ଘୂର୍ଣ୍ଣିବଳୟ ସକ୍ରିୟ, ବର୍ଷା ଜାରି

Cyclone Harold brings strong winds in Luganville, Vanuatu April 6, 2020, in this still image obtained from a social media video. Courtesy of Adra Vanuatu/Social Media via REUTERS. ATTENTION EDITORS - THIS IMAGE HAS BEEN SUPPLIED BY A THIRD PARTY. MANDATORY CREDIT ADRA VANUATU. NO RESALES. NO ARCHIVES.
0 62

ଭୁବନେଶ୍ୱର, ୨3/୬(ଡିକେ ନ୍ୟୁଜ): ପୂର୍ବ ଝାଡ଼ଖଣ୍ଡ ଓ ପାଶ୍ୱର୍ବର୍ତ୍ତୀ ଉତ୍ତର ଓଡ଼ିଶାର ବାୟୁମଣ୍ଡଳର ସମୁଦ୍ର ପତ୍ତନଠାରୁ ୧.୫କିମି ଓ ୫.୮ କିମି ମଧ୍ୟରେ ଗୋଟିଏ ଘୂର୍ଣ୍ଣିବଳୟ ସକ୍ରିୟ
ରହିଛି । ଯାହା ବାୟୁମଣ୍ଡଳରେ ଦକ୍ଷିଣ ଆଡ଼କୁ ଢଳିଛି । ଏହି ଘୂର୍ଣ୍ଣିବଳୟ ପ୍ରଭାବରେ ରାଜ୍ୟରେ ୫ ଦିନ ଧରି କେତେକ ଜିଲ୍ଲାରେ ପ୍ରବଳ ବର୍ଷା ହେବାର ସମ୍ଭାବନା ରହିଛି । ସେଥିପାଇଁ
ଭାରତୀୟ ପାଣିପାଗ ବିଭାଗ ସତର୍କ ସୂଚନା ଜାରି କରିଛି । ଆଇଏମଡି ଜାରି କରିଥିବା ବୁଲେଟିନ୍‌ ଅନୁସାରେ ଗୁରୁବାର ସକାଳ ସାଢ଼େ ୮ଟାଭିତରେ କନ୍ଧମାଳ, ଗଞ୍ଜାମ, ନୟାଗଡ଼, କେନ୍ଦୁଝର, ମୟୂରଭଞ୍ଜ, ବାଲେଶ୍ୱର, ଭଦ୍ରକ, ଯାଜପୁର, ଅନୁଗୋଳ, କଟକ, ଢେଙ୍କାନାଳ ଓ
ଖୋର୍ଦ୍ଧା ଜିଲ୍ଲାରେ ଗୋଟିଏରୁ ଦୁଇଟି ସ୍ଥାନରେ ପ୍ରବଳ ବର୍ଷା ହେବା ସମ୍ଭାବନା ରହିଛି । ସେଥିପାଇଁ ୟେଲୋ ୱାର୍ଣ୍ଣିଂ ଜାରି କରାଯାଇଛି । ଏଥି ସହ ବଜ୍ରପାତ ଓ ଘଡ଼ଘଡ଼ି ମାରିବାର ଆଶଙ୍କା ରହିଛି । ୨୩ ତାରିଖ ସକାଳ ସାଢ଼େ ୮ଟାରୁ ୨୪ ତାରିଖ ସକାଳ ସାଢ଼େ ୮ଟା ଭିତରେ ବରଗଡ଼, ସମ୍ବଲପୁର, ଝାରସୁଗୁଡ଼ା, ସୁନ୍ଦରଗଡ଼, ଦେବଗଡ଼, ଅନୁଗୋଳ, କେନ୍ଦୁଝର, ଢେଙ୍କାନାଳ, ଯାଜପୁର, ଭଦ୍ରକ, ବାଲେଶ୍ୱର, ମୟୂରଭଞ୍ଜ ଜିଲ୍ଲାରେ ପ୍ରବଳ ବର୍ଷା ହେବାର ସମ୍ଭାବନା ରହିଛି । ସେଥିପାଇଁ ୟେଲୋ ୱାର୍ଣ୍ଣିଂ ଜାରି କରାଯାଇଛି । ତେବେ ବଜ୍ରପାତ ଓ
ଘଡ଼ଘଡ଼ି ନେଇ ବାଲେଶ୍ୱର, ଭଦ୍ରକ, ଯାଜପୁର, କେନ୍ଦ୍ରାପଡ଼ା, କଟକ, ଜଗତସିଂହପୁର, ପୁରୀ, ଖୋର୍ଦ୍ଧା, ନୟାଗଡ଼, ଗଞ୍ଜାମ, ଗଜପତି, ସୁନ୍ଦରଗଡ଼, ଦେବଗଡ଼, ଅନୁଗୋଳ, ଢେଙ୍କାନାଳ, ବୌଦ୍ଧ, କନ୍ଧମାଳ, କଳାହାଣ୍ଡି ଓ ବଲାଙ୍ଗିର ପାଇଁ ସତର୍କ ସୂଚନା ଜାରି କରାଯାଇଛି । ୨୪ ତାରିଖ ସକାଳ ସାଢ଼େ ୮ଟାରୁ ୨୫ ତାରିଖ ସକାଳ ସାଢ଼େ ୮ଟା ଭିତରେ ନୂଆପଡ଼ା, ନବରଙ୍ଗପୁର, କଳାହାଣ୍ଡି, କନ୍ଧମାଳ, ବୌଦ୍ଧ, ନୟାଗଡ଼, ଖୋର୍ଦ୍ଧା, ଜଗତସିଂହପୁର, କଟକ ଓ କେନ୍ଦ୍ରାପଡ଼ା ଜିଲ୍ଲାରେ ଗୋଟିଏ ଦୁଇଟି ସ୍ଥାନରେ ପ୍ରବଳ ବର୍ଷା ହୋଇପାରେ । ସେଥିପାଇଁ ୟେଲୋ ୱାର୍ଣ୍ଣିଂ ଜାରି କରାଯାଇଛି । ୨୫ ତାରିଖ ସକାଳ ସାଢ଼େ ୮ଟାରୁ ୨୬ ତାରିଖ ସକାଳ ସାଢ଼େ ୮ଟା ଭିତରେ ମାଲକାନଗିରି, କୋରାପୁଟ, ନବରଙ୍ଗପୁର, କଳାହାଣ୍ଡି, ବଲାଙ୍ଗିର, କନ୍ଧମାଳ, ବୌଦ୍ଧ, ଅନୁଗୋଳ, ଢେଙ୍କାନାଳ ଓ ଯାଜପୁର ଜିଲ୍ଲାରେ ଗୋଟିଏରୁ ଦୁଇଟି ସ୍ଥାନରେ ପ୍ରବଳ ବର୍ଷା ହେବାର ଆଶାଙ୍କା କରାଯାଉଛି । ସେଥିପାଇଁ ୟେଲୋ ୱାର୍ଣ୍ଣିଂ ଜାରି କରାଯାଇଛି ।
ବାକି ଜିଲ୍ଲାରେ ମଧ୍ୟ ସ୍ୱଳ୍ପ ବର୍ଷା ହୋଇପାରେ । ୨୬ ତାରିଖ ସକାଳ ସାଢ଼େ ୮ଟାରୁ ୨୭ ତାରିଖ ସକାଳ ସାଢ଼େ ୮ଟା ଭିତରେ ନବରଙ୍ଗପୁର, ନୂଆପଡ଼ା, ବଲାଙ୍ଗିର ଓ ବରଗଡ଼ ଜିଲ୍ଲାରେ ଗୋଟିଏରୁ ଦୁଇଟି ସ୍ଥାନରେ ପ୍ରବଳ ବର୍ଷା ହେବାର ସମ୍ଭାବନା ରହିଛି । ସେଥିପାଇଁ ୟେଲୋ ୱାର୍ଣ୍ଣିଂ ଜାରି କରାଯାଇଛି ।

Leave A Reply

Your email address will not be published.