ରାଜ୍ୟରେ ୨୪ ଘଣ୍ଟାରେ ୪୦ କରୋନା ପଜିଟିଭ୍

0 75

ଭୁବନେଶ୍ୱର ୦୨।୦୪ : ରାଜ୍ୟରେ ଗତ ୨୪ ଘଣ୍ଟା ମଧ୍ୟରେ ୪୦ କରୋନା ପଜିଟିଭ୍ ଚିହ୍ନଟ ହୋଇଛନ୍ତି । ଏହାକୁ ମିଶାଇ ରାଜ୍ୟରେ ମୋଟ ଆକ୍ରାନ୍ତଙ୍କ ସଂଖ୍ୟା ୧୨୮୭୭୦୧ ଜଣକୁ ବୃଦ୍ଧି ପାଇଛି । ଏନେଇ ରାଜ୍ୟ ସୂଚନା ଓ ଲୋକ ସମ୍ପର୍କ ବିଭାଗ ପକ୍ଷରୁ ଟ୍ଵିଟ୍ ଯୋଗେ ସୂଚନା ଦିଆଯାଇଛି । ତେବେ ଚିହ୍ନଟ ହୋଇଥିବା ସଂକ୍ରମିତଙ୍କ ମଧ୍ୟରୁ ୨୪ ଜଣ କ୍ୱାରେଣ୍ଟାଇନ୍‌ରୁ ରହିଥିବା ବେଳେ ୧୬ ଜଣ ସ୍ଥାନୀୟ ସଂକ୍ରମିତ ରହିଛନ୍ତି । ସେହିପରି ଚିହ୍ନଟ ହୋଇଥିବା ଆକ୍ରାନ୍ତଙ୍କ ମଧ୍ୟରେ ୧୮ ବର୍ଷରୁ କମ୍‌ ବୟସର ୨ ଜଣ ରହିଛନ୍ତି । ଚିହ୍ନଟ ହୋଇଥିବା ସଂକ୍ରମିତଙ୍କ ମଧ୍ୟରେ ଅନୁଗୁଳ ଜିଲ୍ଲାରୁ ୨୨ଜଣ, ବାଲେଶ୍ୱର ଜିଲ୍ଲାରୁ ଜଣେ, ଗଜପତି ଜିଲ୍ଲାରୁ ୨ଜଣ, ଯାଜପୁର ଜିଲ୍ଲାରୁ ୨ଜଣ, ଝାରସୁଗୁଡ଼ା ଜିଲ୍ଲାରୁ ୨ଜଣ, ଖୋର୍ଦ୍ଧା ଜିଲ୍ଲାରୁ ୩ଜଣ, ମୟୁରଭଞ୍ଜ ଜିଲ୍ଲାରୁ ୩ଜଣ, ସମ୍ବଲପୁର ଜିଲ୍ଲାରୁ ୫ଜଣ ରହିଛନ୍ତି ।

Leave A Reply

Your email address will not be published.