ଦୁର୍ବଳ ହେଉଛି ଭୀଷଣ ବାତ୍ୟା ଅସାନି

0 72
messenger sharing button
sharethis sharing button

ଭୁବନେଶ୍ୱର ୧୦।୦୫: ଦୁର୍ବଳ ହେଉଛି ଭୀଷଣ ବାତ୍ୟା ଅସାନି । ମଙ୍ଗଳବାର ସକାଳ ୯ଟା ସମୟରେ ମଛଲୀପାଟନମ ଡପ୍ଲର ରାଡ଼ାରରେ ଭୀଷଣ ବାତ୍ୟା “ଅସାନି” ର ଆଖି ଦୃଶ୍ୟମାନ ହୋଇଛି । ଗୋପାଳପୁର ଠାରୁ ଦକ୍ଷିଣ-ଦକ୍ଷିଣ ପଶ୍ଚିମରେ ୪୯୦ କିମି ଏବଂ ପୁରୀ ଠାରୁ ଦକ୍ଷିଣ ପଶ୍ଚିମ ଦିଗରେ ୫୭୦କିମି ଦୂରରେ କେନ୍ଦ୍ରୀଭୂତ । ତେବେ ବାତ୍ୟା ବର୍ତମାନ ଏହାର ଗତି ପଶ୍ଚିମ-ଉତ୍ତର-ପଶ୍ଚିମ ଦିଗରେ ଘଣ୍ଟା ପ୍ରତି ୧୦କିମି ରହିଛି । ଓଡିଶା ଉପକୂଳ ହେବା ବେଳକୁ ବାତ୍ୟା ଗଭୀର ଅବପାତ କିମ୍ବା ଅବପାତରେ ପରିଣତ ହୋଇସାରିଥିବ। ବାତ୍ୟା ଅତିକ୍ରମ କରିବା ସମୟରେ ଗୋପାଳପୁର ଠାରୁ ୭୮ କିମି ଏବଂ ପୁରୀ ଠାରୁ ୧୫୩କିମି ଦୂରରେ ରହିବ। ବାତ୍ୟା ସ୍ଥଳଭାଗ ଛୁଇଁବନି ହେଲେ, ଏହାର ପ୍ରଭାବରେ ଅସାନି ପ୍ରଭାବରେ ଆଜିଠାରୁ ଉପକୂଳବର୍ତ୍ତୀ ଜିଲ୍ଲା ଗୁଡିକରେ ବର୍ଷା ଆରମ୍ଭ ହୋଇଯିବ । ବାତ୍ୟା “ଅସାନି” ପ୍ରଭାବରେ ଆଗାମୀ ୨୪ ଘଣ୍ଟା ମଧ୍ୟରେ ମାଲକାନଗିରି, କୋରାପୁଟ, ଗଜପତି, ଗଞ୍ଜାମ ଏବଂ ପୁରୀ ଜିଲ୍ଲାରେ ଗୋଟିଏ ରୁ ଦୁଇଟି ସ୍ଥାନରେ ପ୍ରବଳ ବର୍ଷା ସମ୍ଭାବନା ରହିଛି । ସେହିପରି ଆସନ୍ତାକାଲି ଗଞ୍ଜାମ, ଖୋର୍ଦ୍ଧା, ପୁରୀ, ଜଗତସିଂହପୁର ଓ କଟକ ଜିଲ୍ଲାର ଗୋଟିଏ ଦୁଇଟି ସ୍ଥାନରେ ପ୍ରବଳ ବର୍ଷା ହୋଇପାରେ । ୧୨ ତାରିଖ ଦିନ ପୁରୀ, ଜଗତସିଂହପୁର, କଟକ, କେନ୍ଦ୍ରାପଡ଼ା, ଭଦ୍ରକ ଓ ବାଲେଶ୍ୱର ଜିଲ୍ଲାର ଗୋଟିଏ ଦୁଇଟି ସ୍ଥାନରେ ପ୍ରବଳ ବର୍ଷା ସମ୍ଭାବନା ରହିଛି । ଏସବୁ ଜିଲ୍ଲା ପାଇଁ ୟେଲୋ ୱାର୍ଣ୍ଣିଂ ଜାରି କରିଛି ପାଣିପାଗ ବିଭାଗ ।

Leave A Reply

Your email address will not be published.