ଦ୍ରୌପଦୀଙ୍କୁ ଭେଟିଲେ ନବୀନ

0 70

ନୂଆଦିଲ୍ଲୀ/ଭୁବନେଶ୍ୱର, ୨୪ା୭(ଡିକେ ନ୍ୟୁଜ): ଦ୍ରୌପଦୀ ମୁର୍ମୁଙ୍କୁ ଭେଟିଲେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ । ବିଜେଡି ସାଂସଦମାନଙ୍କ ସହ ଭେଟି ଶୁଭେଚ୍ଛା ଜଣାଇଛନ୍ତି । ଲୋକସଭା ଓ ରାଜ୍ୟସଭା ସାଂସଦମାନେ ଏହି ଅବସରରେ ସାମିଲ ଥିଲେ । ଦ୍ରୌପଦୀଙ୍କୁ ଭେଟିବା ପରେ ପ୍ରତିକ୍ରିୟା ଦେଇଛନ୍ତି ମୁଖ୍ୟମନ୍ତ୍ରୀ । କହିଲେ ଦ୍ରୌପଦୀ ମୁର୍ମୁଙ୍କୁ ଭେଟି ଶୁଭେଚ୍ଛା ଜଣାଇଲି । ଓଡିଆ ଝିଅ ରାଷ୍ଟ୍ରପତି ହୋଇଥିବାରୁ ଅତ୍ୟନ୍ତ ଖୁସି ଅଛି । ଆମେ ତାଙ୍କ ପାଇଁ ଗର୍ବିତ ବୋଲି କହିଛନ୍ତି । ସେହିପରି ସାଂସଦମାନେ ଭେଟି ଖୁସିଥିବା କଥା କହିଛନ୍ତି । ଏହି ଅବସରରେ ପାରମ୍ପରିକ ନୃତ୍ୟ କଳାରେ ସମ୍ପୂର୍ଣ୍ଣ ଅଞ୍ଚଳ ଉତ୍ସବ ମୁଖରିତ ହୋଇଥିଲା । ଭେଟ୍‌ଘାଟ ପାଇଁ ରଙ୍ଗାରଙ୍ଗ କାର୍ଯ୍ୟକ୍ରମ ମଧ୍ୟ କ୍ୟାମ୍ପସରେ ଆୟୋଜନ କରାଯାଇଥିଲା । ଆସନ୍ତାକାଲି ରାଷ୍ଟ୍ରପତି ଭାବେ ଶପଥ ନେବେ ଓଡିଆ ଝିଅ ତଥା ନବ ନିର୍ବାଚିତ ଦ୍ରୌପଦୀ ମୁର୍ମୁ । ସ୍ୱତନ୍ତ୍ର ନିମନ୍ତ୍ରଣ କ୍ରମେ ମୁଖ୍ୟମନ୍ତ୍ରୀ ଶପଥ ଗ୍ରହଣ ଉତ୍ସବରେ ସାମିଲ ହେବା ପାଇଁ ଦିଲ୍ଲୀ ଯାଇଛନ୍ତି । ଓଡିଶାରୁ ସାଂସଦମାନେ ମଧ୍ୟ ଏହି ଅବସରରେ ଉପସ୍ଥିତ ରହିବେ । ସୂଚନାଥାଉ କି, ରାଷ୍ଟ୍ରପତି ନିର୍ବାଚନରେ ବିଜେଡି ମାଟିର ଝିଅ ଦ୍ରୌପଦୀ ମୁର୍ମୁଙ୍କୁ ପୂର୍ଣ୍ଣ ସମର୍ଥନ କରିବା ସହ ଅନ୍ୟ ଦଳମାନଙ୍କୁ ସମର୍ଥନ କରିବା ପାଇଁ ଅପିଲ କରିଥିଲା ।

Leave A Reply

Your email address will not be published.