ପ୍ରବାଦ ପୁରୁଷଙ୍କୁ ଶ୍ରଦ୍ଧାଞ୍ଜଳୀ: ବିଜୁ ବାବୁଙ୍କୁ ପ୍ରତିମୂର୍ତ୍ତିରେ ମାଲ୍ୟାର୍ପଣ କଲେ ମୁଖ୍ୟମନ୍ତ୍ରୀ

0 75
whatsapp sharing button
sharethis sharing button

ଭୁବନେଶ୍ୱର ୧୭।୦୪: ପ୍ରବାଦ ପୁରୁଷ ବିଜୁ ପଟ୍ଟନାୟକଙ୍କ ତିରୋଧାନ ଦିବସରେ ଶ୍ରଦ୍ଧାଞ୍ଜଳି ଜ୍ଞାପନ କଲେ ମୁଖ୍ୟମନ୍ତ୍ରୀ। ଏହି ଅବସରରେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଆଜି ବିଧାନସଭା ପରିସରରେ ଥିବା ବିଜୁ ବାବୁଙ୍କ ପ୍ରତିମୂର୍ତ୍ତିରେ ପୁଷ୍ପଗୁଚ୍ଛ ପ୍ରଦାନ କରି ଶ୍ରଦ୍ଧାଞ୍ଜଳି ଜ୍ଞାପନ କରିଛନ୍ତି । ତେବେ ଏହି ସମୟରେ ବାଚସ୍ପତି ଡଃ ସୂର୍ଯ୍ୟ ନାରାୟଣ ପାତ୍ର, ଉପବାଚସ୍ପତି ରଜନୀକାନ୍ତ ସିଂ, ଜଙ୍ଗଲ ଓ ପରିବେଶ ମନ୍ତ୍ରୀ ବିକ୍ରମ କେଶରୀ ଆରୁଖ, ଜଳସମ୍ପଦ, ସୂଚନା ଓ ଲୋକସମ୍ପର୍କ ମନ୍ତ୍ରୀ ରଘୁନନ୍ଦନ ଦାସ ପ୍ରମୁଖ ଉପସ୍ଥିତ ରହି ବିଜୁ ବାବୁଙ୍କୁ ଶ୍ରଦ୍ଧାଞ୍ଜଳି ଜ୍ଞାପନ କରିଥିଲେ। ଓଡ଼ିଆ ଜାତି ବିଜୁବାବୁଙ୍କୁ ସ୍ମରଣ କରୁଛନ୍ତି ବୋଲି ଅତିଥିମାନେ କହିଥିଲେ।

Leave A Reply

Your email address will not be published.