ରାଜ୍ୟରେ ୨୪ ଘଣ୍ଟାରେ ୩୬ କରୋନା ପଜିଟିଭ୍

0 80

ଭୁବନେଶ୍ୱର ୦୩।୦୪ : ଗତ ୨୪ ଘଣ୍ଟା ମଧ୍ୟରେ ରାଜ୍ୟରେ ୩୬ କରୋନା ପଜିଟିଭ୍ ଚିହ୍ନଟ ହୋଇଛନ୍ତି । ଏହାକୁ ମିଶାଇ ରାଜ୍ୟରେ ମୋଟ ଆକ୍ରାନ୍ତଙ୍କ ସଂଖ୍ୟା ୧୨୮୭୭୩୭ଜଣକୁ ବୃଦ୍ଧି ପାଇଛି । ଏନେଇ ରାଜ୍ୟ ସୂଚନା ଓ ଲୋକ ସମ୍ପର୍କ ବିଭାଗ ପକ୍ଷରୁ ଟ୍ଵିଟ୍ ଯୋଗେ ସୂଚନା ଦିଆଯାଇଛି । ତେବେ ଚିହ୍ନଟ ହୋଇଥିବା ସଂକ୍ରମିତଙ୍କ ମଧ୍ୟରୁ ୨୧ ଜଣ କ୍ୱାରେଣ୍ଟାଇନ୍‌ରୁ ରହିଥିବା ବେଳେ ୧୫ ଜଣ ସ୍ଥାନୀୟ ସଂକ୍ରମିତ ରହିଛନ୍ତି । ସେହିପରି ଚିହ୍ନଟ ହୋଇଥିବା ଆକ୍ରାନ୍ତଙ୍କ ମଧ୍ୟରେ ୧୮ ବର୍ଷରୁ କମ୍‌ ବୟସର ୬ ଜଣ ରହିଛନ୍ତି । ଚିହ୍ନଟ ହୋଇଥିବା ସଂକ୍ରମିତଙ୍କ ମଧ୍ୟରେ ବାଲେଶ୍ୱର ଜିଲ୍ଲାରୁ ୨ଜଣ, ବଲାଙ୍ଗୀର ଜଣେ, ଦେଓଗଡ଼ ଜିଲ୍ଲାରୁ ଜଣେ, ଗଜପତି ଜିଲ୍ଲାରୁ ୨ଜଣ, ଜଗତସିଂହପୁର ଜିଲ୍ଲାରୁ ଜଣେ, ଯାଜପୁର ଜିଲ୍ଲାରୁ ୨ଜଣ, କେନ୍ଦ୍ରାପଡ଼ା ଜିଲ୍ଲାରୁ ୩ଜଣ, ଖୋର୍ଦ୍ଧା ଜିଲ୍ଲାରୁ ୫ଜଣ, ମୟୁରଭଞ୍ଜ ଜିଲ୍ଲାରୁ ୫ଜଣ, ସମ୍ବଲପୁର ଜିଲ୍ଲାରୁ ୪ଜଣ, ସୁନ୍ଦରଗଡ଼ ଜିଲ୍ଲାରୁ ୯ଜଣ, ଷ୍ଟେଟ ପୁଲ୍‌ରୁ ଜଣେ ରହିଛନ୍ତି ।

Leave A Reply

Your email address will not be published.