ଓଡ଼ିଆଙ୍କ ପାଇଁ ଗୌରବର ମୁହୂର୍ତ୍ତ

0 71

ଭୁବନେଶ୍ୱର, ୨୧ା୭(ଡିକେ ନ୍ୟୁଜ): ରାଷ୍ଟ୍ରପତି ନିର୍ବାଚନରେ ବିଜୟୀ ହୋଇଛନ୍ତି ଓଡ଼ିଆ ଝିଅ ଦ୍ରୌପଦୀ ମୁର୍ମୁ । ବିରୋଧୀ ପ୍ରାର୍ଥୀ ଯଶୱନ୍ତ ସିଂହ୍ନାଙ୍କୁ ବିପୁଳ ଭୋଟରେ ପରାସ୍ତ କରି ସେ ରାଇସିନା ହିଲକୁ ଯାଇଛନ୍ତି । ନିର୍ବାଚନ ଜିତିବା ପରେ ତାଙ୍କୁ ଅଭିନନ୍ଦନ ଜଣାଇଛନ୍ତି ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ । ପ୍ରତି ଓଡ଼ିଆଙ୍କ ପାଇଁ ଏହା ଗୌରବର ମୁହୂର୍ତ୍ତ ବୋଲି କହିଛନ୍ତି ନବୀନ । ଦେଶର ପ୍ରଥମ ନାଗରିକ ହେବା ପାଇଁ ତାଙ୍କର ଯାତ୍ରା ପ୍ରକୃତରେ ପ୍ରେରଣାଦାୟକ ଏବଂ ଏହି ଯାତ୍ରା ମହିଳା ସଶକ୍ତିକରଣର ଏକ ଉଜ୍ଜ୍ୱଳ ଉଦାହରଣ । ଆଗକୁ ଏକ ପୂର୍ଣ୍ଣ କାର୍ଯ୍ୟକାଳ ପାଇଁ ତାଙ୍କୁ ବହୁତ ଶୁଭେଚ୍ଛା ଜଣାଉଛି ବୋଲି ନବୀନ କହିଛନ୍ତି । ଦେଶର ପ୍ରଥମ ଆଦିବାସୀ ମହିଳା ଭାବେ ରାଷ୍ଟ୍ରପତି ନିର୍ବାଚିତ ହୋଇଛନ୍ତି ମୁର୍ମୁ । ତାଙ୍କ ପ୍ରାର୍ଥତ୍ୱକୁ ସମର୍ଥନ କରିଥିଲା ବିଜେଡି ।

Leave A Reply

Your email address will not be published.