ରାଜ୍ୟରେ ୨୪ ଘଣ୍ଟାରେ ୬ କରୋନା ପଜିଟିଭ୍

0 79

ଭୁବନେଶ୍ୱର ୧୧।୦୪ : ରାଜ୍ୟରେ ଗତ ୨୪ ଘଣ୍ଟା ମଧ୍ୟରେ ୬ ଜଣ କରୋନା ପଜିଟିଭ୍ ଚିହ୍ନଟ ହୋଇଛନ୍ତି । ଏହାକୁ ମିଶାଇ ରାଜ୍ୟରେ ମୋଟ ଆକ୍ରାନ୍ତଙ୍କ ସଂଖ୍ୟା ୧୨୮୭୮୬୦ ଜଣକୁ ବୃଦ୍ଧି ପାଇଛି । ଏନେଇ ରାଜ୍ୟ ସୂଚନା ଓ ଲୋକ ସମ୍ପର୍କ ବିଭାଗ ପକ୍ଷରୁ ଟ୍ଵିଟ୍ ଯୋଗେ ସୂଚନା ଦିଆଯାଇଛି । ତେବେ ଚିହ୍ନଟ ହୋଇଥିବା ସଂକ୍ରମିତଙ୍କ ମଧ୍ୟରୁ ୪ ଜଣ କ୍ୱାରେଣ୍ଟାଇନ୍‌ରୁ ରହିଥିବା ବେଳେ ୨ ଜଣ ସ୍ଥାନୀୟ ସଂକ୍ରମିତ ରହିଛନ୍ତି । ସେହିପରି ଚିହ୍ନଟ ହୋଇଥିବା ଆକ୍ରାନ୍ତଙ୍କ ମଧ୍ୟରେ ୧୮ ବର୍ଷରୁ କମ୍‌ ବୟସର ୨ଜଣ ରହିଛନ୍ତି । ଚିହ୍ନଟ ହୋଇଥିବା ସଂକ୍ରମିତଙ୍କ ମଧ୍ୟରେ କେନ୍ଦ୍ରାପଡ଼ା ଜିଲ୍ଲାରୁ ଜଣେ, ଖୋର୍ଦ୍ଧା ଜିଲ୍ଲାରୁ ୨ଜଣ, ସମ୍ବଲପୁର ଜିଲ୍ଲାରୁ ୩ଜଣ ରହିଛନ୍ତି ।

Leave A Reply

Your email address will not be published.