଟଙ୍କା ପ୍ରଦାନ କରାଯାଉଥିଲା। ଟଙ୍କା ସେମାନଙ୍କ ଆକାଉଣ୍ଟରେ ଜମା କରାଯାଉଥିଲା। ଆଉ କିଛି ସ୍ଥାନରେ ଚାଉଳ ଓ ଡାଲି ବଣ୍ଟନ କରାଯାଉଥିଲା। ଏବେ କିନ୍ତୁ କରୋନା କୋପ କମି ପୂର୍ବ ପରି ଖୋଲିଛି ସ୍କୁଲ୍‌। ପିଲାମାନେ କୋଭିଡ୍‌ ଗାଇଡ୍‌ଲାଇନ୍‌ରେ ସ୍କୁଲ ଆସି ପାଠ ପଢ଼ୁଛନ୍ତି। ପିଲାମାନେ ଯେପରି ସ୍କୁଲରେ ଭୋକିଲା ନରହିବେ, ସେଥିପ୍ରତି ଧ୍ୟାନ ଦେଇ ରାଜ୍ୟ ସରକାର ପୁଣି ଥରେ ମଧ୍ୟାହ୍ନ ଭୋଜନ ବ୍ୟବସ୍ଥା କରିବାକୁ ନିର୍ଦ୍ଦେଶ ଦେଇଛନ୍ତି। ଏହାର ଅର୍ଥ ଏପ୍ରିଲ୍‌ ମାସରୁ ପିଲାମାନେ ସ୍କୁଲରେ ମଧ୍ୟାହ୍ନ ଭୋଜନ ଖାଇବେ।

Leave A Reply

Your email address will not be published.