ଆଜିର ରାଶିଫଳ

0 74

“ଅଦ୍ୟ ମିଥୁନ ଦି୨୨ନ, ସପ୍ତମୀ ଦ୩୬ ।୪୧ ରାଘ୭ ।୫୬, ଉତ୍ତରାଫାଃ
ଦ୧୮ ।୯ ଦିଘ୧୨ ।୩୨, କନ୍ୟା ଚନ୍ଦ୍ର ଦ୬୦ ନିଶାନ୍ତ.
“ମିଥୁନ ଦ୩/୩୩/୧୦ ଇଂଘ ୫/୧୬/୨୫ ଗତେ ଉଦୟ
“ଧନୁ ଦ୩/୨୬/୩୦ ଇଂଘ ୬/୨୫/୨୭ ଗତେ ଅସ୍ତ ।

“ଯୋଗିନୀ ଐଶାନ୍ୟେ । ରାତ୍ରି ଘ୭ ।୫୬ ଗତେ ଐଶାନ୍ୟ । ଯାତ୍ରା ଶୁଭ । ଅଦ୍ୟ ଦେବତାଗଠନ ଓ ପ୍ରତିଷ୍ଠା, ନୌକାଗଠନ ଓ ଚାଳନ, ବାଣିଜ୍ୟକରଣ, ହଳପ୍ରବାହ ଓ ବୀଜବପନଔଷଧକରଣ ଓ ଭକ୍ଷଣ, ନାମକରଣ ଓ ଦୀକ୍ଷାଗ୍ରହଣ, ଗୃହାରମ୍ଭ, ଗୃହ ପ୍ରତିଷ୍ଠା, ବିବାହ ଓ ପାଣିଗ୍ରହଣ । ଚୂଡ଼ାକରଣ, ଅନ୍ନପ୍ରାଶନ୍ନ, ନିଷ୍କର୍ମଣ । ଗତ ଦିବସ ନକ୍ଷତ୍ର ଓ ରାଶିମାନଙ୍କରତାରାଚନ୍ଦ୍ର ଶୁଦ୍ଧି । ଦିବା ଘ୧୨ ।୩୨ ଗତେ ଚିତ୍ରା ସ୍ୱାତୀ ଅନୁରାଧା ମୂଳା ଉତ୍ତରାଷାଢ଼ା ଧନିଷ୍ଠା ଶତଭିଷା ଉତ୍ତରଭାଦ୍ର ଅଶ୍ୱିନୀ କୃତ୍ତିକା ମୃଗଶିରା ଆର୍ଦ୍ରା ପୁଷ୍ୟା ମଘା ଉତ୍ତରାଫାଃ ଏ ନକ୍ଷତ୍ରମାନଙ୍କର ତାରାଶୁଦ୍ଧି । ବୃଷ ରାଶିର ଘାତଚନ୍ଦ୍ର । କର୍କଟ ରାଶିର ଘାତବାର । ଦିବା ଘ୮ ।୩୪ ଗତେ ଘ୧୦ ।୧୩ ମଧ୍ୟେ କାଳବେଳା । ଘ୧୧ ।୫୨ ଗତେ ଘ୧ ।୩୧ ମଧ୍ୟେ ବାରବେଳା । ରାତ୍ରି ଘ୨ ।୩୪ ଗତେ ଘ୩ ।୫୫ ମଧ୍ୟେ କାଳରାତ୍ରି । ମୃତେ ଦ୍ୱିପାଦ ଦୋଷ । ଫଳଂ ପଶୁ ସନ୍ତାନ ହାନି । ଅନ୍ନ ଓ ତିଳକାଞ୍ଚନ ଦାନ । ଦିବା ଘ୧୨/୩୨ ଗତେ ରାତ୍ରି ଘ୭ ।୫୬ ମଧ୍ୟେ ପାଦ ଦୋଷ । ଫଳଂ ପଶୁ ହାନି ଓ ଅନ୍ନ ଦାନ । ସପ୍ତମୀର ଏକୋଦ୍ଦିଷ୍ଟ ଓ ପାର୍ବଣ ଶ୍ରାଦ୍ଧ । ତାଳ ରାତ୍ରି ଘ୭ ।୫୬ ଗତେ ନାରୀକେଳ(ନଡ଼ିଆ) ଭକ୍ଷଣ ନିଷେଧ । “(ଅମୃତ) – ଦିବା ଘ୭ ।୪୦ ଗତେ ଘ୧୦ ।୫୨ ମଧ୍ୟେ ଘ୧ ।୧୬ ଗତେ ଘ୪ ।୨୮ ମଧ୍ୟେ ରାତ୍ରି ଘ୧୦ ।୨୪ ମଧ୍ୟେ ଘ୧୨ ।୪୮ ଗତେ ଗ୨ ।୨୪ ମଧ୍ୟେ । “(ମାହେନ୍ଦ୍ର) – ନାସ୍ତି ।
ମେଷ: ଆଜିର ପାରିବାରିକ ଜୀବନରେ ଅଶ୍ୱାଭାବିକ ପରିସ୍ଥିତି ଲାଗିରହିବ । ଅଟକି ରହିଥିବା କାମଗୁଡିକ ସମ୍ପନ୍ନ ହେବା କଷ୍ଟକର । ନିଜ ବାକିଆ କାମରେ ପ୍ରତିବନ୍ଧକଜନିତ ବିଷୟକୁ ନେଇ ଚିନ୍ତିତ ରହିପାରନ୍ତି । ଆଜିର ଦୂରଯାତ୍ରା ପ୍ରୀତିପ୍ରଦ ରହିବ ।
ବୃଷ: ଆଜି ଆକସ୍ମିକ ଭାବରେ ମୋଟାଅଙ୍କର ଅର୍ଥ ଆବଶ୍ୟକ ହୋଇପାରେ । ପରିବାରରେ ସନ୍ତାନଙ୍କ ସ୍ୱାସ୍ଥ୍ୟ ଯୋଗୁ ବିଚଳିତ ହେବେ । ଜମିଜମା କିମ୍ବା ଯାନ୍ତ୍ରିକ ଜିନିଷ କ୍ଷେତ୍ରରେ କିଛି ଅର୍ଥ ବ୍ୟୟ କରିବାକୁ ବାଧ୍ୟ ହେବେ । ପ୍ରତିଯୋଗିତା କିମ୍ବା ପ୍ରତିଦ୍ୱନ୍ଦ୍ୱିତାରେ ସଫଳତା ପାଇ ପାରିବେ ।
ମିଥୁନ: ଆଜି ଶିଳ୍ପ, ବାଣିଜ୍ୟ ପ୍ରଭୃତିରେ ପ୍ରତିଦ୍ୱନ୍ଦ୍ୱିତା ଓ ମାଲିମକଦ୍ଦମାରେ ସ୍ଥିତି ଅନୁକୂଳ ହୋଇପାରେ ।କୌଣସି କାମ ସୁବିଧାରେ ହେବ ନାହିଁ । ପୂର୍ବରୁ ସାହାଯ୍ୟ କରିବାକୁ ପ୍ରତଶ୍ରୁତି ଦେଇଥିବା ମିତ୍ରମାନେ ମଧ୍ୟ ନିଜର ମତ ହଠାତ୍ ବଦଳାଇ ଅସହଯୋଗ କରିପାରନ୍ତି ।
କର୍କଟ: ଆଜି ଆପଣ ପାରିବାରିକ କ୍ଷେତ୍ରରେ ପ୍ରତିକ୍ରିୟା ପ୍ରକାଶ କରି ବିବାଦୀୟ ହୋଇପାରନ୍ତି । ଆଶା ଓ ଅଭିଳାଷ ନିଶ୍ଚିତ ପୂରଣ ହୋଇପାରିବ । ଦୀର୍ଘଦିନରୁ ଅପେକ୍ଷା କରିଥିବା ଖବରଟି ଆଜି ପାଇ ସାମୟିକ ଖୁସି ହେବେ । ଶିଳ୍ପ, ପରିବହନ, ବ୍ୟବସାୟରେ ଲାଭ ଆଶାନୁରୂପ
ପାଇପାରିବେ ।
ସିଂହ: ଆଜି ଦିନଟି ଭୋଗ, ବିଳାସ ଦିଗକୁ ସ୍ୱତଃ ମନ ଟାଣିହୋଇଯିବ । ଆଜି ବିଭିନ୍ନ ସୂତ୍ରରୁ ଗୁଡାଏ ଅର୍ଥଲାଭର ଯୋଗ ରହିଛି । ବ୍ୟବସାୟକୁ ଆଗକୁ ବଢାଇବା ପାଇଁ କୌଣସି ନୂତନ ପଦକ୍ଷେପ ଗ୍ରହଣ କରିବେ । ବନ୍ଧୁମାନଙ୍କ ସହ ଅଧିକାଂଶ ସମୟ ଆଳାପ ଆଲୋଚନାରେ କଟାଇବେ ।
କନ୍ୟା: ଆଜି କାର୍ଯ୍ୟସିଦ୍ଧି ହେତୁ ଉତ୍‌ଫୁଲ୍ଲିତ ରହିବେ । କିନ୍ତୁ ପାରିବାରିକ ଅଶାନ୍ତି କ୍ଷେତ୍ରରେ ଭୁଲ୍ ବୁଝାମଣା ହିଁ ପ୍ରଧାନ କାରଣ ହେବ । ବନ୍ଧୁଙ୍କ ସହ ବହୁତ ଦିନରୁ ଭାଙ୍ଗି ପଡିଥିବା ସମ୍ପର୍କ ପୁଣି ଯୋଡି ହୋଇଯିବ । ଅବଶ୍ୟ ଗଠନମୂଳକ କାର୍ଯ୍ୟରେ ଗତି ମନ୍ଥର ହେବ, ତଥାପି କାମ ଅଟକିବ ନାହିଁ ।
ତୁଳା: ଆଜି ସୁସ୍ଥତା ଅକ୍ଷୁଣ୍ଣ ରଖିବା ସହ ହସଖୁସିରେ ରଖିବାର ସୁସ୍ଥ ପରିବେଶ ସୃଷ୍ଟି କରିବ । ଖଳ ଲୋକମାନଙ୍କ ପ୍ରାୟୋଜିତ କର୍ମକ୍ଷେତ୍ରରେ ମିଥ୍ୟା ଗୁଜବ ମନକୁ ଆତଙ୍କିତ କରିପାରେ । ଅର୍ଥ ସମ୍ପର୍କକୁ କେନ୍ଦ୍ର କରି ତର୍କର ସମ୍ମୁଖୀନ ହେବେ । ହଠାତ୍ ବନ୍ଧୁଙ୍କ ଅନୁରୋଧ କ୍ରମେ ଦେବାର୍ଚ୍ଚନା ପାଇଁ ମନ ବଳାଇବେ ।
ବିଛା: ଆଜି ନୂଆ କାମ ପାଇଁ ମନରେ ଉତ୍ସୁକତା ଲାଗି ରହିଲେ ମଧ୍ୟ ନୂତନ ସମସ୍ୟା ସୃଷ୍ଟି କରିବ । ଗତକାଲି ଠାରୁ ଆପଣ ଯେଉଁ କାମରେ ହାତ ଦେଇଛନ୍ତି ସେଥିରେ କୃତକାର୍ଯ୍ୟ ହେବେ । କଳା, ସାହିତ୍ୟ କ୍ଷେତ୍ରରେ ପ୍ରଶଂସା ପାଇବେ । ଯେଉଁ ବିବାଦୀୟ ଘଟଣା ପାଇଁ ଆଶଙ୍କା କରୁଛନ୍ତି ସେଥିରେ କିଛି ହେବ ନାହିଁ ।
ଧନୁ: ଆଜି ସ୍ୱାସ୍ଥ୍ୟ ଓ କର୍ମହାନି ସାଙ୍ଗକୁ ବିବାଦୀୟ ସ୍ଥିତି ମଧ୍ୟରେ ଅଣ ନିଃଶ୍ୱାସୀ ହୋଇପାରନ୍ତି । ବନ୍ଧୁଙ୍କ ପ୍ରେରଣାରେ କେତେକ ନୂତନ କାମର ପରିକଳ୍ପନା କରିବେ । ଶିଳ୍ପ ଓ ପରିବହନରେ ସମସ୍ୟା ଲାଗିରହିବ । ମୂଳା ନକ୍ଷତ୍ର ବିଭିନ୍ନ ସମସ୍ୟାର ସମାଧାନ ପାଇଁ ଚିନ୍ତା କରିବେ ।
ମକର: ଆଜି ପାରିବାରିକ ସ୍ଥିତି ଭଲ ରହି ନ ପାରେ । ଏଣେ ଯାହା ପାଇବା କଥା ତାହା ଠିକ୍ ସମୟରେ ପାଇବା ମଧ୍ୟ କଷ୍ଟକର ହେବାର ଆଶଙ୍କା ରହିଛି । କର୍ମକ୍ଷେତ୍ରରେ ସହକର୍ମୀଙ୍କ ଦୌରାତ୍ମ୍ୟ ଅସହ୍ୟ ହୋଇପାରେ । ମିତ୍ର,ବନ୍ଧୁରେ ଭାଙ୍ଗିପଡିଥିବା ସମ୍ପର୍କ ପୁନଃ ପ୍ରତିଷ୍ଠିତ ହେବ ।
କୁମ୍ଭ: ଆଜି ଦିନଟି ଭଲରେ ଅତିବାହିତ ହେବ । ପିଲାମାନଙ୍କର କିଛି ସମସ୍ୟା ଓ ପରିବାରରେ ହଠାତ୍ କୌଣସି ଘଟଣା ମନକୁ ବିବ୍ରତ କରିପାରେ । ବନ୍ଧୁଙ୍କ ଉପରେ ବୃଥା ସନ୍ଦେହ କରନ୍ତୁ ନାହିଁ, ଯାହାଦ୍ୱାରା ଲାଭ ବଦଳରେ କ୍ଷତି ହିଁ ହେବ । ଜମିଜମା, ପରିବହନ ସମସ୍ୟା କ୍ରମଶଃ ଜଟିଳ ହେବ ।
ମୀନ: ଆଜି ପ୍ରତ୍ୟେକ ଦିଗରୁ ଅନୁକୂଳ ବାତାବରଣ ସୃଷ୍ଟି ହେବ । ଅଟକି ରହିଯାଇଥିବା କାମଗୁଡିକ ସମ୍ପନ୍ନ ହେବ । ବିଭିନ୍ନ କ୍ଷେତ୍ରରୁ ସମ୍ମାନ ଲାଭ କରିବାର ସୁଯୋଗ ପାଇବେ । ବାଣିଜ୍ୟ, ବ୍ୟବସାୟ ଭଲରେ ଚାଲିବ । ପରୋକ୍ଷ ଶତ୍ରୁତା ସାମୟିକ ବାଧା ସୃଷ୍ଟି କରିବାର
ଆଶଙ୍କା ରହିଛି ।
ଜ୍ୟୋତିଷ ଆଚାର୍ଯ୍ୟ -ରମେଶ ଚନ୍ଦ୍ର ପଣ୍ଡା
ଶ୍ରୀ ମହାବୀର ଆଷ୍ଟ୍ରୋ ରିସର୍ଚ୍ଚ
ଦୂରଭାଷ-୯୯୩୭୦୬୭୦୫୦

Leave A Reply

Your email address will not be published.