ଭୁବନେଶ୍ୱର ୨୨।୦୫: ରାଜ୍ୟରେ ଗତ ୨୪ ଘଣ୍ଟା ମଧ୍ୟରେ ୧୫ ଜଣ କରୋନା ପଜିଟିଭ୍ ଚିହ୍ନଟ ହୋଇଛନ୍ତି । ଏହାକୁ ମିଶାଇ ରାଜ୍ୟରେ ମୋଟ ଆକ୍ରାନ୍ତଙ୍କ ସଂଖ୍ୟା ୧୨୮୮୩୭୨ ଜଣକୁ ବୃଦ୍ଧି ପାଇଛି । ଏନେଇ ରାଜ୍ୟ ସୂଚନା ଓ ଲୋକ ସମ୍ପର୍କ ବିଭାଗ ପକ୍ଷରୁ ଟ୍ଵିଟ୍ ଯୋଗେ ସୂଚନା ଦିଆଯାଇଛି । ତେବେ ଚିହ୍ନଟ ହୋଇଥିବା ସଂକ୍ରମିତଙ୍କ ମଧ୍ୟରୁ ୧୦ ଜଣ କ୍ୱାରେଣ୍ଟାଇନ୍ରୁ ରହିଥିବା ବେଳେ ୫ଜଣ ସ୍ଥାନୀୟ ସଂକ୍ରମିତ ରହିଛନ୍ତି । ଚିହ୍ନଟ ହୋଇଥିବା ସଂକ୍ରମିତଙ୍କ ମଧ୍ୟରୁ ବାଲେଶ୍ୱର ଜିଲ୍ଲାରୁ ୨ଜଣ, ଖୋର୍ଦ୍ଧା ଜିଲ୍ଲାରୁ ୯ଜଣ, ସମ୍ବଲପୁର ଜିଲ୍ଲାରୁ ଜଣେ, ସୁନ୍ଦରଗଡ଼ ଜିଲ୍ଲାରୁ ଜଣେ, ଷ୍ଟେଟ ପୁଲ୍ରୁ ୨ଜଣ ରହିଛନ୍ତି ।