ପାଠ୍ୟକ୍ରମରେ ସାମିଲ ହେଲା କରୋନା ବିଷୟବସ୍ତୁ ଏଣିକି ଦଶମ ପିଲା ପଢ଼ିବେ କୋଭିଡ୍ ପାଠ

0 71

ଭୁବନେଶ୍ୱର, ୧୦ା୭(ଡିକେ ନ୍ୟୁଜ): ଏଣିକି ଦଶମ ପିଲା ପଢ଼ିବେ କୋଭିଡ୍ ପାଠ । ଏଥିଲାଗି ଚଳିତ ୨୦୨୨-୨୩ ଶିକ୍ଷା ବର୍ଷ ପାଇଁ ଦଶମ ଶ୍ରେଣୀର ଜୀବ ବିଜ୍ଞାନ ପାଠ୍ୟପୁସ୍ତକରେ ମାଧ୍ୟମିକ ଶିକ୍ଷା ପରିଷଦ(ବୋର୍ଡ)ପକ୍ଷରୁ ସାମାନ୍ୟ ପରିବର୍ତ୍ତନ କରାଯାଇଛି । ଜୀବ ବିଜ୍ଞାନ ବହିରେ ପୂର୍ବରୁ ୧୦ଟି ବିଷୟ ରହିଥିବା ବେଳେ ଏବେ ବିଶ୍ୱ ମହାମାରୀକୋଭିଡ୍ ୧୯ ଓ ତାହାର ପରିଚାଳନା ନାମକ ଏକ ନୂତନ ଅଧ୍ୟାୟ ଯୋଡ଼ା ହୋଇଛି । ଫଳରେ ଜୀବ ବିଜ୍ଞାନ ବହିର ଅଧ୍ୟାୟ ସଂଖ୍ୟା ଏବେ ୧୧ ହୋଇଛି । ସେପଟେ ଚଳିତ ବର୍ଷ ଦଶମ ଶ୍ରେଣୀ ଛାତ୍ରଛାତ୍ରୀମାନେ ଜୀବ ବିଜ୍ଞାନରେ ଉକ୍ତ ୧୧ଟି ଅଧ୍ୟାୟ ପଢ଼ି ପରୀକ୍ଷା ଦେବେ ବୋଲି ବୋର୍ଡ ପକ୍ଷରୁ କୁହାଯାଇଛି । ସେହିପରି ଭୂଗୋଳ ବହିରେ ମଧ୍ୟ ଆଉ ଏକ ଅଧ୍ୟାୟ ଅନ୍ତର୍ଭୁକ୍ତ କରାଯାଇଥିବା ସୂଚନା ମିଳିଛି । ଜଳବାୟୁ ଜନିତ ବିପତ୍ତି ଏବଂ ପରିଚାଳନା ଜନିତ ଏକ ନୂତନ ଅଧ୍ୟାୟ ବହିରେ ଯୋଡ଼ା ହୋଇଛି । କୋଭିଡ ଭୟାବହତା ସମ୍ପର୍କରେ ପିଲାମାନଙ୍କୁ ମାନସିକ ସ୍ତରରେ ପ୍ରସ୍ତୁତ କରିବା ପାଇଁ ବିଭାବ ଏପରି ନିଷ୍ପତ୍ତି ନେଇଛି ବୋଲି ଗଣଶିକ୍ଷା ମନ୍ତ୍ରୀ ସମୀର ଦାସ କହିଛନ୍ତି । ବିଶେଷକରି ଜଳବାୟୁ ପରିବର୍ତ୍ତନ ହେଉଥିବାରୁ ସେ ବିଷୟରେ ପିଲାମାନଙ୍କୁ ପୂର୍ବରୁ ପ୍ରସ୍ତୁତ ରଖିବା ଲାଗି ବିଭାଗ ଏପରି ନିଷ୍ପତ୍ତି ନେଇଛି । ଜୀବବିଜ୍ଞାନ ବହିରେ ପୂର୍ବରୁ ୧୦ଟି ବିଷୟ ରହିଥିବା ବେଳେ ଏବେ ବିଶ୍ୱ ମହାମାରୀ-କୋଭିଡ୍ ପ ୧୯ ଓ ତାହାର ପରିଚାଳନା ନାମକ ଏକ ନୂତନ ଅଧ୍ୟାୟ ଯୋଡ଼ା ହୋଇଛି । ଫଳରେ ଜୀବ ବିଜ୍ଞାନ ବହିର ଅଧ୍ୟାୟ ସଂଖ୍ୟା ଏବେ ୧୧ ହୋଇଛି । ଚଳିତ ବର୍ଷ ଦଶମ ଶ୍ରେଣୀ ଛାତ୍ରଛାତ୍ରୀମାନେ ଜୀବ ବିଜ୍ଞାନରେ ଉକ୍ତ ୧୧ଟି ଅଧ୍ୟାୟ ପଢ଼ି ପରୀକ୍ଷା ଦେବେ ବୋଲି ବୋର୍ଡ ପକ୍ଷରୁ କୁହାଯାଇଛି । ସେହିପରି ଭୂଗୋଳ ବହିରେ ମଧ୍ୟ ଆଉ ଏକ ଅଧ୍ୟାୟ ଅନ୍ତର୍ଭୁକ୍ତ କରାଯାଇଥିବା ସୂଚନା ମିଳିଛି । ଜଳବାୟୁ ଜନିତ ବିପତ୍ତି ଏବଂ ପରିଚାଳନା ଜନିତ ଏକ ନୂତନ ଅଧ୍ୟାୟ ବହିରେ ଯୋଡ଼ା ହୋଇଛି । ସଂସ୍କୃତ ବହିରେ ଥିବା ଶୃଗାଳ ଶିଶୁ କଥା ଅଧ୍ୟାୟ ପୂର୍ବରୁ ପଢ଼ା ଯାଉନଥିବା ବେଳେ ଚଳିତ ଶିକ୍ଷାବର୍ଷରେ ସଂସ୍କୃତ ଇଚ୍ଛାଧିନ ବିଷୟ ରଖିଥିବା ଛାତ୍ରଛାତ୍ରୀମାନେ ଉକ୍‌ତ ବିଷୟଟି ପଢ଼ିବେ ବୋଲି କହିଛନ୍ତି ଗଣଶିକ୍ଷା ମନ୍ତ୍ରୀ । ଅନ୍ୟପଟେ ଏବେ ରାଜ୍ୟରେ ସଂକ୍ରମଣ ବଢୁଥିବାରୁ ସତର୍କ ରହିବାକୁ ଛାତ୍ରଛାତ୍ରୀ, ଶିକ୍ଷକ ଶିକ୍ଷୟିତ୍ରୀ ଓ ଅଭିଭାବକଙ୍କୁ ପରାମର୍ଶ ଦେଇଛନ୍ତି ସ୍କୁଲ ଓ ଗଣଶିକ୍ଷା ମନ୍ତ୍ରୀ ସମୀର ଦାଶ । ଥଣ୍ଡା ହୋଇଥିଲେ ପିଲାମାନେ ସ୍କୁଲ ଆସନ୍ତୁ ନାହିଁ । ସବୁ ଥଣ୍ଡା ଜ୍ୱର କୋଭିଡ୍ ନୁହେଁ । କିନ୍ତୁ ସ୍ୱାସ୍ଥ୍ୟ ବିଭାଗର ପରାମର୍ଶ ଅନୁଯାୟୀ ଅଭିଭାବକଙ୍କୁ କୁହାଯାଇଛି, ଥଣ୍ଡା ଜ୍ୱର ହୋଇଥିଲେ ପିଲାଙ୍କୁ ସ୍କୁଲ ନ ଛାଡ଼ନ୍ତୁ ।

Leave A Reply

Your email address will not be published.