ରାଜ୍ୟରେ ୨୪ ଘଣ୍ଟାରେ ୧୬ କୋଭିଡ୍ ପଜିଟିଭ୍

0 79

ଭୁବନେଶ୍ୱର ୦୬।୦୪ : ରାଜ୍ୟରେ ଗତ ୨୪ ଘଣ୍ଟା ମଧ୍ୟରେ ୧୬ କରୋନା ପଜିଟିଭ୍ ଚିହ୍ନଟ ହୋଇଛନ୍ତି । ଏହାକୁ ମିଶାଇ ରାଜ୍ୟରେ ମୋଟ ଆକ୍ରାନ୍ତଙ୍କ ସଂଖ୍ୟା ୧୨୮୭୭୭୩ ଜଣକୁ ବୃଦ୍ଧି ପାଇଛି । ଏନେଇ ରାଜ୍ୟ ସୂଚନା ଓ ଲୋକ ସମ୍ପର୍କ ବିଭାଗ ପକ୍ଷରୁ ଟ୍ଵିଟ୍ ଯୋଗେ ସୂଚନା ଦିଆଯାଇଛି । ତେବେ ଚିହ୍ନଟ ହୋଇଥିବା ସଂକ୍ରମିତଙ୍କ ମଧ୍ୟରୁ ୧୦ ଜଣ କ୍ୱାରେଣ୍ଟାଇନ୍‌ରୁ ରହିଥିବା ବେଳେ ୬ ଜଣ ସ୍ଥାନୀୟ ସଂକ୍ରମିତ ରହିଛନ୍ତି । ସେହିପରି ଚିହ୍ନଟ ହୋଇଥିବା ଆକ୍ରାନ୍ତଙ୍କ ମଧ୍ୟରେ ୧୮ ବର୍ଷରୁ କମ୍‌ ବୟସର ୪ ଜଣ ରହିଛନ୍ତି । ଚିହ୍ନଟ ସଂକ୍ରମିତଙ୍କ ମଧ୍ୟରେ ଖୋର୍ଦ୍ଧାରୁ ସର୍ବାଧିକ ୬ ଜଣ ଥିବା ବେଳେ ସମ୍ବଲପୁରରୁ ୩ ଜଣ, ବଲାଙ୍ଗୀର ଓ ଯାଜପୁରରୁ ୨ ଜଣ ଲେଖାଏଁ, କେନ୍ଦ୍ରାପଡା, ରାୟଗଡା ଓ ସୁନ୍ଦରଗଡରୁ ଜଣେ ଲେଖାଏଁ ସଂକ୍ରମିତ ରହିଛନ୍ତି ।

Leave A Reply

Your email address will not be published.