ଚିନ୍ତା ବଢ଼ାଉଛି ଦୈନିକ ସଂକ୍ରମଣ

0 70

ନୂଆଦିଲ୍ଲୀ, ୨୭ା୬: ଦେଶରେ ପୁଣି ବୃଦ୍ଧି ଦୈନିକ ସଂକ୍ରମଣ । ୨୪ ଘଣ୍ଟାରେ ଆଉ ୧୭,୦୭୩ ନୂଆ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି । ଫଳରେ ମୋଟ ଆକ୍ରାନ୍ତଙ୍କ ସଂଖ୍ୟା ୪,୩୪,୦୭,୦୪୬କୁ ବୃଦ୍ଧି ପାଇଛି । ସେହିପରି ଚିକିତ୍ସାଧୀନ ଅବସ୍ଥାରେ ଆଉ ୨୧ ଆକ୍ରାନ୍ତଙ୍କ ମୃତ୍ୟୁ ହୋଇଥିବା ବେଳେ ମୋଟ କରୋନା ଜନିତ ମୃତ୍ୟୁ ସଂଖ୍ୟା ୫,୨୫,୦୨୦ରେ ପହଞ୍ôଚଛି । ମୃତ୍ୟୁ ହାର ୧.୨୧% । ଆଉ ୧୫,୨୦୮ ଆକ୍ରାନ୍ତ ସୁସ୍ଥ ହୋଇଥିବା ବେଳେ ମୋଟ ୪,୨୭,୮୭,୬୦୬ ଆକ୍ରାନ୍ତ ସୁସ୍ଥ ହୋଇ ଘରକୁ ଫେରିଛନ୍ତି । ଆରୋଗ୍ୟ ହାର ୯୮.୫୭% । ୯୪,୪୨୦ ସକ୍ରିୟ ଆକ୍ରାନ୍ତ ଚିକିତ୍ସାଧୀନ ଅବସ୍ଥାରେ ରହିଛନ୍ତି । ସକ୍ରିୟ ଆକ୍ରାନ୍ତ ହାର ୦.୨୨% । ଦିନକ ପୂର୍ବରୁ ୩,୦୩,୬୦୪ ନମୁନା ପରୀକ୍ଷା କରାଯାଇଥିବା ବେଳେ ମୋଟ ୮୬,୧୦,୧୫,୬୮୩ ନମୁନା ପରୀକ୍ଷା କରାଯାଇଛି । ଦିନକ ଆଗରୁ ୨,୪୯,୬୪୬ ଟିକା ନେଇଥିବା ବେଳେ ମୋଟ ୧,୯୭,୧୧,୯୧,୩୨୯
ଟିକାକରଣ କରାଯାଇଛି । ଆଜି ପୂର୍ବାହ୍ନ ସୁଦ୍ଧା ୨,୩୪,୫୦୩ ଟିକାକରଣ କରାଯାଇଛି । ଏନେଇ କେନ୍ଦ୍ର ସ୍ୱାସ୍ଥ୍ୟ ଓ ପରିବାର କଲ୍ୟାଣ ମନ୍ତ୍ରାଳାୟ ପକ୍ଷରୁ ଟ୍ୱିଟ୍ ଯୋଗେ ସୂଚନା ମିଳିଛି । ସେହିପରି ଓଡ଼ିଶାରେ ଗତ ରବିବାର ୬୮ ଜଣ ସଂକ୍ରମିତ ଚିହ୍ନଟ ହୋଇଥିବା ବେଳେ ଗତ ୨୪ ଘଣ୍ଟା ମଧ୍ୟରେ ୬୯ ଜଣ କରୋନା ପଜିଟିଭ ଚିହ୍ନଟ ହୋଇଛନ୍ତି । ଏମାନଙ୍କ ମଧ୍ୟରୁ ୪୨ ଜଣ ସଙ୍ଗରୋଧ କେନ୍ଦ୍ରରୁ ଚିହ୍ନଟ ହୋଇଥିବା ବେଳେ ୨୭ ଜଣ ପଜିଟିଭ ସ୍ଥାନୀୟ ସଂକ୍ରମଣରୁ ଚିହ୍ନଟ ହୋଇଛନ୍ତି । ଏଥିମଧ୍ୟରେ ୯ ଜଣ ୧୮ ବର୍ଷରୁ କମ୍ ବୟସର ଶିଶୁ-କିଶୋର ଥିବା ଜଣାଯାଇଛି । ଆଜି ରାଜ୍ୟର ୧୦ ଜିଲ୍ଲାରୁ ୬୯ ଜଣ କରୋନା ପଜିଟିଭ ଚିହ୍ନଟ ହୋଇଥିବା ବେଳେ ଅବଶିଷ୍ଟ ୨୦ଟି ଜିଲ୍ଲାରେ କରୋନା ସଂକ୍ରମଣର ସୂଚନା ନାହିଁ । ଆଜି ଖୋର୍ଦ୍ଧା ଜିଲ୍ଲାରୁ ସର୍ବାଧିକ ୨୬ଜଣ ଚିହ୍ନଟ ହୋଇଛନ୍ତି । ଏନେଇ ରାଜ୍ୟ ସୂଚନା ଓ ଲୋକସଂପର୍କ ବିଭାଗ ପକ୍ଷରୁ ତଥ୍ୟ ପ୍ରଦାନ କରାଯାଇଛି । ଗତ ୨୪ ଘଣ୍ଟା ମଧ୍ୟରେ ବାଲେଶ୍ୱର ଜିଲ୍ଲାରୁ ୫ ଜଣ, ବଲାଙ୍ଗୀର ଜିଲ୍ଲାରୁ ୧ ଜଣ, କଟକ ଜିଲ୍ଲାରୁ ୧୩ ଜଣ, କଳାହାଣ୍ଡି ଜିଲ୍ଲାରୁ ୧ ଜଣ, ଜଗତସିଂହପୁର ଜିଲ୍ଲାରୁ ୧ ଜଣ, ଯାଜପୁର ଜିଲ୍ଲାରୁ ୨ ଜଣ, ଖୋର୍ଦ୍ଧା ଜିଲ୍ଲାରୁ ୨୬ ଜଣ, ପୁରୀ ଜିଲ୍ଲାରୁ ୨ ଜଣ, ସମ୍ବଲପୁର ଜିଲ୍ଲାରୁ ୪ ଜଣ, ସୁନ୍ଦରଗଡ଼ ଜିଲ୍ଲାରୁ ୮ ଜଣ ଓ ଷ୍ଟେଟପୁଲରୁ ୬ ଜଣ ପଜିଟିଭ ଚିହ୍ନଟ ହୋଇଛନ୍ତି । ଏପର୍ଯ୍ୟନ୍ତ ରାଜ୍ୟରେ ୧୨, ୮୯, ୩୨୮ ଜଣ ପଜିଟିଭ ଚିହ୍ନଟ ହୋଇଛନ୍ତି । ସେହିପରି ୧୨, ୭୯, ୬୯୩ ଜଣ ସୁସ୍ଥ ହୋଇଛନ୍ତି । ଏବେ ବି ୪୫୬ ଜଣ ସକ୍ରିୟ ସଂକ୍ରମିତ ଅଛନ୍ତି ।

Leave A Reply

Your email address will not be published.