୧୮ରୁ ପୁଣି ପ୍ରବଳ ବର୍ଷା

0 63

ଭୁବନେଶ୍ୱର, ୧୬ା୮(ଡିକେ ନ୍ୟୁଜ): ଜାରି ରହିଥିବା ଲଘୁ·ପର ପ୍ରଭାବ ଏବଂ ମହାନଦୀର ଉପରମୁଣ୍ଡରେ ପ୍ରବଳ ବର୍ଷା କାରଣରୁ ରାଜ୍ୟରେ ବନ୍ୟା ପରିସ୍ଥିତି ସୃଷ୍ଟି ହୋଇଛି । ଅଧା ଓଡ଼ିଶା ବର୍ତ୍ତମାନ ବନ୍ୟା ଯୋଗୁଁ ହନ୍ତସନ୍ତ ହେଉଥିବା ବେଳେ ପୁଣି ଆସୁଛି ଆଉ ଏକ ଲଘୁ·ପ । ପୂର୍ବରୁ ଆସିଥିବା ଦୁଇଟି ଲଘୁ·ପ ପ୍ରଭାବରେ ରାଜ୍ୟରେ ବର୍ତ୍ତମାନ ସ୍ଥିତି ବେହାଲ ହୋଇଯାଇଥିବା ବେଳେ ଆସୁଥିବା ଆଉ ଏକ ଲଘୁ·ପ ସ୍ଥିତି ସଙ୍ଗୀନ କରିଦେବ । ୧୯ ଅଗଷ୍ଟ ବେଳକୁ ଉତ୍ତର-ପଶ୍ଚିମ ବଙ୍ଗୋପସାଗର ଅଞ୍ଚଳରେ ଏକ ଲଘୁ·ପ କ୍ଷେତ୍ର ସୃଷ୍ଟି ହେବାର ସମ୍ଭାବନା ରହିଛି । ପ୍ରଭାବରେ ରାଜ୍ୟରେ ୧୮ ତାରିଖରୁ ପ୍ରବଳ ବର୍ଷାର ସମ୍ଭାବନା ରହିଛି । ୧୯ରେ ବଢିବ ବର୍ଷାର ପରିମାଣ, ଆଭ୍ୟନ୍ତରୀଣ ଓଡିଶାରେ ପ୍ରବଳରୁ ଅତି ପ୍ରବଳ ବର୍ଷାର ସମ୍ଭାବନା ରହିଛି । ବର୍ତ୍ତମାନ ରାଜ୍ୟରେ ଯେଉଁ ଲଘୁ·ପ ଜାରି ରହିଛି ତାହା ସାମାନ୍ୟ ଦୁର୍ବଳ ହୋଇଛି । ଗତକାଲିର ଅବପାତ ଗତ ୩ ଘଣ୍ଟା ମଧ୍ୟରେ ଘଣ୍ଟା ପ୍ରତି ୩ କିମି ବେଗରେ ଗତିକରି ବର୍ତ୍ତମାନ ପୂର୍ବ ରାଜସ୍ଥାନ ଏବଂ ପାଶ୍ୱର୍ବର୍ତ୍ତୀ ପଶ୍ଚିମ-ମଧ୍ୟପ୍ରଦେଶ ଅଞ୍ଚଳରେ ସକ୍ରିୟ ରହିଛି । ଏହି ଅବପାତ ଆଗାମୀ ୧୨ ଘଣ୍ଟା ମଧ୍ୟରେ ଦୁର୍ବଳ ହୋଇ ସୁଦୃଶ୍ୟ ଲଘୁ·ପର ରୂପ ନେବା ସହ, ବର୍ତ୍ତମାନ ଏହାର ଆଉ କୌଣସି ସିଧାସଳଖ ପ୍ରଭାବ ଓଡିଶା ଉପରେ ନାହିଁ । ବର୍ଷାର ପ୍ରକୋପ କମିଥିବା ବେଳେ ଆଜି ଏବଂ ଆସନ୍ତାକାଲି ବଡ଼ ବର୍ଷା ହେବା ସମ୍ଭାବନା କମ୍‌ ରହିଛି । ଅନ୍ୟପଟେ ରାଜ୍ୟରେ ଏବେ ବନ୍ୟା ପରିସ୍ଥିତି ସଙ୍ଗୀନ ରହିଛି । ଉପରମୁଣ୍ଡରେ ପ୍ରବଳ ବର୍ଷା କାରଣରୁ ହୀରାକୁଦ ଡ୍ୟାମ୍‌ରେ ଜଳସ୍ତର ବଢି·ଲିଛି । ଜଳସ୍ତର ବଢ଼ିବା କାରଣରୁ ହୀରାକୁଦ ଜଳଭଣ୍ଡାରରୁ ବର୍ତ୍ତମାନ ୪୦ ଗେଟ୍‌ ଦେଇ ଜଳ ନିଷ୍କାସନ ହେଉଛି । ହୀରାକୁଦ ଜଳଭଣ୍ଡାରର ମୁଖ୍ୟ ଯନ୍ତ୍ରୀ ଆନନ୍ଦ ଚନ୍ଦ୍ର ସାହୁ ଗଣମାଧ୍ୟମକୁ ଏହି ସୂଚନା ଦେଇଛନ୍ତି । ଆଗକୁ ୧୯ ଅଗଷ୍ଟ ବେଳକୁ ଉତ୍ତର ବଙ୍ଗୋପସାଗର ଅଞ୍ଚଳରେ ଏକ ଲଘୁ·ପ କ୍ଷେତ୍ର ସୃଷ୍ଟି ହେବାର ସମ୍ଭାବନା ରହିଛି । ଏହି ଲଘୁ·ପ ପ୍ରଭାବରେ ଅଗଷ୍ଟ ୧୮ରୁ ରାଜ୍ୟରେ ପୁଣି ବର୍ଷାର ପରିମାଣ ବଢ଼ିବ । ଲଘୁ·ପ ପ୍ରଭାବରେ ଅଗଷ୍ଟ ୧୯ ଏବଂ ୨୦ ତାରିଖରେ ରାଜ୍ୟରେ ପୁଣିଥରେ ପ୍ରବଳରୁ ଅତିପ୍ରବଳ ବର୍ଷାର ସମ୍ଭାବନା ରହିଥିବା ଆଜି ଅପରାହ୍ନରେ ଜାରି ଏକ ସତର୍କ ସୂଚନାରେ କହିଛି ଭୁବନେଶ୍ୱରସ୍ଥିତ ଆଞ୍ଚଳିକ ପାଣିପାଗ ବିଜ୍ଞାନ କେନ୍ଦ୍ର । ଯାହାକୁ ନେଇ ରାଜ୍ୟବାସୀଙ୍କ ମଧ୍ୟରେ ଝନକା ପଶିଛି । କାରଣ ବର୍ଷା ବଢିଲେ ବନ୍ୟା ସ୍ଥିତି ଆହୁରି ଗମ୍ଭୀର ହେବ ।

Leave A Reply

Your email address will not be published.