ଶିକ୍ଷା ହିଁ ପରିବର୍ତ୍ତନର ଶକ୍ତିଶାଳୀ ମାଧ୍ୟମ: ନବୀନ

0 68

ଭୁବନେଶ୍ୱର: ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଆଜି ଭିଡିଓ କନଫରେନ୍ସିଂ ଜରିଆରେ ବାଲେଶ୍ୱର ଜିଲ୍ଲାର ରେମୁଣାସ୍ଥିତ ଅରମଳାଠାରେ ଇମାମୀ ଓ କଳିଙ୍ଗ ଇନ୍‌ଷ୍ଟିଚ୍ୟୁଟ ଅଫ ସୋସିଆଲ ସାଇନ୍ସ ପକ୍ଷରୁ ନିର୍ମିତ ଏକ ବିଦ୍ୟାଳୟକୁ ଉଦ୍‌ଘାଟନ କରିଛନ୍ତି । ୧୨ ଏକର ଜମିରେ ନିର୍ମିତ ଏହି ସ୍କୁଲ ପାଇଁ ୫୦ କୋଟି ଟଙ୍କା ବିନିଯୋଗ ହୋଇଥିବା ବେଳେ କିସ୍ ପକ୍ଷରୁ ୩୬ କୋଟି ଓ ଇମାମୀ ପକ୍ଷରୁ ୧୪ କୋଟି ଟଙ୍କା ଖର୍ଚ୍ଚ କରାଯାଇଛି । ଏହି ଅବସରରେ ଉଦ୍‌ବୋଧନ ଦେଇ ମୁଖ୍ୟମନ୍ତ୍ରୀ କହିଛନ୍ତି ଯେ ବିଦ୍ୟାଳୟ ପ୍ରତିଷ୍ଠା ପାଇଁ
ଏହିଭଳି ଉଦ୍ୟମ ଗୁଣାତ୍ମକ ଶିକ୍ଷା ପାଇଁ ରାଜ୍ୟ ସରକାରଙ୍କ ଉଦ୍ୟମକୁ ଆହୁରି ଶକ୍ତିଶାଳୀ କରିବ । ଇମାମୀ ଓ କିସ୍‌ର ଏହି ଉଦ୍ୟମ ପାଇଁ ଧନ୍ୟବାଦ ଜଣାଇ ମୁଖ୍ୟମନ୍ତ୍ରୀ କହିଥିଲେ ଯେ କିସ୍ ପକ୍ଷରୁ ଭୁବନେଶ୍ୱର, ମୟୁରଭଞ୍ଜଜ ଓ ବଲାଙ୍ଗୀର ଭଳି ଅନେକ
ସ୍ଥାନରେ ବିଦ୍ୟାଳୟ ପ୍ରତିଷ୍ଠା କରାଯାଇଥିବା ବେଳେ ରାଜ୍ୟର ୩୦ଟି ଯାକ ଜିଲ୍ଲାରେ ଏହିଭଳି ବିଦ୍ୟାଳୟ ଖୋଲାଯିବାର ଲକ୍ଷ୍ୟ ରହିଥିବା ଖୁସିର କଥା । ମୁଖ୍ୟମନ୍ତ୍ରୀ କହିଥିଲେ ଯେ ଶିକ୍ଷା ହିଁ ରୂପାନ୍ତରର ସବୁଠାରୁ ଶକ୍ତିଶାଳୀ ମାଧ୍ୟମ । ଶିକ୍ଷା ହିଁ ଜୀବନରେ ସବୁଠାରୁ ବଡ ପରିବର୍ତ୍ତନ ଆଣିଥାଏ । ଏଥିରେ ୧୨୦୦ ଗରିବ ପିଲା ମାଗଣାରେ ପାଠ ପଢିବାର ବ୍ୟବସ୍ଥା ହୋଇଥିବାରୁ ଏଥିପାଇଁ ମୁଖ୍ୟମନ୍ତ୍ରୀ ଖୁସି ପ୍ରକାଶ କରିଥିଲେ । ମୁଖ୍ୟମନ୍ତ୍ରୀ କହିଥିଲେ ଯେ ରାଜ୍ୟ ସରକାର ଶିକ୍ଷା ଉପରେ ସବୁଠାରୁ ଅଧିକ ଗୁରୁôବ ଦେଇଛନ୍ତି । ୫-ଟି
ଉପକ୍ରମରେ ବିଦ୍ୟାଳୟ ରୂପାନ୍ତରଣକୁ ସର୍ବାଧିକ ଗୁରୁତ୍ୱ ଦିଆଯାଇଛି । ସାରା ରାଜ୍ୟରେ ବର୍ତ୍ତମାନ ପାଖାପାଖି ୪ହଜାର ରୂପାନ୍ତରିତ ହାଇସ୍କୁଲ ପ୍ରତିଷ୍ଠା ହୋଇସାରିଛି ବୋଲି ପ୍ରକାଶ କରି ମୁଖ୍ୟମନ୍ତ୍ରୀ କହିଥିଲେ ଯେ ଏହିସବୁ ସ୍କୁଲରେ ହୋଇଥିବା ସୁବିଧା ଓ ଭିତ୍ତିଭୂମି ପଲାଙ୍କ ଭିତରେ ପାଠ ପ୍ରତି ବହୁତ ଉତ୍ସାହ ଓ ଆଗ୍ରହ ସୃଷ୍ଟି କରିଛି । ପିଲାଙ୍କ ମନରେ ଭବିଷ୍ୟତ ପାଇଁ ଦୃଢ ସଂକଳ୍ପ ସୃଷ୍ଟି କରିଛି ବୋଲି ସେ କହିଥିଲେ । ଏହି କାର୍ଯ୍ୟକ୍ରମରେ ଯୋଗ ଦେଇ ପର୍ଯ୍ୟଟନ, ଓଡିଆ ଭାଷା ସାହିତ୍ୟ ଓ ସଂସ୍କୃତି ମନ୍ତ୍ରୀ ଅଶ୍ୱିନୀ ପାତ୍ର
ରାଜ୍ୟରେ ଶିକ୍ଷାର ବିକାଶ ପାଇଁ ମୁଖ୍ୟମନ୍ତ୍ରୀଙ୍କ ଉଦ୍ୟମକୁ ପ୍ରଶଂସା କରିବା ସହିତ ବାଲେଶ୍ୱରରେ ଇମାମୀ ଓ କିସ୍‌ର ଉଦ୍ୟମରେ ନବନିର୍ମିତ ସ୍କୁଲ ପାଇଁ ଧନ୍ୟବାଦ ଦେଇଥିଲେ । ଏହି ଅବସରରେ ସାଂସଦ ପ୍ରତାପ ଷଡଙ୍ଗୀ, ରେମୁଣା ବିଧାୟକ ସୁଧାଂଶୁ ପରିଡା ପ୍ରମୁଖ ବକ୍ତବ୍ୟ ରଖି ଏହାଦ୍ୱାରା ବାଲେଶ୍ୱରରେ ଜନଜାତି ପିଲାମାନଙ୍କ ମଧ୍ୟରେ ଶିକ୍ଷାର ପ୍ରସାରରେ ସହାୟକ ହେବ ବୋଲି ଆଶାପ୍ରକାଶ କରିଥିଲେ । ମୁଖ୍ୟମନ୍ତ୍ରୀଙ୍କ ୫-ଟି ସଚିବ ଭି.କେ. ପାଣ୍ଡିଆନ କାର୍ଯ୍ୟକ୍ରମକୁ ସଂଯୋଜନା କରିଥିଲେ । କିଟ୍‌
ଓ କିସ୍‌ର ସଂସ୍ଥାପକ ତଥା ସାଂସଦ ଡଃ ଅଚ୍ୟୁତ ସାମନ୍ତ ସ୍ୱାଗତ ଭାଷଣ ଦେଇ ଦୁର୍ବଳ ଶ୍ରେଣୀର ପିଲାଙ୍କ ମଧ୍ୟରେ ଶିକ୍ଷାର ପ୍ରସାର ପାଇଁ କିସ୍‌ର ପଦକ୍ଷେପ ଉପରେ ଆଲୋକପାତ କରିଥିଲେ । ବାଲେଶ୍ୱର ଜିଲ୍ଲାପାଳ ଧନ୍ୟବାଦ ଅର୍ପଣ କରିଥିଲେ |

Leave A Reply

Your email address will not be published.