ଆଜି ଯୁକ୍ତ ଦୁଇ ବାଣିଜ୍ୟ ଓ ବିଜ୍ଞାନ ରେଜଲ୍ଟ

0 58

ଭୁବନେଶ୍ୱର, ୨୬ା୭(ଡିକେ ନ୍ୟୁଜ): ଆସନ୍ତାକାଲି ପ୍ରକାଶ ପାଇବ ଯୁକ୍ତ ଦୁଇ ପରୀକ୍ଷା ଫଳ । କାଲି ଅପରାହ୍ଣ ୪ଟାରେ ଘୋଷଣା ହେବ ପରୀକ୍ଷା ଫଳ । ଏନେଇ ଘୋଷଣା କରିଛନ୍ତି ଗଣଶିକ୍ଷା ମନ୍ତ୍ରୀ ସମୀର ରଞ୍ଜନ ଦାଶ । ପ୍ରଥମେ ବିଜ୍ଞାନ ଓ ବାଣିଜ୍ୟର ଫଳ ବାହାରିବ । ଏକ ସପ୍ତାହ ପରେ କଳାର ରେଜଲ୍ଟ ଉପଲବ୍ଧ ହେବ । ବୋର୍ଡ କାର୍ଯ୍ୟାଳୟରେ ଫଳ ପ୍ରକାଶ ହେବ । ପରେ ଛାତ୍ରଛାତ୍ରୀ ଇଣ୍ଟରନେଟ୍‌ରୁ ନିଜ ରେଜଲ୍ଟ ପାଇପାରିବେ । ଚଳିତବର୍ଷ ରାଜ୍ୟର ୧୧୩୩ଟି ପରୀକ୍ଷା କେନ୍ଦ୍ରରେ ମୋଟ୍ ୩ଲକ୍ଷ ୨୧ହଜାର ୫୦୮ ପରୀକ୍ଷାର୍ଥୀ ଯୁକ୍ତ ୨ ପରୀକ୍ଷା ଦେଇଛନ୍ତି । କଳାରେ ୨ଲକ୍ଷ ୧୩ହଜାର ୪୩୨ ଜଣ ପରୀକ୍ଷାର୍ଥୀ ଥିବା ବେଳେ ବିଜ୍ଞାନରେ ୭୮ହଜାର ୭୭ଜଣ, ବାଣିଜ୍ୟରେ ୨୪ହଜାର ୧୩୬ଜଣ ଏବଂ ଧନ୍ଦାମୂଳକ ଶିକ୍ଷାରେ ୫ହଜାର ୮୬୩ଜଣ ରହିଛନ୍ତି । ପ୍ରତିବର୍ଷ ପରି ଏଥର ମଧ୍ୟ ବିଜ୍ଞାନ ଓ ବାଣିଜ୍ୟର ସମସ୍ତ ଉତ୍ତର ଖାତା ଇ-ମୂଲ୍ୟାୟନ କରାଯାଇଛି । ମୂଲ୍ୟାୟନ ଲାଗି ୧୨ହଜାରରୁ ଅଧିକ ଅଧ୍ୟାପକଙ୍କୁ ନିଯୁକ୍ତ କରାଯାଇଥିଲା । ମୂଲ୍ୟାୟନରେ ସ୍ୱଚ୍ଛତା ବଜାୟ ରଖିବା ଲାଗି ପ୍ରତି କେନ୍ଦ୍ରରେ ସିସିଟିଭି ଲାଗିବା ସହ ଇ-ମୂଲ୍ୟାୟନ କେନ୍ଦ୍ରରେ ଏସି ଲଗାଇବା ବାଧ୍ୟତାମୂଳକ ହୋଇଥିଲା । ଚଳିତବର୍ଷ ମୂଲ୍ୟାୟନ ନିମନ୍ତେ ଦୁଇପ୍ରକାରର ମୂଲ୍ୟାୟନ ପଦ୍ଧତି ଗ୍ରହଣ କରାଯାଇଛି । ପ୍ରଥମ ପଦ୍ଧତିରେ ଉଚ୍ଚ ମାଧ୍ୟମିକ ବିଦ୍ୟାଳୟ ସ୍ତରରେ ହୋଇଥିବା ଇଣ୍ଟରନାଲ୍ ପରୀକ୍ଷାରେ ଛାତ୍ରଛାତ୍ରୀମାନେ ପାଇଥିବା ମାର୍କରୁ ୨୦% ୱେଟେଜ୍‌(ହାରାହାରି ମାର୍କ) ଓ ଦ୍ୱାଦଶ ପରୀକ୍ଷାର ୮୦% ୱେଟେଜକୁ ନିଆଯାଇ ପିଲାଙ୍କୁ ପ୍ରତ୍ୟେକ ବିଷୟର ମାର୍କ ଦିଆଯିବ । ପିଲାଙ୍କ ତିନୋଟି ଇଣ୍ଟରନାଲ୍ ପରୀକ୍ଷା ମଧ୍ୟରୁ ସର୍ବାଧିକ ମାର୍କ ପାଇଥିବା ଦୁଇଟି ପରୀକ୍ଷାକୁ ବିଚାରକୁ ନିଆଯିବ । ପ୍ରଥମ ପଦ୍ଧତି ଅନୁଯାୟୀ ଉଭୟ ଇଣ୍ଟରନାଲ୍ ଏବଂ ଯୁକ୍ତ ଦୁଇ ବୋର୍ଡ(ଦ୍ୱାଦଶ) ପରୀକ୍ଷାର ୱେଟେଜ୍ ଭିତ୍ତିରେ ପିଲାଙ୍କୁ ସମୁଦାୟ ମାର୍କ ଦିଆଯିବ । ସେହିପରି ଦ୍ୱିତୀୟ ପଦ୍ଧତିରେ କେବଳ ଯୁକ୍ତ ୨ ବୋର୍ଡ ପରୀକ୍ଷାରେ ରଖିଥିବା ନମ୍ବରକୁ ଶତ ପ୍ରତିଶତ ୱେଟେଜ୍ ଭାବେ ଗ୍ରହଣ କରାଯିବ । ଉପରୋକ୍ତ ଦୁଇଟି ପଦ୍ଧତି ମଧ୍ୟରୁ ଯେଉଁଥିରେ ପିଲାଙ୍କ ମାର୍କ ଅଧିକ ହେବ ତାହାକୁ ସମ୍ପୃକ୍ତ ବିଷୟର ଚୂଡ଼ାନ୍ତ ମାର୍କ ଭାବେ ବିଚାର କରାଯିବ ବୋଲି ସିଏଚ୍‌ଏସ୍‌ଇ ଦର୍ଶାଇଛି ।

Leave A Reply

Your email address will not be published.