ରାଜ୍ୟରେ ୨୪ ଘଣ୍ଟାରେ ବାହାରିଲେ ୧୯ ଜଣ କୋଭିଡ ପଜିଟିଭ୍

0 71

ଭୁବନେଶ୍ଵର ୦୬।୦୬ : ରାଜ୍ୟରେ ଗତ ୨୪ ଘଣ୍ଟା ମଧ୍ୟରେ ରାଜ୍ୟରେ ୧୯ ଜଣ କରୋନା ପଜିଟିଭ୍ ଚିହ୍ନଟ ହୋଇଛନ୍ତି । ଚିହ୍ନଟ ହୋଇଥିବା ସଂକ୍ରମିତଙ୍କ ମଧ୍ୟରୁ ୧୨ ଜଣ କ୍ୱାରେଣ୍ଟାଇନ୍‌ରୁ ରହିଥିବା ବେଳେ ୭ଜଣ ସ୍ଥାନୀୟ ସଂକ୍ରମିତ ରହିଛନ୍ତି । ଏହାକୁ ମିଶାଇ ରାଜ୍ୟରେ ମୋଟ ଆକ୍ରାନ୍ତଙ୍କ ସଂଖ୍ୟା ୧୨୮୮୫୦୪ ଜଣକୁ ବୃଦ୍ଧି ପାଇଛି। ଏନେଇ ରାଜ୍ୟ ସୂଚନା ଓ ଲୋକ ସମ୍ପର୍କ ବିଭାଗ ପକ୍ଷରୁ ଟ୍ଵିଟ୍ ଯୋଗେ ସୂଚନା ଦିଆଯାଇଛି । ଚିହ୍ନଟ ହୋଇଥିବା ସଂକ୍ରମିତଙ୍କ ମଧ୍ୟରୁ ବାଲେଶ୍ୱର ଜିଲ୍ଲାରୁ ୨ଜଣ, କଟକ ଜିଲ୍ଲାରୁ ୫ଜଣ, ଦେଓଗଡ଼ ଜିଲ୍ଲାରୁ ଜଣେ, ଗଞ୍ଜାମ ଜିଲ୍ଲାରୁ ୨ଜଣ, ଖୋର୍ଦ୍ଧା ଜିଲ୍ଲାରୁ ୬ଜଣ, ନୟାଗଡ଼ ଜିଲ୍ଲାରୁ ଜଣେ, ସୁନ୍ଦରଗଡ଼ ଜିଲ୍ଲାରୁ ଜଣେ, ଷ୍ଟେଟ ପୁଲ୍‌ରୁ ଜଣେ ରହିଛନ୍ତି ।

Leave A Reply

Your email address will not be published.