ରଥ ଟାଣିଲେ ରାଜ୍ୟପାଳ ଓ ମୁଖ୍ୟମନ୍ତ୍ରୀ

0 54

ଆଜି ବିଶ୍ୱ ପ୍ରସିଦ୍ଧ ରଥଯାତ୍ରା । ରଥଯାତ୍ରା ପାଇଁ ଚଳଚଞ୍ଚଳ ଶ୍ରୀକ୍ଷେତ୍ର । ଦୁଇ ବର୍ଷ ପରେ ବଡ଼ଦାଣ୍ଡରେ ହୋଇଛି ଭକ୍ତ ଓ ଭଗବାନଙ୍କ ଅପୂର୍ବ ମିଳନ । ଦୁଇ ବର୍ଷ ପରେ ରଥଯାତ୍ରା ଦେଖିବାକୁ ଭକ୍ତଙ୍କୁ ଅନୁମତି ମିଳିଥିବାରୁ ଜନସମୁଦ୍ରରେ ପରିଣତ ହୋଇଥିଲା ବଡ଼ଦାଣ୍ଡ । ତେବେ ଶ୍ରୀଗୁଣ୍ଡିଚା ଯାତ୍ରା ଅବସରରେ ବିଦେଶ ଗସ୍ତରୁ ଫେରି ପୁରୀରେ ପହଞ୍ôଚଥିଲେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ । ମୁଖ୍ୟମନ୍ତ୍ରୀଙ୍କ ସହ ରାଜ୍ୟପାଳ ପ୍ରଫେସର ଗଣେଶୀ ଲାଲ୍‌, ହାଇକୋର୍ଟ ମୁଖ୍ୟ ବିଚାରପତି ଏସ.ମୁରଲୀଧର୍‌, କେନ୍ଦ୍ରମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନ ଏବଂ ଅଶ୍ୱିନୀ ବୈଷ୍ଣବ ପ୍ରମୁଖ ମହାପ୍ରଭୁଙ୍କୁ ଦର୍ଶନ କରିବା ସହିତ ନନ୍ଦିଘୋଷ ରଥର ଦଉଡି ଟାଣିଥିଲେ । ଏହି ଅବସରରେ ‘ଉତ୍କଳ ପ୍ରସଙ୍ଗ’ ପୁସ୍ତକ ଉନ୍ମୋଚିତ ହୋଇଥିଲା ।

Leave A Reply

Your email address will not be published.