ବିଧାୟକ ପ୍ରଶାନ୍ତ ଜଗଦେବଙ୍କ ଜାମିନ୍‌ ଆବେଦନ ଖାରଜ

0 68

କଟକ, ୨୦.୦୫: ବିଧାୟକ ପ୍ରଶାନ୍ତ ଜଗଦେବଙ୍କ ଜାମିନ ଖାରଜ । ଜାମିନ ଆବେଦନକୁ ଅଗ୍ରାହ୍ୟ କଲେ ହାଇକୋର୍ଟ। ପୁଣି ଜେଲ୍ ଯାଇପାରନ୍ତି ଚିଲିକା ବିଧାୟକ ପ୍ରଶାନ୍ତ ଜଗଦ୍ଦେବ । ପୂର୍ବରୁ ଅନ୍ତରୀଣ ଜାମିନ ମଞ୍ଜୁର କରିଥିଲେ ହାଇକୋର୍ଟ । ପ୍ରଶାନ୍ତଙ୍କ ଉନ୍ନତ ମାନର ଚିକିତ୍ସା ପାଇଁ ମିଳିଥିଲା ଅନ୍ତରୀଣ ଜାମିନ । ବିଧାୟକଙ୍କୁ ମାନ୍ୟବର ଉଚ୍ଚ ନ୍ୟାୟାଳୟ ମାତ୍ର ୭ ଦିନ ଅର୍ଥାତ ଏକ ସପ୍ତାହ ପାଇଁ ଅନ୍ତରୀଣ ଜାମିନ ପ୍ରଦାନ ପରେ ସେ ଏପ୍ରିଲ୍‌ ୨୭ ତାରିଖରେ ସାମୟିକ ଭାବେ ଜେଲରୁ ମୁକୁଳିଥିଲେ । ସ୍ୱାସ୍ଥ୍ୟଗତ ଚିକିତ୍ସା ନିମନ୍ତେ ସାତ ଦିନ ପାଇଁ ବିଧାୟକଙ୍କୁ ମାନ୍ୟବର ଉଚ୍ଚ ନ୍ୟାୟାଳୟ ଅନ୍ତରୀଣ ଜାମିନ ପ୍ରଦାନ କରିଥିଲେ । ସୂଚନା ଥାଉକି, ବାଣପୁର ବ୍ଲକ ସମ୍ମୁଖରେ ୧୨ ତାରିଖ ସକାଳେ ୨୦ଜଣରୁ ଅଧିକ ଲୋକଙ୍କ ଉପରେ ଗାଡି ଚଢାଇ ଦେଇଥିଲେ ଚିଲିକା ବିଧାୟକ ପ୍ରଶାନ୍ତ ଜଗଦ୍ଦେବ । ଏଥିରୁ ବାଦ୍‌ ପଡିନଥିଲେ ଥାନାଅଧିକାରୀ କି ସାଧାରଣଲୋକ । ପରିସ୍ଥିତି ଏପରି ହେଲା କି ସାଧାରଣ ଲୋକଙ୍କ ଆକ୍ରୋଶର ଶିକାର ହେଲେ ବାହୁବଳୀ ବିଧାୟକ । ଉତ୍ତ୍ୟକ୍ତ ଲୋକେ ବିଧାୟକଙ୍କୁ  ନିର୍ଘାତିଆ ଛେଚିଲେ, ଦାମୀ କାର୍‌କୁ ଭାଙ୍ଗିରୁଜି ଚୁର୍‌ମାର କରିଦେଲେ । ଗୁରୁତର ଅବସ୍ଥାରେ ବିଧାୟକଙ୍କୁ ଉଦ୍ଧାର କରି ବାଣପୁର ମେଡିକାଲରେ ଭର୍ତ୍ତି କରାଯାଇଥିଲା। ମେଡିକାଲରେ କିଛି ଦିନ ରହିବା ପରେ ତାଙ୍କ ସ୍ୱାସ୍ଥ୍ୟରେ ଉନ୍ନତି ଆସିଥିଲା । ପରେ ମେଡିକାଲରୁ ଡିସଚାର୍ଜ ହେବା ପରେ ପୋଲିସ ବିଧାୟକ ପ୍ରଶାନ୍ତ ଜଗଦ୍ଦେବଙ୍କୁ ଗିରଫ କରିଥିଲା ।

Leave A Reply

Your email address will not be published.