ଭୁବନେଶ୍ୱର ୨୬।୦୪ : ରାଜ୍ୟରେ ଗତ ୨୪ ଘଣ୍ଟା ମଧ୍ୟରେ ୯ ଜଣ କରୋନା ପଜିଟିଭ୍ ଚିହ୍ନଟ ହୋଇଛନ୍ତି । ଏହାକୁ ମିଶାଇ ରାଜ୍ୟରେ ମୋଟ ଆକ୍ରାନ୍ତଙ୍କ ସଂଖ୍ୟା ୧୨୮୮୦୦୭ ଜଣକୁ ବୃଦ୍ଧି ପାଇଛି । ଏନେଇ ରାଜ୍ୟ ସୂଚନା ଓ ଲୋକ ସମ୍ପର୍କ ବିଭାଗ ପକ୍ଷରୁ ଟ୍ଵିଟ୍ ଯୋଗେ ସୂଚନା ଦିଆଯାଇଛି । ତେବେ ଚିହ୍ନଟ ହୋଇଥିବା ସଂକ୍ରମିତଙ୍କ ମଧ୍ୟରୁ ୬ଜଣ କ୍ୱାରେଣ୍ଟାଇନ୍ରୁ ରହିଥିବା ବେଳେ ୩ ଜଣ ସ୍ଥାନୀୟ ସଂକ୍ରମିତ ରହିଛନ୍ତି । ସେହିପରି ଚିହ୍ନଟ ହୋଇଥିବା ସଂକ୍ରମିତଙ୍କ ମଧ୍ୟରୁ କଟକ ଜିଲ୍ଲାରୁ ୨ଜଣ, ଖୋର୍ଦ୍ଧା ଜିଲ୍ଲାରୁ ୨ଜଣ, ସମ୍ବଲପୁର ଜିଲ୍ଲାରୁ ଜଣେ, ସୁନ୍ଦରଗଡ଼ ଜିଲ୍ଲାରୁ ୪ଜଣ ରହିଛନ୍ତି ।