କରୋନାର ଲମ୍ବ ଡିଆଁ: ୩୪୬ ଦୈନିକ ସଂକ୍ରମଣ

0 73

ଭୁବନେଶ୍ୱର, ୩ା୭(ଡିକେ ନ୍ୟୁଜ): ଆଜି କରୋନା ସଂକ୍ରମଣ ଲମ୍ବ ଡିଆଁ ମାରିଛି । ଗତକାଲି ୨୩୧ ଜଣ ସଂକ୍ରମିତ ଚିହ୍ନଟ ହୋଇଥିବା ବେଳେ ରାଜ୍ୟରେ ଗତ ୨୪ ଘଣ୍ଟା ମଧ୍ୟରେ ୩୪୬ ଜଣ କରୋନା ପଜିଟିଭ ଚିହ୍ନଟ ହୋଇଛନ୍ତି । ଏମାନଙ୍କ ମଧ୍ୟରୁ ୨୦୨ ଜଣ ସଙ୍ଗରୋଧ କେନ୍ଦ୍ରରୁ ଚିହ୍ନଟ ହୋଇଥିବା ବେଳେ ୧୪୪ ଜଣ ପଜିଟିଭ ସ୍ଥାନୀୟ ସଂକ୍ରମଣରୁ ଚିହ୍ନଟ ହୋଇଛନ୍ତି । ଏଥିମଧ୍ୟରେ ୪୯ଜଣ ୧୮ ବର୍ଷରୁ କମ୍ ବୟସର ଶିଶୁ-କିଶୋର ଥିବା ଜଣାଯାଇଛି । ଆଜି ରାଜ୍ୟର ୧୮ଟି ଜିଲ୍ଲାରୁ ୩୪୬ ଜଣ କରୋନା ପଜିଟିଭ ଚିହ୍ନଟ ହୋଇଥିବା ବେଳେ ଅବଶିଷ୍ଟ ୧୨ଟି ଜିଲ୍ଲାରେ କରୋନା ସଂକ୍ରମଣର ସୂଚନା ନାହିଁ । ଆଜି ଖୋର୍ଦ୍ଧା ଜିଲ୍ଲାରୁ ସର୍ବାଧିକ ୧୮୯ ଜଣ ଚିହ୍ନଟ ହୋଇଛନ୍ତି । ଏନେଇ ରାଜ୍ୟ ସୂଚନା ଓ ଲୋକସଂପର୍କ ବିଭାଗ ପକ୍ଷରୁ ତଥ୍ୟ ପ୍ରଦାନ କରାଯାଇଛି । ଗତ ୨୪ ଘଣ୍ଟା ମଧ୍ୟରେ ବାଲେଶ୍ୱର ଜିଲ୍ଲାରୁ ୭ ଜଣ, ଭଦ୍ରକରୁ ୪ ଜଣ, କଟକରୁ ୫୧ ଜଣ, ଢେଙ୍କାନାଳରୁ ୧, ଗଞ୍ଜାମ ଜିଲ୍ଲାରୁ ୧ ଜଣ, ଜଗତସିଂହପୁରରୁ ୭ ଜଣ, ଯାଜପୁରରୁ ୪ ଜଣ, ଝାରସୁଗୁଡ଼ାରୁ ୨ ଜଣ, କଳାହାଣ୍ଡିରୁ ୧ ଜଣ, କେନ୍ଦୁଝର ଜିଲ୍ଲାରୁ ୧ ଜଣ, ଖୋର୍ଦ୍ଧା ଜିଲ୍ଲାରୁ ୧୮୯, ମୟୂରଭଞ୍ଜରୁ ୨ ଜଣ, ନୟାଗଡ଼ ଜିଲ୍ଲାରୁ ୧ ଜଣ, ନୂଆପଡ଼ାରୁ ୭ ଜଣ, ପୁରୀରୁ ୪ ଜଣ, ରାୟଗଡ଼ାରୁ ୫ ଜଣ, ସମ୍ବଲପୁରରୁ ୫ ଜଣ, ସୁନ୍ଦରଗଡ଼ରୁ ୧୩ ଜଣ ଓ ଷ୍ଟେଟପୁଲରୁ ୪୧ ଜଣ ସଂକ୍ରମିତ ଚିହ୍ନଟ ହୋଇଛନ୍ତି । ଏପର୍ଯ୍ୟନ୍ତ ରାଜ୍ୟରେ ୧୨, ୯୦, ୫୩୮ଜଣ ପଜିଟିଭ ଚିହ୍ନଟ ହୋଇଛନ୍ତି । ସେହିପରି ୧୨,୮୦, ୦୪୯ ଜଣ ସୁସ୍ଥ ହୋଇଛନ୍ତି । ଏବେ ବି ୧୩୧୦ ଜଣ ସକ୍ରିୟ ସଂକ୍ରମିତ ଅଛନ୍ତି । ସେହିପରି ଦେଶରେ ଆଜି କୋଭିଡ୍‌-୧୯ ଆକ୍ରାନ୍ତଙ୍କ ସଂଖ୍ୟା କିଛି ପରିମାଣରେ ହ୍ରସ ପାଇ ୧୬ ହଜାର ଉପରେ ରହିଛି । କେନ୍ଦ୍ର ସ୍ୱାସ୍ଥ୍ୟ ମନ୍ତ୍ରାଳାୟ ତଥ୍ୟ ଅନୁସାରେ, ରବିବାର ସକାଳ ୮ଟା ସୁଦ୍ଧା ସମଗ୍ର ଦେଶରେ ୨୪ ଘଣ୍ଟା ମଧ୍ୟରେ ୧୬,୧୦୩ କରୋନା ଭାଇରସ ଜନିତ ନୂତନ ସଂକ୍ରମଣ ଓ ୩୧ ମୃତ୍ୟୁ ରେକର୍ଡ କରାଯାଇଛି । ୨୪ ଘଣ୍ଟାରେ ଚିହ୍ନଟ ହୋଇଥିବା ୧୬,୧୦୩ ନୂତନ ଆକ୍ରାନ୍ତଙ୍କୁ ମିଶାଇ ଦେଶରେ ସମୁଦାୟ ସଂକ୍ରମିତଙ୍କ ସଂଖ୍ୟା ୪୩,୫୦୨,୪୨୯ରେ ପହଞ୍ଚିଛି । ଗତ ୨୪ ଘଣ୍ଟାରେ ହୋଇଥିବା ୩୧ ମୃତ୍ୟୁକୁ ମିଶାଇ ଭାରତରେ ସମୁଦାୟ କୋଭିଡ୍‌-୧୯ଜନିତ ମୃତ୍ୟୁସଂଖ୍ୟା ୫,୨୫,୧୯୯ରେ ପହଞ୍ଚିଛି । ଗତ ୨୪ ଘଣ୍ଟାରେ କୋଭିଡ୍‌-୧୯ ସଂକ୍ରମଣରୁ ସୁସ୍ଥ ହୋଇଥିବା ୧୩୯୨୯ଜଣ ଆକ୍ରାନ୍ତଙ୍କୁ ମିଶାଇ ସମ୍ପ୍ରତି ଦେଶରେ ସମୁଦାୟ ସୁସ୍ଥତା ସଂଖ୍ୟା ହେଉଛି ୪,୨୮,୬୫୫,୧୯ । ଏହାଛଡ଼ା ଏବେ ଦେଶରେ ସକ୍ରିୟ ଆକ୍ରାନ୍ତଙ୍କ ସଂଖ୍ୟା ହେଉଛି ୧୧୧୭୧୧ । ସ୍ୱାସ୍ଥ୍ୟ ମନ୍ତ୍ରାଳୟ ତଥ୍ୟ ଅନୁସାରେ, ଗତକାଲି ସନ୍ଧ୍ୟା ୬ଟା ସୁଦ୍ଧା ସମୁଦାୟ ୧,୯୭,୯୫,୭୨,୯୬୩ ହିତାଧିକାରୀଙ୍କୁ ଟିକା ଦିଆଯାଇଛି । ଆଇସିଏମ୍‌ଆର୍ ରିପୋର୍ଟ ଅନୁସାରେ, କୋଭିଡ୍‌-୧୯ ନିଦାନ ଲାଗି ଗତକାଲି ସୁଦ୍ଧା ସମୁଦାୟ ୮୬,୩୬,୬୬,୯୨୯ଟି ନମୁନା ପରୀକ୍ଷା କରାଯାଇଛି । ଗତକାଲି ପରୀକ୍ଷା କରାଯାଇଛି ୩,୭୬,୭୨୦ଟି ନମୁନା ।

Leave A Reply

Your email address will not be published.