ଗାଙ୍ଗୁଲିଙ୍କୁ ହକି ଇଣ୍ଡିଆର ଜର୍ସି ଉପହାର ଦେଲେ ନବୀନ

0 79

ଭୁବନେଶ୍ୱର: ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକଙ୍କୁ ଭେଟିଲେ ସୌରଭ ଗାଙ୍ଗୁଲି । ନବୀନ ନିବାସରେ ମୁଖ୍ୟମନ୍ତ୍ରୀଙ୍କୁ ସହ ସୌଜନ୍ୟମୂଳକ ସାକ୍ଷାତ କରିଛନ୍ତି ବିସିସିଆଇ ସଭାପତି । ବାରବାଟୀ ଷ୍ଟାଡିୟମରେ ଭାରତ ଓ ସାଉଥ ଆଫ୍ରିକା ମଧ୍ୟରେ ଟି-ଟ୍ୱେଣ୍ଟି ମ୍ୟାଚ
ପାଇଁ ଓଡ଼ିଶା ଆସିଥିବା ବେଳେ ନବୀନଙ୍କୁ ସାକ୍ଷାତ କରିଛନ୍ତି । ଏହି ସାକ୍ଷାତ ଅତ୍ୟନ୍ତ ଆନନ୍ଦଦାୟକ ଥିବା ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଟ୍ୱିଟ ଯୋଗୋ ଜଣାଇଛନ୍ତି । ହକି ଇଣ୍ଡିଆର ଜର୍ସି ଦେଇ ସ୍ୱାଗତ କରିଛନ୍ତି ମୁଖ୍ୟମନ୍ତ୍ରୀ । ଏହି ସାକ୍ଷାତ ସମୟରେ ଓସିଏ ସମ୍ପାଦକ
ସଞ୍ଜୟ ବେହେରା, ୫-ଟି ସଚିବ ଭି.କେ.ପାଣ୍ଡିଆନ୍‌, ପୂର୍ବତନ ଖେଳାଳି ଦେବାଶିଷ ମହାନ୍ତି, ଓସିଏ ସଭାପତି ପଙ୍କଜ ଲୋଚନ ମହାନ୍ତି ପ୍ରମୁଖ ଉପସ୍ଥିତ ଥିଲେ । ବିଶ୍ୱସ୍ତରରେ ହକିକୁ ପହଞ୍ଚାଇବା ପାଇଁ ନବୀନଙ୍କ ଉଦ୍ୟମକୁ ପ୍ରଶଂସା କରିଛନ୍ତି ଗାଙ୍ଗୁଲି । ପୂର୍ବରୁ ଭୁବନେଶ୍ୱର ବିମାନବନ୍ଦରରେ ସୌରଭ ଗାଙ୍ଗୁଲି ପହଞ୍ଚିବା ପରେ ହୋଟେଲ ମେ ଫେୟାର ଯାଇ କିଛି ସମୟ ରହିଥିଲେ । ମୁଖ୍ୟମନ୍ତ୍ରୀଙ୍କୁ ସାକ୍ଷାତ ପରେ ସେଠାରୁ କଟକ ବାରବାଟୀ ଯାଇଥିଲେ ।

Leave A Reply

Your email address will not be published.