ରାଜ୍ୟରେ ୨୪ ଘଣ୍ଟାରେ ୧୦ କରୋନା ପଜିଟିଭ୍

0 82

ଭୁବନେଶ୍ୱର ୧୭।୦୪ : ରାଜ୍ୟରେ ଗତ ୨୪ ଘଣ୍ଟା ମଧ୍ୟରେ ୧୦ ଜଣ କରୋନା ପଜିଟିଭ୍ ଚିହ୍ନଟ ହୋଇଛନ୍ତି । ଏହାକୁ ମିଶାଇ ରାଜ୍ୟରେ ମୋଟ ଆକ୍ରାନ୍ତଙ୍କ ସଂଖ୍ୟା ୧୨୮୭୯୨୨ ଜଣକୁ ବୃଦ୍ଧି ପାଇଛି । ଏନେଇ ରାଜ୍ୟ ସୂଚନା ଓ ଲୋକ ସମ୍ପର୍କ ବିଭାଗ ପକ୍ଷରୁ ଟ୍ଵିଟ୍ ଯୋଗେ ସୂଚନା ଦିଆଯାଇଛି । ତେବେ ଚିହ୍ନଟ ହୋଇଥିବା ସଂକ୍ରମିତଙ୍କ ମଧ୍ୟରୁ ୭ ଜଣ କ୍ୱାରେଣ୍ଟାଇନ୍‌ରୁ ରହିଥିବା ବେଳେ ୩ ଜଣ ସ୍ଥାନୀୟ ସଂକ୍ରମିତ ରହିଛନ୍ତି । ସେହିପରି ଚିହ୍ନଟ ହୋଇଥିବା ଆକ୍ରାନ୍ତଙ୍କ ମଧ୍ୟରେ ୧୮ ବର୍ଷରୁ କମ୍‌ ବୟସର ୨ଜଣ ରହିଛନ୍ତି । ଚିହ୍ନଟ ହୋଇଥିବା ସଂକ୍ରମିତଙ୍କ ମଧ୍ୟରେ ବଲାଙ୍ଗୀର ଜିଲ୍ଲାରୁ ଜଣେ, କେନ୍ଦ୍ରାପଡ଼ା ଜିଲ୍ଲାରୁ ୩ଜଣ, ଖୋର୍ଦ୍ଧା ଜିଲ୍ଲାରୁ ୨ଜଣ, ସମ୍ବଲପୁର ଜିଲ୍ଲାରୁ ୪ଜଣ ରହିଛନ୍ତି ।

Leave A Reply

Your email address will not be published.