ମାଟିର ଝିଅଙ୍କୁ ସମର୍ଥନ କରିବାକୁ ନବୀନଙ୍କ ଅପିଲ୍‌

0 64

ଭୁବନେଶ୍ୱର, ୨୨ା୬(ଡିକେ ନ୍ୟୁଜ): ରାଇରଙ୍ଗପୁରରୁ ରାଇସିନା ରେସ୍ । ଏନ୍‌ଡିଏର ରାଷ୍ଟ୍ରପତି ପ୍ରାର୍ଥୀ ଓଡ଼ିଶାର ଦ୍ରୌପଦୀ ମୁର୍ମୁ । ରାଷ୍ଟ୍ରପତି ପ୍ରାର୍ଥୀ ଭାବେ ତାଙ୍କ ନାମ ଘୋଷଣା ପରେ ରାଜ୍ୟରେ ଖୁସିର ଲହରୀ । ରାଜନେତାଙ୍କଠାରୁ ଆରମ୍ଭକରି ସାଧାରଣ ଜନତା ସମସ୍ତେ ଖୁସ୍ । ଚାରିଆଡୁ ଛୁଟୁଛି ଶୁଭେଚ୍ଛାର ସୁଅ । ୨୪ ତାରିଖରେ ନାମାଙ୍କନ ଦାଖଲ କରିବେ ମୁର୍ମୁ । ରାଷ୍ଟ୍ରପତି ପ୍ରାର୍ଥୀ ହେବା ପରେ ତାଙ୍କୁ ଜେଡ୍ ପ୍ଲସ୍ ସୁରକ୍ଷା ଯୋଗାଇ ଦିଆଯାଇଛି । ଆଜି ସକାଳୁ ସେ ରାଇରଙ୍ଗପୁରର ବିଭିନ୍ନ ମନ୍ଦିର ଯାଇ ପୂଜାର୍ଚ୍ଚନା କରିଥିଲେ । ମନ୍ଦିର ବେଢ଼ା ଓଳାଇବା ଭଗବାନଙ୍କ ଆଶୀର୍ବାଦ ନେଇଥିଲେ । ପରେ ପ୍ରଜାପିତା ବ୍ରହ୍ମକୁମାରୀ ଆଶ୍ରମ ଯିବା ସହିତ ରାଇରଙ୍ଗପୁରରୁ ଭୁବନେଶ୍ୱର ଆସିବା ବାଟରେ ବିଭିନ୍ନ ବାଟରେ ତାଙ୍କୁ ସମ୍ବର୍ଦ୍ଧିତ କରାଯାଇଥିଲା । ସନ୍ଧ୍ୟାରେ ଭୁବନେଶ୍ୱର ବିଜେପି କାର୍ଯ୍ୟାଳୟରେ ତାଙ୍କୁ ସମ୍ବର୍ଦ୍ଧନା ଦିଆଯାଇଥିଲା । ଜଣେ ଓଡ଼ିଆଙ୍କୁ ଦେଶର ସର୍ବୋଚ୍ଚ ପଦ ପାଇଁ ଏନ୍‌ଡିଏ ପ୍ରାର୍ଥୀ କରିଥିବାରୁ ଖୁସି ପ୍ରକାଶ କରିଛନ୍ତି ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ । ସେ କହିଛନ୍ତି ଓଡ଼ିଶାବାସୀଙ୍କ ପାଇଁ ଗର୍ବର ମୁହୂର୍ତ୍ତ । ଏଥିନେଇ ପ୍ରଧାନମନ୍ତ୍ରୀ ତାଙ୍କ ସହିତ କଥା ହୋଇଥିଲେ । ଦେଶରେ ମହିଳାn ସଶକ୍ତିକରଣ ପାଇଁ ଶ୍ରୀମତୀ ମୁର୍ମୁ ଉଜ୍ଜ୍ୱଳ ଉଦାହରଣ ହେବେ ବୋଲି ମୋର ଆଶା ବୋଲି ମୁଖ୍ୟମନ୍ତ୍ରୀ କହିଥିଲେ । ସୂଚନାଯୋଗ୍ୟ, ଓଡିଶାର ମୟୁରଭଞ୍ଜn ଜିଲ୍ଲାରେ ଦ୍ରୌପଦୀଙ୍କ ଘର । ଦ୍ରୌପଦୀ ୨୦ ଜୁନ ୧୯୫୮ରେ ଜନ୍ମଗ୍ରହଣ କରିଥିଲେ । ଆଦିବାସୀ ସମ୍ପ୍ରଦାୟରୁ ଆସିଥିବା ଦ୍ରୌପଦୀ ଜଣେ ଶିକ୍ଷକ ଭାବରେ କାର୍ଯ୍ୟ ଆରମ୍ଭ କରିଥିଲେ । ଏହାପରେ ଜଳସେଚନ ବିଭାଗରେ କନିଷ୍ଠ ସହାୟକ ଭାବରେ ମଧ୍ୟ କାର୍ଯ୍ୟ କରିଥିଲେ । ୧୯୯୭ ମସିହାରେ ରାଜନୀତିକୁ ପ୍ରବେଶ କରିଥିଲେ ଦ୍ରୌପଦୀ । ୧୯୯୭ରେ ୱାର୍ଡ ସଭ୍ୟ ଭାବେ ନିର୍ବାଚିତ ହେବା ପରେ ରାଇରଙ୍ଗପୁର ପୌରାଧ୍ୟକ୍ଷା ପଦ ସମ୍ଭାଳିଥିଲେ । ଭାରତୀୟ ଜନତା ପାର୍ଟିର ଦଳୀୟ ପ୍ରାର୍ଥୀ ଭାବେ ମୟୂରଭଞ୍ଜ ଜିଲ୍ଲାର ରାଇରଙ୍ଗପୁରରୁ ୨୦୦୦ ଏବଂ ୨୦୦୪ରେ ଓଡ଼ିଶା ବିଧାନସଭାକୁ ନିର୍ବାଚିତ ହୋଇଥିଲେ । ବିଜୁ ଜନତା ଦଳ ଏବଂ ଭାରତୀୟ ଜନତା ପାର୍ଟିର ସଂଯୁକ୍ତ ଶାସନ ବେଳେ ସେ ସ୍ୱାଧୀନ ବାଣିଜ୍ୟ ଏବଂ ଗମନାଗମନ ମନ୍ତ୍ରୀ ଭାବେ ମାର୍ଚ୍ଚ ୬, ୨୦୦୦ରୁ ଅଗଷ୍ଟ ୬, ୨୦୦୨ ପର୍ଯ୍ୟନ୍ତ କାର୍ଯ୍ୟ କରିଥିଲେ ଏବଂ ମତ୍ସ୍ୟ ଏବଂ ପଶୁସମ୍ପଦ ବିଭାଗରେ ମନ୍ତ୍ରୀ ଭାବେ ୨୦୦୨ ଅଗଷ୍ଟ ୬ରୁ ୨୦୦୪ ମଇ ୧୬ ପର୍ଯ୍ୟନ୍ତ କାର୍ଯ୍ୟ କରିଥିଲେ । ୧୯୯୭ରୁ ସେ ବିଜେପିର ଆଦିବାସୀ ମୋର୍ଚ୍ଚା ସହ ଜଡ଼ିତ । ୧୯୯୭ରେ ତାଙ୍କୁ ଭାରତୀୟ ଜନତା ପାର୍ଟିର ଆଦିବାସୀ ମୋର୍ଚ୍ଚାର ଉପ-ସଭାପତି ପଦ ମିଳିଥିଲା । ୨୦୦୦ରୁ ୨୦୦୯ ପର୍ଯ୍ୟନ୍ତ ଭାରତୀୟ ଜନତା ପାର୍ଟି ଆଦିବାସୀ ମୋର୍ଚ୍ଚାର ରାଷ୍ଟ୍ରୀୟ କାର୍ଯ୍ୟକାରିଣୀ ସଦସ୍ୟା ରହିଥିଲେ । ୨୦୦୬ରୁ ୨୦୦୯ ପର୍ଯ୍ୟନ୍ତ ଭାରତୀୟ ଜନତା ପାର୍ଟି ଆଦିବାସୀ ମୋର୍ଚ୍ଚାର ରାଜ୍ୟ ଅଧ୍ୟକ୍ଷା ରହିଥିଲେ । ୨୦୧୦ରେ ମୟୂରଭଞ୍ଜର ଭାରତୀୟ ଜନତା ପାର୍ଟି (ପୂର୍ବ)ର ଜିଲ୍ଲା ଅଧ୍ୟକ୍ଷା ରହିଥିଲେ । ୨୦୧୩ରୁ ଏପ୍ରିଲ ୧୦, ୨୦୧୫ ପର୍ଯ୍ୟନ୍ତ ଭାରତୀୟ ଜନତା ପାର୍ଟି (ପୂର୍ବ)ର ଜିଲ୍ଲା ଅଧ୍ୟକ୍ଷା ଓ ୨୦୧୩ରୁ ଏପ୍ରିଲ ୧୦, ୨୦୧୫ ପର୍ଯ୍ୟନ୍ତ ଭାରତୀୟ ଜନତା ପାର୍ଟି ଆଦିବାସୀ ମୋର୍ଚ୍ଚାର ରାଷ୍ଟ୍ରୀୟ କାର୍ଯ୍ୟକାରିଣୀ ସଦସ୍ୟା ରହିଥିଲେ । ୨୦୧୫ ମସିହାରେ ମୁର୍ମୁ ଝାଡ଼ଖଣ୍ଡର ପ୍ରଥମ ମହିଳା ରାଜ୍ୟପାଳ ଭାବରେ ନିଯୁକ୍ତ ହୋଇଥିଲେ ।

Leave A Reply

Your email address will not be published.