ଜୁଲାଇ ୧୮ରେ ରାଷ୍ଟ୍ରପତି ନିର୍ବାଚନ ପାଇଁ ଭୋଟ ଗ୍ରହଣ ହେବ ଓ ୨୧ରେ ଗଣତି ହେବ ବୋଲି ଭାରତୀୟ ନିର୍ବାଚନ ଆୟୋଗଙ୍କ ପକ୍ଷରୁ ଆଜି ଏକ ସାମ୍ବାଦିକ ସମ୍ମିଳନୀରେ ମୁଖ୍ୟ ନିର୍ବାଚନ ଆୟୁକ୍ତ ରାଜୀବ କୁମାର ଘୋଷଣା କରିଛନ୍ତି ।ରାଷ୍ଟ୍ରପତି ନିର୍ବାଚନ ନିମନ୍ତେ ମନୋନୟନ ପତ୍ର ଦାଖଲ କରିବାର ଶେଷ ତାରିଖ ଜୁନ ୨୯, ମନୋନୟନ ପତ୍ର ଯାଞ୍ଚର ଶେଷ ତାରିଖ ଜୁନ ୩୦, ମନୋନୟନ ପତ୍ର ପ୍ରତ୍ୟାହାରର ଶେଷ ତାରିଖ ଜୁଲାଇ ୨ । ଆସନ୍ତା ଜୁଲାଇ ୨୧ରେ ଭୋଟ ଗଣତି ପରେ ଜୁଲାଇ ୨୪ ସୁଦ୍ଧା ସମସ୍ତ ପ୍ରକ୍ରିୟା ଶେଷ ହେବ ଓ ଜୁଲାଇ ୨୫ରେ ନୂଆ ରାଷ୍ଟ୍ରପତି ଶପଥ ଗ୍ରହଣ କରିବେ ବୋଲି ଆୟୋଗ ପକ୍ଷରୁ କୁହାଯାଇଛି ।ସେପଟେ ଜୁଲାଇ ୨୪ ତାରିଖରେ ଭାରତର ବର୍ତ୍ତମାନ ରାଷ୍ଟ୍ରପତି ରାମନାଥ କୋବିନ୍ଦଙ୍କ କାର୍ୟ୍ୟକାଳ ଶେଷ ହେବ।