ରାଜ୍ୟରେ ୨୪ ଘଣ୍ଟାରେ ୭ କରୋନା ପଜିଟିଭ୍

0 80

ଭୁବନେଶ୍ୱର ୦୩।୦୫ : ଗତ ୨୪ ଘଣ୍ଟା ମଧ୍ୟରେ ରାଜ୍ୟରେ ୭ ଜଣ କରୋନା ପଜିଟିଭ୍ ଚିହ୍ନଟ ହୋଇଛନ୍ତି । ଏହାକୁ ମିଶାଇ ରାଜ୍ୟରେ ମୋଟ ଆକ୍ରାନ୍ତଙ୍କ ସଂଖ୍ୟା ୧୨୮୮୦୭୫ଜଣକୁ ବୃଦ୍ଧି ପାଇଛି । ଏନେଇ ରାଜ୍ୟ ସୂଚନା ଓ ଲୋକ ସମ୍ପର୍କ ବିଭାଗ ପକ୍ଷରୁ ଟ୍ଵିଟ୍ ଯୋଗେ ସୂଚନା ଦିଆଯାଇଛି । ତେବେ ଚିହ୍ନଟ ହୋଇଥିବା ସଂକ୍ରମିତଙ୍କ ମଧ୍ୟରୁ ୪ଜଣ କ୍ୱାରେଣ୍ଟାଇନ୍‌ରୁ ରହିଥିବା ବେଳେ ୩ଜଣ ସ୍ଥାନୀୟ ସଂକ୍ରମିତ ରହିଛନ୍ତି । ଚିହ୍ନଟ ହୋଇଥିବା ସଂକ୍ରମିତଙ୍କ ମଧ୍ୟରୁ ଖୋର୍ଦ୍ଧା ଜିଲ୍ଲାରୁ ୩ଜଣ, ରାୟଗଡ଼ା ଜିଲ୍ଲାରୁ ଜଣେ, ସମ୍ବଲପୁର ଜିଲ୍ଲାରୁ ୨ଜଣ, ଷ୍ଟେଟ ପୁଲ୍‌ରୁ ଜଣେ ରହିଛନ୍ତି ।

Leave A Reply

Your email address will not be published.