ଜଙ୍ଗଲରୁ ଯୁବତୀଙ୍କ ମୃତଦେହ ଉଦ୍ଧାର

0 78

ଉଦଳା, ୦୮.୦୪ : ଜଙ୍ଗଲ ଭିତରୁ ଅଜଣା ଯୁବତୀଙ୍କ ମୃତଦେହ ଉଦ୍ଧାର। ଉଦଳା ଥାନା ମଧୁପୁର ଜଙ୍ଗଲରୁ ଯୁବତୀଙ୍କ ଝୁଲନ୍ତା ମୃତଦେହ ଉଦ୍ଧାର ହୋଇଛି। ଘଟଣାସ୍ଥଳରେ ପୋଲିସ ପହଞ୍ଚି ତଦନ୍ତ ଆରମ୍ଭ କରିଛି। ମୃତ୍ୟୁର କାରଣ ଅସ୍ପଷ୍ଟ ରହିଛି। ସୂଚନାନୁଯାୟୀ, ମଧୁପୁର ଜଙ୍ଗଲ ଭିତରେ ଏକ ଛୋଟ ଲତା ଗଛରେ ଜଣେ ଯୁବତୀଙ୍କ ମୃତଦେହ ଝୁଲୁଥିବା ସ୍ଥାନୀୟ ଲୋକେ ଦେଖିବାକୁ ପାଇଥିଲେ। ଖବର ପାଇ ପୋଲିସ ଘଟଣାସ୍ଥଳରେ ପହଞ୍ଚି ମୃତଦେହ ଉଦ୍ଧାର କରି ତଦନ୍ତ ଆରମ୍ଭ କରିଛି। ଯୁବତୀଙ୍କ ପରିଚୟ ମିଳିପାରି ନଥିବା ବେଳେ ମୃତ୍ୟୁର କାରଣ ଅସ୍ପଷ୍ଟ ରହିଛି। ତବେ ଏହି ଯୁବତୀ ଜଣକ କିଏ ଏବଂ ସେ ଏହି ଜଙ୍ଗଲକୁ କିପରି ଆସିଲେ ତାହା ଜଣାପଡି ନାହିଁ। କେହି ତାଙ୍କୁ ହତ୍ୟା କରି ଝୁଲାଇ ଦେଇଥାଇପାରେ ବୋଲି ସନ୍ଦେହ କରାଯାଉଛି।

Leave A Reply

Your email address will not be published.