ମୁଖ୍ୟମନ୍ତ୍ରୀଙ୍କୁ ଭେଟିଲେ ୟୁନିୟନ୍ ବ୍ୟାଙ୍କ ସିଇଓ

0 70

ଭୁବନେଶ୍ୱର, ୪ା୮(ଡିକେ ନ୍ୟୁଜ): ୟୁନିୟନ ବ୍ୟାଙ୍କ ଏମ୍‌ଡି ତଥା ସିଇଓ ଏ. ମଣିମେଖାଲାଇ ନବୀନ ନିବାସ ଯାଇ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକଙ୍କୁ ସୌଜନ୍ୟମୂଳକ ସାକ୍ଷାତ କରିଛନ୍ତି । ଗରିବ ଓ ଅତି ଗରିବଙ୍କ ଆର୍ଥିକ ସ୍ଥିତିକୁ ନେଇ ଉଭୟଙ୍କ ମଧ୍ୟରେ ଆଲୋଚନା ହୋଇଛି । ଚାଷୀ ଏବଂ ମହିଳା ସ୍ୱୟଂ ସହାୟିକା ଗୋଷ୍ଠୀଙ୍କ ପାଇଁ ଆର୍ଥିକ ସହାୟତା ବୃଦ୍ଧି କରିବାକୁ ମୁଖ୍ୟମନ୍ତ୍ରୀ ମଣିମେଖାଲାଇଙ୍କୁ କହିଥିଲେ । ଏହାକୁ ସେ ଗ୍ରହଣ କରିବା ସହ ଚାଷୀ ଓ ମହିଳା ସ୍ୱୟଂ ସହାୟିକା ଗୋଷ୍ଠୀ ପାଇଁ ବ୍ୟାଙ୍କର ଆଉଟରିଚ୍ କାର୍ଯ୍ୟକ୍ରମ ବଢାଇବେ ବୋଲି କହିଥିଲେ । ମୁଖ୍ୟମନ୍ତ୍ରୀଙ୍କ ସହ ମନିମେଖାଲାଇ ଭେଟ ସମୟରେ ୫-ଟି ସଚିବ ଭି.କେ ପାଣ୍ଡିଆନ ଏବଂ ବ୍ୟାଙ୍କର ବରିଷ୍ଠ ଅଧିକାରୀମାନେ ଉପସ୍ଥିତ ଥିଲେ ।

Leave A Reply

Your email address will not be published.