ରାଜ୍ୟରେ ୨୪ ଘଣ୍ଟାରେ ୫୫ କରୋନା ପଜିଟିଭ୍

0 74

ଭୁବନେଶ୍ୱର ୨୫.୦୩: ରାଜ୍ୟରେ ଗତ ୨୪ ଘଣ୍ଟା ମଧ୍ୟରେ ୫୫ କରୋନା ପଜିଟିଭ୍ ଚିହ୍ନଟ ହୋଇଛନ୍ତି । ଏହାକୁ ମିଶାଇ ରାଜ୍ୟରେ ମୋଟ ଆକ୍ରାନ୍ତଙ୍କ ସଂଖ୍ୟା ୧୨୮୭୩୭୮ ଜଣକୁ ବୃଦ୍ଧି ପାଇଛି । ଏନେଇ ରାଜ୍ୟ ସୂଚନା ଓ ଲୋକ ସମ୍ପର୍କ ବିଭାଗ ପକ୍ଷରୁ ଟ୍ଵିଟ୍ ଯୋଗେ ସୂଚନା ଦିଆଯାଇଛି । ତେବେ ଚିହ୍ନଟ ହୋଇଥିବା ସଂକ୍ରମିତଙ୍କ ମଧ୍ୟରୁ ୩୨ ଜଣ କ୍ୱାରେଣ୍ଟାଇନ୍‌ରୁ ରହିଥିବା ବେଳେ ୨୩ ଜଣ ସ୍ଥାନୀୟ ସଂକ୍ରମିତ ରହିଛନ୍ତି । ସେହିପରି ଚିହ୍ନଟ ହୋଇଥିବା ଆକ୍ରାନ୍ତଙ୍କ ମଧ୍ୟରେ ୧୮ ବର୍ଷରୁ କମ୍‌ ବୟସର ୧୦ ଜଣ ରହିଛନ୍ତି । ସୂଚନାଯୋଗ୍ୟ ଯେ, ରାଜ୍ୟରେ ବର୍ତ୍ତମାନ ସୁଦ୍ଧା ମୋଟ୍ ୧୨୮୭୩୭୮ ଜଣ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି । ଏଥି ମଧ୍ୟରୁ ୪୫୮ ଟି ଆକ୍ଟିଭ୍‌ କେସ୍‌ ରହିଥିବା ବେଳେ ୧୨୭୭୭୫୦ ଜଣ ସୁସ୍ଥ ହୋଇଛନ୍ତି । ଏବେ ସୁଦ୍ଧା ରାଜ୍ୟରେ ୩୦୪୦୬୧୩୧ ସାମ୍ପୁଲ ଟେଷ୍ଟ୍ ହୋଇଛି ।

Leave A Reply

Your email address will not be published.