ଆଜି ଶ୍ରୀମନ୍ଦିରରେ ଜନ୍ମାଷ୍ଟମୀ

0 80

ପୁରୀ, ୧୭ା୮(ଡିକେ ନ୍ୟୁଜ): ଆଜି ଭାଦ୍ରବ ମାସ କୃଷ୍ଣପକ୍ଷ ଅଷ୍ଟମୀ ତିଥି ଜନ୍ମାଷ୍ଟମୀ । ପ୍ରଭୁ ଶ୍ରୀକୃଷ୍ଣଙ୍କ ଜନ୍ମୋତ୍ସବ । ଶ୍ରୀମନ୍ଦିରରେ ସନ୍ଧ୍ୟା ଆଳତି ସମୟରେ ଶ୍ରୀଜୀଉଙ୍କୁ ଛଅମୂର୍ତ୍ତି ଅଳଙ୍କାର ଲାଗି କରାଯାଇଛି । ସନ୍ଧ୍ୟାଧୂପ ନୀତି ବଢିବା ପରେ ଜୟବିଜୟ ଦ୍ୱାର ବନ୍ଦ କରାଯାଇଥିଲା । ଟେରା ବନ୍ଧା ହେବାପରେ ମହାପ୍ରଭୁଙ୍କ ନିକଟରେ ଯେଉଡ ଭୋଗ ଅର୍ଥାତ ସାଗ, ତରକାରୀ, ପିଠା, ଝିଲି, ଖିରି ଆଦି ରୋଷଘରୁ ଆସି ଅଣସର ପିଣ୍ଡିରେ ରଖାଯାଇଥିଲା । ମୁଦିରସ୍ତ ସେବାୟତ ମହାପ୍ରଭୁଙ୍କ ଶ୍ରୀଅଙ୍ଗରେ ପ୍ରସାଦ ଲାଗି କରିଥିଲେ । ତିନି ପୂଜାପଣ୍ଡା ପଞ୍ଚାକ୍ଷର ମନ୍ତ୍ରରେ ପୂଜା କରିବା ସହ ପୂଜାପଣ୍ଡା, ପତି ମହାପାତ୍ର ଓ ମୁଦିରସ୍ତ ତିନିବାଡରେ ବନ୍ଦାପନା କରିଥିଲେ । ଏହାକୁ ଗର୍ଭଉଦକ ବନ୍ଦାପନା କୁହାଯାଇଥାଏ । ସ୍ୱୟଂ ଶ୍ରୀଜଗନ୍ନାଥ ଦେବକୀ ରୂପ ଧାରଣକରି ଗର୍ଭଧାରଣ କରିଥିବାରୁ ସୁଖ ପ୍ରସବ ଲାଗି ତାଙ୍କୁ ଯେଉଡ ପ୍ରସାଦ ଲାଗି କରାଯାଇଥାଏ ।

Leave A Reply

Your email address will not be published.