ଆଜିଠୁ ୫ଦିନ ଯାଏ ପ୍ରବଳ ଛେଚିବ

0 57

ଭୁବନେଶ୍ୱର, ୨୦ା୭(ଡିକେ ନ୍ୟୁଜ): ରାଜ୍ୟରେ ଆଗାମୀ ୫ଦିନ ପର୍ଯ୍ୟନ୍ତ ବିଭିନ୍ନ ଜିଲ୍ଲାରେ ପ୍ରବଳରୁ ଓ ଅତିପ୍ରବଳ ବର୍ଷା ହେବାର ସମ୍ଭବନା ରହିଛି । ଏ ନେଇ ପ୍ରବଳବର୍ଷା ସମ୍ଭାବନା ଥିବା ଜିଲ୍ଲାଗୁଡ଼ିକୁ ୟେଲୋ ୱାର୍ଣ୍ଣିଂ ଜାରି କରାଯାଇଥିବା ବେଳେ ଅତି ପ୍ରବଳବର୍ଷା ସମ୍ଭାବନା ଥିବା ଜିଲ୍ଲାଗୁଡିକ ପାଇଁ ଅରେଞ୍ଜ ୱାର୍ଣ୍ଣିଂ ଜାରି କରାଯାଇଛି । ଏହି ପରିପ୍ରେକ୍ଷୀରେ ଆଗାମୀ ୨୪ଘଣ୍ଟାରେ ୭ଜିଲ୍ଲାରେ ପ୍ରବଳ ବର୍ଷା ସମ୍ଭାବନା ରହିଛି । ଏ ନେଇ ଭୁବନେଶ୍ୱରସ୍ଥିତ ଆଞ୍ଚଳିକ ପାଣିପାଗ ବିଜ୍ଞାନ କେନ୍ଦ୍ର ପକ୍ଷରୁ ସୂଚନା ଦିଆଯାଇଛି । ପ୍ରବଳବର୍ଷା ସମ୍ଭାବନା ଥିବା ୭ ଜିଲ୍ଲାଗୁଡିକ ହେଲା ସୁନ୍ଦରଗଡ଼, ମୟୁରଭଞ୍ଜ, କେନ୍ଦୁଝର, ଯାଜପୁର, ଜଗତସିଂହପୁର, ପୁରୀ ଓ ଗଞ୍ଜାମ । ଏହାକୁ ଦୃଷ୍ଟିରେ ରଖି ଏହି ୭ ଜିଲ୍ଲାକୁ ୟେଲୋୱାର୍ଣ୍ଣିଂ ଜାରି କରିଛି ପାଣିପାଗ ବିଭାଗ । ସେହିପରି ୨୨ ତାରିଖ ପାଇଁ ୧୩ ଜିଲ୍ଲାକୁ ୱେଲୋୱାର୍ଣ୍ଣିଂ ଜାରି କରାଯାଇଛି । ଉକ୍ତ ୧୩ ଜିଲ୍ଲାଗୁଡିକ ହେଲା ସୁନ୍ଦରଗଡ଼, ଝାରସୁଗୁଡା, ସମ୍ବଲପୁର, ବରଗଡ଼, ସୋନପୁର, ବୌଦ୍ଧ, ନୟାଗଡ଼, କନ୍ଧମାଳ, ଗଞ୍ଜାମ, କଳାହାଣ୍ଡି, ବଲାଙ୍ଗୀର, ନୂଆପଡ଼ା ଓ ନବରଙ୍ଗପୁର । ସେହିପରି ୨୩ ତାରିଖରେ ୭ ଜିଲ୍ଲାରେ ଅତିପ୍ରବଳ ବର୍ଷା ସମ୍ଭାବନା ରହିଥିବା ବେଳେ ୧୬ ଜିଲ୍ଲାରେ ପ୍ରବଳବର୍ଷା ସମ୍ଭାବନା ରହିଛି । ଅତିପ୍ରବଳ ବର୍ଷା ସମ୍ଭାବନା ରହିଥିବା ୭ ଜିଲ୍ଲାଗୁଡିକୁ ଅରେଞ୍ଜ ୱାର୍ଣ୍ଣିଂ କରାଯାଇଛି । ଉକ୍ତ ୭ ଜିଲ୍ଲାଗୁଡିକ ହେଲା ବରଗଡ଼ , ସମ୍ବଲପୁର, ଅନୁଗୁଳ, ଢେଙ୍କାନାଳ, କଟକ, ଜଗତସିଂହପୁର ଓ ପୁରୀ । ୨୪ ତାରିଖ ପାଇଁ ୭ ଜିଲ୍ଲାରେ ଅତିପ୍ରବଳ ବର୍ଷା ସମ୍ଭାବନା ରହିଥିବା ବେଳେ ୧୫ ଜିଲ୍ଲାରେ ପ୍ରବଳ ବର୍ଷା ସମ୍ଭାବନା ରହିଛି । ଅତିପ୍ରବଳ ବର୍ଷା ସମ୍ଭାବନା ରହିଥିବା ଜିଲ୍ଲାଗୁଡିକ ହେଲେ ସୁନ୍ଦରଗଡ଼, କେନ୍ଦୁଝର, ଢେଙ୍କାନାଳ, ଯାଜପୁର, କେନ୍ଦ୍ରାପଡ଼ା, ଜଗତସିଂହପୁର ଓ ପୁରୀ । ୨୫ ତାରିଖ ପାଇଁ ୮ ଜିଲ୍ଲାରେ ଅତିପ୍ରବଳ ବର୍ଷା ସମ୍ଭାବନା ରହିଥିବା ବେଳେ ୧୦ ଜିଲ୍ଲାରେ ପ୍ରବଳ ବର୍ଷା ସମ୍ଭାବନା ରହିଛି । ଅତିପ୍ରବଳ ବର୍ଷା ସମ୍ଭାବନା ରହିଥିବା ଜିଲ୍ଲାଗୁଡିକ ହେଲା ନବରଙ୍ଗପୁର, କଳାହାଣ୍ଡି, କନ୍ଧମାଳ, ବଲାଙ୍ଗୀର, ନୂଆପଡ଼ା, ବୌଦ୍ଧ, ସୋନପୁର ଓ ବରଗଡ଼ ।

Leave A Reply

Your email address will not be published.