ତୁହାକୁ ତୁହା ବର୍ଷାରେ ଭିଜୁଛି ଓଡ଼ିଶା ଆଜି ୩୦ ଜିଲ୍ଲାକୁ ବର୍ଷା ଆଲଟ

0 71

ଭୁବନେଶ୍ୱର, ୮ା୮(ଡିକେ ନ୍ୟୁଜ): ବଙ୍ଗୋପସାଗରରେ ସୃଷ୍ଟି ହୋଇଥିବା ଲଘୁ·ପ ଘନୀଭୂତ ହୋଇ ସଦୃଶ୍ୟ ଲଘୁ·ପରେ ପରିଣତ ହୋଇଛି । ଲଘୁ·ପ ଯୋଗୁଁ ମୌସୁମୀ ସକ୍ରିୟ ହୋଇଛି । ରବିବାର ଉପକୂଳ ଓ ଆଭ୍ୟନ୍ତରୀଣ ଓଡ଼ିଶାରେ ପ୍ରବଳ ବର୍ଷା ସହ ଆଜି ସୋମବାର ସକାଳେ ମଧ୍ୟ ପ୍ରବଳ ବର୍ଷା ପ୍ରଭାବ ଦେଖିବାକୁ ମିଳିଛି । ବର୍ତ୍ତମାନର ସଦୃଶ୍ୟ ଲଘୁ·ପଟି ଆହୁରି ଘନୀଭୂତ ହୋଇ ଆସନ୍ତା ୨୪ ଘଣ୍ଟା ମଧ୍ୟରେ ଅବପାତରେ ପରିଣତ ହେବ । ଲଘୁ·ପଟି ଅବପାତରେ ପରିଣତ ହୋଇ ସମଗ୍ର ଓଡିଶାର ପଶ୍ଚିମଉତ୍ତର-ପଶ୍ଚିମ ଦିଗକୁ ଗତି କରିବାର ସମ୍ଭାବନା ରହିଛି । ଏହାର ପ୍ରଭାବରେ ଆଗାମୀ ୫ ଦିନ ପର୍ଯ୍ୟନ୍ତ ଓଡିଶାର ଜିଲ୍ଲାଗୁଡ଼ିକର ଅଧିକାଂଶ ସ୍ଥାନରେ ପ୍ରବଳରୁ ଅତିପ୍ରବଳ ବର୍ଷା ସହ ବଜ୍ରପାତ ହେବାର ସମ୍ଭାବନା ରହିଛି । ପ୍ରବଳ ବର୍ଷା ଯୋଗୁଁ ରାଜ୍ୟର ପ୍ରମୁଖ ନଦୀଗୁଡ଼ିକରେ ଜଳସ୍ତର ବୃଦ୍ଧି ହେଉଛି । ଏହାସହିତ ମହାନଦୀର ଉପରମୁଣ୍ଡ ଛତିଶଗଡ଼ରେ ମଧ୍ୟ ପ୍ରବଳ ହେଉଛି । ତେଣୁ ହୀରାକୁଦରେ ଜଳସ୍ତର ବଢ଼ୁଥିବାରୁ ରବିବାରଠାରୁ ପୁଣି ହୀରାକୁଦରୁ ୨ଟି ଗେଟ୍ ଖୋଲାଯାଇଛି । ଯାହାପରେ ରାଜ୍ୟର ଅଧିକାଂଶ ନଦୀ ଫୁଲିବାର ଆଶଙ୍କା ସୃଷ୍ଟି ହୋଇଛି । ଅନ୍ୟପଟେ ଲଘୁ·ପର ପ୍ରଭାବକୁ ଦେଖି ପାଣିପାଗ ବିଭାଗ ପକ୍ଷରୁ ସତର୍କ ସୂଚନା ଜାରି କରାଯାଇଛି । ଆସନ୍ତା ୨୪ ଘଣ୍ଟା ମଧ୍ୟରେ ଅର୍ଥାତ୍ ୯ ତାରିଖ ମଙ୍ଗଳବାର ସୁଦ୍ଧା ଓଡିଶାର ଗଜପତି, ଗଂଜାମ ଓ କନ୍ଧମାଳ ପ୍ରଭୃତି ୩ଟି ଜିଲ୍ଲାର ଗୋଟିଏ କିମ୍ବା ଦୁଇଟି ସ୍ଥାନରେ ଅତ୍ୟଧିକ ପ୍ରବଳ ବର୍ଷା ହେବାର ସମ୍ଭାବନା ଥିବାବେଳେ କିଛି ସ୍ଥାନରେ ପ୍ରବଳରୁ ଅତି ପ୍ରବଳ ବର୍ଷା ହେବାର ସମ୍ଭାବନା ରହିଛି । ଏହାକୁ ଦୃଷ୍ଟିରେ ରଖି ଏହି ତିନି ଜିଲ୍ଲାକୁ ରେଡ୍ ୱାର୍ଣ୍ଣିଂ ଜାରି କରାଯାଇଛି । ସେହିପରି ଖୋର୍ଦ୍ଧା, ପୁରୀ, ନୟାଗଡ଼, ମାଲକାନାଗିରି, କୋରାପୁଟ, ରାୟଗଡ଼ା, ନବରଙ୍ଗପୁର ଓ କଳାହାଣ୍ଡି ଜିଲ୍ଲାର ଗୋଟିଏ କିମ୍ବା ଦୁଇଟି ସ୍ଥାନରେ ପ୍ରବଳରୁ ଅତି ପ୍ରବଳ ବର୍ଷା ହେବାର ସମ୍ଭାବନା ରହିଛି । ଏହାକୁ ଦୃଷ୍ଟିରେ ରଖି ଏହି ୮ଟି ଜିଲ୍ଲାଗୁଡ଼ିକୁ ଅରେଞ୍ଜ ୱାର୍ଣ୍ଣିଂ ଜାରି କରାଯାଇଛି । ଅନ୍ୟପକ୍ଷରେ ନୂଆପଡ଼ା, ବଲାଙ୍ଗୀର, ସୋନପୁର, ବୌଦ୍ଧ, ଅନୁଗୁଳ, ଢେଙ୍କାନାଳ, କଟକ, ଜଗତସିଂହପୁର, କେନ୍ଦ୍ରାପଡ଼ା, ଯାଜପୁର, ଭଦ୍ରକ ଓ ବାଲେଶ୍ୱର ପ୍ରଭୃତି ୧୨ଟି ଜିଲ୍ଲାର ଗୋଟିଏ କିମ୍ବା ଦୁଇଟି ସ୍ଥାନରେ ପ୍ରବଳ ବର୍ଷା ହେବାର ସମ୍ଭାବନା ରହିଛି । ଏହାକୁ ଦୃଷ୍ଟିରେ ଏହି ସମସ୍ତ ୧୨ଟି ଜିଲ୍ଲା ପାଇଁ ୟେଲୋ ୱାର୍ଣ୍ଣିଂ ଜାରି କରାଯାଇଛି ବୋଲି ଆଜି ଅପରାହ୍ନରେ ଜାରି ଏକ ସତର୍କ ସୂଚନାରେ କହିଛି ଭୁବନେଶ୍ୱରସ୍ଥିତ ଆଞ୍ଚଳିକ ପାଣିପାଗ ବିଜ୍ଞାନ କେନ୍ଦ୍ର । ଲଘୁ·ପ ପ୍ରଭାବରେ ୧୨ତାରିଖ ପର୍ଯ୍ୟନ୍ତ ରାଜ୍ୟରେ ବର୍ଷାର ପ୍ରକୋପ ଜାରି ରହିବ । ଭୁବନେଶ୍ୱର ଓ କଟକ ଆଖପାଖ ଅଞ୍ଚଳର ଆକାଶ ଆଂଶିକ ମେଘୁଆ ରହିବା ସହ ଭୁବନେଶ୍ୱରର କିଛି ସ୍ଥାନରେ ତୁହାକୁ ତୁହା ପ୍ରବଳ ବର୍ଷା ଓ କଟକର କିଛି ସ୍ଥାନରେ ତୁହାକୁ ତୁହା ପ୍ରବଳ ବର୍ଷା ହୋଇପାରେ । ଅନ୍ୟପଟେ ବଙ୍ଗୋପସାଗରରେ ସୃଷ୍ଟି ହୋଇଥିବା ଲଘୁ·ପ ଅବପାତର ରୂପ ନେଉଥିବାରୁ ସମୁଦ୍ର ଅଶାନ୍ତ ରହିବ । ଏଣୁ ୧୧ ଯାଏଁ ମତ୍ସ୍ୟଜୀବୀଙ୍କୁ ସମୁଦ୍ର ଭିତରକୁ ଯିବାକୁ ବାରଣ କରାଯାଇଛି ।

Leave A Reply

Your email address will not be published.