ଦେଶ ଜଣେ ବିଶିଷ୍ଟ ବୈଜ୍ଞାନିକଙ୍କୁ ହରାଇଲା: ନବୀନ ରାଷ୍ଟ୍ରୀୟ ମର୍ଯ୍ୟାଦା ସହ ହେବ ଶେଷକୃତ୍ୟ

0 74

ଭୁବନେଶ୍ୱର, ୧୯ା୭(ଡିକେ ନ୍ୟୁଜ): ଦେଶର ଜଣାଶୁଣା ଜୀବବିଜ୍ଞାନୀ ତଥା ଆଇଏଲଏସ୍‌ ନିର୍ଦ୍ଦେଶକ ପଦ୍ମଶ୍ରୀ ଡକ୍ଟର ଅଜୟ କୁମାର ପରିଡ଼ାଙ୍କର ବିୟୋଗରେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଗଭୀର ଶୋକ ପ୍ରକାଶ କରିଛନ୍ତି । ଏକ ଶୋକବାର୍ତ୍ତାରେ ମୁଖ୍ୟମନ୍ତ୍ରୀ କହିଛନ୍ତି ଯେ ସ୍ୱର୍ଗତ ପରିଡା ଜାତୀୟସ୍ତରରେ ଜଣେ ଉଚ୍ଚକୋଟୀର ବୈଜ୍ଞାନିକ ଥିଲେ । ଗବେଷଣା କ୍ଷେତ୍ରରେ ଓଡିଶାର ଜୀବ ବିଜ୍ଞାନ ପ୍ରତିଷ୍ଠାନକୁ ଜାତୀୟ ଓ ଅନ୍ତର୍ଜାତୀୟ ସ୍ତରର ସ୍ୱୀକୃତି ମିଳିବା କ୍ଷେତ୍ରରେ ସେ ଗୁରୁତ୍ୱପୂର୍ଣ୍ଣ ଭୂମିକା ଗ୍ରହଣ କରିଥିଲେ । କରୋନା ସମୟରେ ଡଃ ପରିଡା ଓ ଜୀବ ବିଜ୍ଞାନ ପ୍ରତିଷ୍ଠାନକୁ ଗୁରୁତ୍ୱପୂର୍ଣ୍ଣ ବୈଜ୍ଞାନିକ ସହାୟତା ଯୋଗାଇ ଦେଇଥିଲେ ବୋଲି ମୁଖ୍ୟମନ୍ତ୍ରୀ କହିଛନ୍ତି । ତାଙ୍କ ବିୟୋଗରେ ଦେଶ ଜଣେ ବିଶିଷ୍ଟ ବୈଜ୍ଞାନିକଙ୍କୁ ହରାଇଲା ବୋଲି ପ୍ରକାଶ କରିବା ସହିତ ତାଙ୍କର ଶେଷକୃତ୍ୟ ରାଷ୍ଟ୍ରୀୟ ମର୍ଯ୍ୟାଦା ସହ ସଂପାଦନ କରାଯିବ ବୋଲି ଘୋଷଣା କରିଛନ୍ତି । ଏଥି ସହିତ ପରଲୋକଗତ ଆତ୍ମାର ସଦ୍‌ଗତି କାମନା କରିବା ସହ ଶୋକସନ୍ତପ୍ତ ପରିବାର ବର୍ଗଙ୍କ ପ୍ରତି ଗଭୀର ସମବେଦନା ଜଣାଇଛନ୍ତି ।

Leave A Reply

Your email address will not be published.