ରାଜ୍ୟରେ ୨୪ ଘଣ୍ଟାରେ ୧୨ କରୋନା ପଜିଟିଭ୍

0 73

ଭୁବନେଶ୍ୱର ୧୧।୦୪ : ଗତ ୨୪ ଘଣ୍ଟା ମଧ୍ୟରେ ରାଜ୍ୟରେ ୧୨ ଜଣ କରୋନା ପଜିଟିଭ୍ ଚିହ୍ନଟ ହୋଇଛନ୍ତି । ଏହାକୁ ମିଶାଇ ରାଜ୍ୟରେ ମୋଟ ଆକ୍ରାନ୍ତଙ୍କ ସଂଖ୍ୟା ୧୨୮୭୮୬୪ ଜଣକୁ ବୃଦ୍ଧି ପାଇଛି । ଏନେଇ ରାଜ୍ୟ ସୂଚନା ଓ ଲୋକ ସମ୍ପର୍କ ବିଭାଗ ପକ୍ଷରୁ ଟ୍ଵିଟ୍ ଯୋଗେ ସୂଚନା ଦିଆଯାଇଛି । ତେବେ ଚିହ୍ନଟ ହୋଇଥିବା ସଂକ୍ରମିତଙ୍କ ମଧ୍ୟରୁ ୭ ଜଣ କ୍ୱାରେଣ୍ଟାଇନ୍‌ରୁ ରହିଥିବା ବେଳେ ୫ ଜଣ ସ୍ଥାନୀୟ ସଂକ୍ରମିତ ରହିଛନ୍ତି । ସେହିପରି ଚିହ୍ନଟ ହୋଇଥିବା ଆକ୍ରାନ୍ତଙ୍କ ମଧ୍ୟରେ ୧୮ ବର୍ଷରୁ କମ୍‌ ବୟସର ୪ଜଣ ରହିଛନ୍ତି । ଚିହ୍ନଟ ହୋଇଥିବା ସଂକ୍ରମିତଙ୍କ ମଧ୍ୟରେ ଭଦ୍ରକ ଜିଲ୍ଲାରୁ ଜଣେ, ବଲାଙ୍ଗୀର ଜିଲ୍ଲାରୁ ୫ଜଣ, କଟକ ଜିଲ୍ଲାରୁ ଜଣେ, ଖୋର୍ଦ୍ଧା ଜିଲ୍ଲାରୁ ଜଣେ, ସମ୍ବଲପୁର ଜିଲ୍ଲାରୁ ୪ଜଣ ରହିଛନ୍ତି ।

Leave A Reply

Your email address will not be published.