୮ରେ ଯୁକ୍ତ ୨ କଳା ପରୀକ୍ଷା ଫଳ

0 64

ଭୁବନେଶ୍ୱର, ୬ା୮(ଡିକେ ନ୍ୟୁଜ): ଆସନ୍ତା ୮ ତାରିଖରେ ପ୍ରକାଶ ପାଇବ ଯୁକ୍ତ ୨ କଳା
ରେଜଲ୍ଟ । ଅପରାହ୍ନ ୪ ଟାରେ ପ୍ରକାଶ ପାଇବ ଯୁକ୍ତ ଦୁଇ କଳା ଓ ଧନ୍ଦା ମୂଳକ ଶିକ୍ଷା ପରୀକ୍ଷା ଫଳ । ସିଏଚ୍‌ଏସ୍‌ଇ କାର୍ଯ୍ୟାଳୟରେ ଫଳ ପ୍ରକାଶ ପାଇବ ବୋଲି ସିଏଚ୍‌ଏସଇ ପକ୍ଷରୁ ସୂଚନା ଦିଆଯାଇଛି । ସୂଚନାଯୋଗ୍ୟ ଚଳିତବର୍ଷ ରାଜ୍ୟରେ କଳାରେ ୨ଲକ୍ଷ ୧୩ହଜାର ୪୩୨ ଜଣ
ପରୀକ୍ଷାର୍ଥୀ ଏବଂ ଧନ୍ଦାମୂଳକ ଶିକ୍ଷାରେ ୫ହଜାର ୮୬୩ଜଣ ପରୀକ୍ଷା ଦେଇଥିଲେ । ଚଳିତବର୍ଷ ମୂଲ୍ୟାୟନ ନିମନ୍ତେ ଦୁଇ ପ୍ରକାରର ମୂଲ୍ୟାୟନ ପଦ୍ଧତି ଗ୍ରହଣ କରାଯାଇଛି । ଦୁଇଟି ପଦ୍ଧତି ମଧ୍ୟରୁ ଯେଉଁଥିରେ ପିଲାଙ୍କ ମାର୍କ ଅଧିକ ହେବ ତାହାକୁ ସମ୍ପୃକ୍ତ ବିଷୟର ଚୂଡ଼ାନ୍ତ ମାର୍କ ଭାବେ ବିଚାର କରାଯିବ । ପ୍ରଥମ ପଦ୍ଧତିରେ ଉଚ୍ଚମାଧ୍ୟମିକ ବିଦ୍ୟାଳୟ ସ୍ତରରେ
ହୋଇଥିବା ଇଣ୍ଟରନାଲ୍ ପରୀକ୍ଷାରେ ଛାତ୍ରଛାତ୍ରୀମାନେ ପାଇଥିବା ମାର୍କରୁ ୨୦% ୱେଟେଜ୍‌(ହାରାହାରି ମାର୍କ) ଓ ଦ୍ୱାଦଶ ପରୀକ୍ଷାର ୮୦% ୱେଟେଜକୁ ନିଆଯାଇ ପିଲାଙ୍କୁ ପ୍ରତ୍ୟେକ ବିଷୟର ମାର୍କ ଦିଆଯାଇଛି । ପିଲାଙ୍କ ତିନୋଟି ଇଣ୍ଟରନାଲ୍ ପରୀକ୍ଷା ମଧ୍ୟରୁ ସର୍ବାଧିକ ମାର୍କ ପାଇଥିବା ଦୁଇଟି ପରୀକ୍ଷାକୁ ବିଚାରକୁ ନିଆଯାଇଛି । ପ୍ରଥମ ପଦ୍ଧତି ଅନୁଯାୟୀ ଉଭୟ ଇଣ୍ଟରନାଲ୍ ଏବଂ ଯୁକ୍ତ ଦୁଇ ବୋର୍ଡ(ଦ୍ୱାଦଶ) ପରୀକ୍ଷାର ୱେଟେଜ୍‌
ଭିତ୍ତିରେ ପିଲାଙ୍କୁ ସମୁଦାୟ ମାର୍କ ଦିଆଯାଇଛି । ସେହିପରି ଦ୍ୱିତୀୟ ପଦ୍ଧତିରେ କେବଳ ଯୁକ୍ତ ୨ ବୋର୍ଡ ପରୀକ୍ଷାରେ ରଖିଥିବା ନମ୍ବରକୁ ଶତ ପ୍ରତିଶତ ୱେଟେଜ୍ ଭାବେ ଗ୍ରହଣ କରାଯାଇଛି । ଉପରୋକ୍ତ ଦୁଇଟି ପଦ୍ଧତି ମଧ୍ୟରୁ ଯେଉଁଥିରେ ପିଲାଙ୍କ ମାର୍କ
ଅଧିକ ହେବ ତାହାକୁ ସମ୍ପୃକ୍ତ ବିଷୟର ଚୂଡ଼ାନ୍ତ ମାର୍କ ଭାବେ ବିଚାର କରାଯାଇଛି ବୋଲି ସିଏଚ୍‌ଏସ୍‌ଇ ଦର୍ଶାଇଛି ।

Leave A Reply

Your email address will not be published.