ଗୋଟିଏ ନ ଯାଉଣୁ ଆସୁଛି ଆଉଗୋଟେ ଲଘୁଚାପ

0 66

ଭୁବନେଶ୍ୱର, ୧୭ା୮(ଡିକେ ନ୍ୟୁଜ): ଗତ ଲଘୁଚାପ ପ୍ରଭାବରେ ରାଜ୍ୟର ବିଭିନ୍ନ ସ୍ଥାନରେ ବନ୍ୟା ପରିସ୍ଥିତି ସୃଷ୍ଟି ହୋଇଥିବା ବେଳେ ବଙ୍ଗୋପସାଗରରେ ପୁଣି ଏକ ଲଘୁଚାପ ଦାନା ବାନ୍ଧୁଛି । ଏହି ଲଘୁଚାପ ପ୍ରଭାବରେ ୧୮ ତାରିଖରୁ ବର୍ଷା ଆରମ୍ଭ ହେବାକୁ ଥିବା ବେଳେ ୧୯ରୁ ବର୍ଷାର ପ୍ରକୋପ ବଢ଼ିବ ବୋଲି ଜଣାପଡ଼ିଛି । ରାଜ୍ୟରେ ଆଗାମୀ ୪ ଦିନ ପର୍ଯ୍ୟନ୍ତ ବିଭିନ୍ନ ଜିଲ୍ଲାରେ ପ୍ରବଳରୁ ଓ ଅତିପ୍ରବଳ ବର୍ଷା ହେବାର ସମ୍ଭବନା ରହିଛି । ଏ ନେଇ ପ୍ରବଳବର୍ଷା ସମ୍ଭାବନା ଥିବା ଜିଲ୍ଲାଗୁଡ଼ିକୁ ୟେଲୋ ୱାର୍ଣ୍ଣିଂ ଜାରି କରାଯାଇଥିବା ବେଳେ ଅତି ପ୍ରବଳବର୍ଷା ସମ୍ଭାବନା ଥିବା ଜିଲ୍ଲାଗୁଡିକ ପାଇଁ ଅରେଞ୍ଜ ୱାର୍ଣ୍ଣିଂ ଜାରି କରାଯାଇଛି । ଏହି ପରିପ୍ରେକ୍ଷୀରେ ୧୮ ତାରିଖ ପାଇଁ ୧୭ ଜିଲ୍ଲାକୁ ବର୍ଷା ଓ ବଜ୍ରପାତ ନେଇ ୟେଲୋ ୱାର୍ଣ୍ଣିଂ ଜାର କରାଯାଇଛି । ୧୭ ଜିଲ୍ଲାଗୁଡିକ ହେଲା କୋରାପୁଟ, ମାଲକାନଗିରି, ନବରଙ୍ଗପୁର, ଝାରସୁଗୁଡା, ସୁଦରଗଡ଼, ସମ୍ବଲପୁର, ଦେବଗଡ଼, ସମ୍ବଲପୁର, କେନ୍ଦୁଝର, ମୟୁରଭଞ୍ଜ, ଅନୁଗୁଳ, ଢେଙ୍କାନାଳ, ଯାଜପୁର, ବାଲେଶ୍ୱର, ଭଦ୍ରକ, କଟକ, ଜଗତସିଂହପୁର ଓ କନ୍ଦ୍ରାପଡ଼ା । ୧୯ ତାରିଖ ପାଇଁ ୧୯ ଜିଲ୍ଲାକୁ ୟେଲୋ ୱାର୍ଣ୍ଣିଂ ଜାରି କରାଯାଇଛି । ୧୯ ଜିଲ୍ଲାଗୁଡିକ ହେଲା କଳାହାଣ୍ଡି, କନ୍ଧମାଳ, ଗଞ୍ଜାମ, ଗଜପତି, ବରଗଡ଼, ଝାରସୁଗୁଡ଼ା, ସୁନ୍ଦରଗଡ଼, କେନ୍ଦୁଝର, ମୟୁରଭଞ୍ଜ, ବାଲେଶ୍ୱର, ଢେଙ୍କାନାଳ, ଯାଜପୁର, ଭଦ୍ରକ, କଟକ, ଜଗତସିଂହପୁର, କନ୍ଦ୍ରାପଡ଼ୟ ନୟାଗଡ଼ , ଖୋର୍ଦ୍ଧା ଓ ପୁରୀ । ୨୦ ତାରିଖରେ ପ୍ରବଳରୁ ଅତିପ୍ରବଳ ବର୍ଷା ସମ୍ଭାବନା ରହିଛି । ୩୦ଟି ଜିଲ୍ଲାର ବିଭିନ୍ନ ସ୍ଥାନରେ ବର୍ଷା ହେବାର ସମ୍ଭାବନା ରହିଛି । ୧୩ ଜିଲ୍ଲାକୁ ପ୍ରବଳବର୍ଷା ସମ୍ଭାବନା ପାଇଁ ୟେଲୋ ୱାର୍ଣ୍ଣିଂ ଜାରି କରାଯାଇଥିବା ବେଳେ ଅତି ପ୍ରବଳବର୍ଷା ପାଇଁ ୧୭ଟି ଜିଲ୍ଲାରକୁ ଅରେଞ୍ଜ ୱାର୍ଣ୍ଣିଂ ଜାରି କରାଯାଇଛି । ସେହିପରି ୨୧ ତାରିଖ ପାଇଁ ୯ ଜିଲ୍ଲାକୁ ୟେଲୋ ଓ ୮ ଜିଲ୍ଲାକୁ ଅରେଞ୍ଜ ୱାର୍ଣ୍ଣିଂ ଜାରି କରାଯାଇଛି । ୟେଲୋ ୱାର୍ଣ୍ଣିଂ ଜାରି କରାଯାଇଥିବା ଜିଲ୍ଲାଗୁଡିକ ହେଲା କୋରାପୁଟ, ମାଲକାନଗିରି, ନବରଙ୍ଗପୁର, ଦେବଗଡ଼, କେନ୍ଦୁଝର, ଢେଙ୍କାନାଳ, ଅନୁଗୁଳ, ବୌଦ୍ଧ ଓ କନ୍ଧମାଳ । ଅରେଞ୍ଜ ୱାର୍ଣ୍ଣିଂ ଜାରି କରାଯାଇଥିବା ୮ ଜିଲ୍ଲାଗୁଡିକ ହେଲା କଳାହାଣ୍ଡି, ନୂଆପଡ଼ା, ବଲାଙ୍ଗିର, ସୋନପୁର, ବରଗଡ଼, ସମ୍ବଲପୁର, ଝାରସୁଗୁଡ଼ା ଓ ସୁନ୍ଦରଗଡ । ଏ ନେଇ ଭୁବନେଶ୍ୱରସ୍ଥିତ ଆଞ୍ଚଳିକ ପାଣିପାଗ ବିଜ୍ଞାନ କେନ୍ଦ୍ର ପକ୍ଷରୁ ସୂଚନ ଦିଆଯାଇଛି ।

Leave A Reply

Your email address will not be published.