ରାଜ୍ୟରେ ୨୪ ଘଣ୍ଟାରେ ୧୦ କରୋନା ପଜିଟିଭ୍

0 74

ଭୁବନେଶ୍ୱର ୧୬।୦୪ : ରାଜ୍ୟରେ ଗତ ୨୪ ଘଣ୍ଟା ମଧ୍ୟରେ ୧୦ ଜଣ କରୋନା ପଜିଟିଭ୍ ଚିହ୍ନଟ ହୋଇଛନ୍ତି । ଏହାକୁ ମିଶାଇ ରାଜ୍ୟରେ ମୋଟ ଆକ୍ରାନ୍ତଙ୍କ ସଂଖ୍ୟା ୧୨୮୭୯୧୨ ଜଣକୁ ବୃଦ୍ଧି ପାଇଛି । ଏନେଇ ରାଜ୍ୟ ସୂଚନା ଓ ଲୋକ ସମ୍ପର୍କ ବିଭାଗ ପକ୍ଷରୁ ଟ୍ଵିଟ୍ ଯୋଗେ ସୂଚନା ଦିଆଯାଇଛି । ତେବେ ଚିହ୍ନଟ ହୋଇଥିବା ସଂକ୍ରମିତଙ୍କ ମଧ୍ୟରୁ ୬ ଜଣ କ୍ୱାରେଣ୍ଟାଇନ୍‌ରୁ ରହିଥିବା ବେଳେ ୪ ଜଣ ସ୍ଥାନୀୟ ସଂକ୍ରମିତ ରହିଛନ୍ତି । ସେହିପରି ଚିହ୍ନଟ ହୋଇଥିବା ଆକ୍ରାନ୍ତଙ୍କ ମଧ୍ୟରେ ୧୮ ବର୍ଷରୁ କମ୍‌ ବୟସର କୌଣସି ସଂକ୍ରମିତ ଚିହ୍ନଟ ହୋଇନାହାନ୍ତି । ଚିହ୍ନଟ ହୋଇଥିବା ସଂକ୍ରମିତଙ୍କ ମଧ୍ୟରେ ବାଲେଶ୍ୱର ଜିଲ୍ଲାରୁ ୨ଜଣ, ବଲାଙ୍ଗୀର ଜିଲ୍ଲାରୁ ୩ଜଣ, କଟକ ଜିଲ୍ଲାରୁ ଜଣେ, ଖୋର୍ଦ୍ଧା ଜିଲ୍ଲାରୁ ୨ଜଣ, ସମ୍ବଲପୁର ଜିଲ୍ଲାରୁ ଜଣେ, ସୁନ୍ଦରଗଡ଼ ଜିଲ୍ଲାରୁ ଜଣେ ରହିଛନ୍ତି ।

Leave A Reply

Your email address will not be published.