ଆଇଆଇଟି ଓ ଏନ୍‌ଆଇଟି ଭଳି ଭିସୁଟ୍‌ର ହେବ ନବକଳେବର

0 64

ଭୁବନେଶ୍ୱର, ୨୫ା୮(ଡିକେ ନ୍ୟୁଜ): ମୁଖ୍ୟମନ୍ତ୍ରୀ ନବୀନ ପଟନାୟକଙ୍କ ନିର୍ଦ୍ଦେଶକ୍ରମେ ମୁଖ୍ୟ ଶାସନ ସଚିବ ସୁରେଶ ଚନ୍ଦ୍ର ମହାପାତ୍ର, ମୁଖ୍ୟମନ୍ତ୍ରୀଙ୍କ ସଚିବ (୫ଟି) ଭି.କେ.ପାଣ୍ଡିଆନ, ଦକ୍ଷତା ବିକାଶ ଓ ବୈଷୟିକ ଶିକ୍ଷା ପ୍ରମୁଖ ସଚିବ ହେମନ୍ତ ଶର୍ମା ଆଜି ସମ୍ବଲପୁର ଗସ୍ତରେ ଯାଇ ବୁର୍ଲାସ୍ଥିତ ବୀର ସୁରେନ୍ଦ୍ର ସାଏ ବୈଷୟିକ ବିଶ୍ୱବିଦ୍ୟାଳୟ, ମା\’ ସମଲେଶ୍ୱରୀ ମନ୍ଦିର ଓ ଅନ୍ୟାନ୍ୟ ରୂପାନ୍ତର କାର୍ଯ୍ୟର ଅଗ୍ରଗତିର ଖର୍ଚ୍ଚ ହେବ ହଜାରେ କୋଟି ସମୀକ୍ଷା କରିଥିଲେ । ଭିସୁଟ୍ ରାଜ୍ୟର ଏକ ଅଗ୍ରଣୀ ଇଞ୍ଜିନିୟରିଂ ଏବଂ ସାରା ଦେଶରେ ଏହାର ସୁଖ୍ୟାତି ରହିଛି । ମୁଖ୍ୟ ଶାସନ ସଚିବ ସୁରେଶ ଚନ୍ଦ୍ର ମହାପାତ୍ର, ମୁଖ୍ୟମନ୍ତ୍ରୀଙ୍କ ସଚିବ (୫-ଟି) ଭି. କେ. ପାଣ୍ଡିଆନ, ଦକ୍ଷତା ବିକାଶ ଓ ବୈଷୟିକ ଶିକ୍ଷା ପ୍ରମୁଖ ସଚିବ ହେମନ୍ତ ଶର୍ମା ଭିସୁଟ ଯାଇ ବିଶ୍ୱବିଦ୍ୟାଳୟର ଏକାଡେମିକ୍ ବ୍ଲକ୍‌ରେ ଥିବା ଶ୍ରେଣୀ ଗୃହ ଓ ପରୀକ୍ଷାଗାର, ବିଶ୍ୱେଶ୍ୱରାୟା ଅଡିଟୋରିୟମ, ପୁଲହ ଓ ବଶିଷ୍ଠ ହଲ ପରିଦର୍ଶନ କରି ବିଶ୍ୱବିଦ୍ୟାଳୟର କୁଳପତି, ଶିକ୍ଷକ ଓ ଛାତ୍ରଛାତ୍ରୀମାନଙ୍କ ସହିତ ସେମାନଙ୍କର ବିଭିନ୍ନ ସମସ୍ୟା, ମିଳୁଥିବା ସୁବିଧା ତଥା ଭବିଷ୍ୟତ ବିକାଶ ଯୋଜନା ସମ୍ପର୍କରେ ଆଲୋଚନା କରିଥିଲେ । ଦେଶରେ ବୈଷୟିକ ଶିକ୍ଷା କ୍ଷେତ୍ରରେ ଭିସୁଟ୍‌ର ଗୁରୁତ୍ୱକୁ ଦୃଷ୍ଟିରେ ରଖି ମୁଖ୍ୟମନ୍ତ୍ରୀଙ୍କ ଅନୁମୋଦନ କ୍ରମେ ଏହାକୁ ଇଞ୍ଜନିୟରିଂ ଶିକ୍ଷା କ୍ଷେତ୍ରରେ ଏକ ଉତ୍କର୍ଷ କେନ୍ଦ୍ର ଭାବରେ ବିକଶିତ କରାଯିବ ଓ ଏଥିପାଇଁ ଏକ ମାଷ୍ଟର ପ୍ଲାନ୍ ପ୍ରସ୍ତୁତ କରାଯିବ ଏବଂ ଆଗାମୀ ୧୫ ଦିନ ମଧ୍ୟରେ ମୁଖ୍ୟମନ୍ତ୍ରୀଙ୍କ ନିକଟରେ ଉପସ୍ଥାପିତ କରାଯିବ । ଛାତ୍ର, ଶିକ୍ଷକ, ଶିଳ୍ପ ଜଗତ, ପୁରାତନ ଛାତ୍ରଛାତ୍ରୀ ତଥା ସ୍ଥାନୀୟ ପ୍ରଶାସନ ସହିତ ବ୍ୟାପକ ଆଲୋଚନା କରାଯାଇ ମାଷ୍ଟର ପ୍ଲାନ ପ୍ରସ୍ତୁତ କରାଯିବ । ଛାତ୍ରଛାତ୍ରୀମାନେ ମଧ୍ୟ ସେମାନେ କରିଥିବା ପ୍ରକଳ୍ପ ସବୁ ଉପସ୍ଥାପନା କରିଥିଲେ । ୫-ଟି ସଚିବ ଶ୍ରୀ ପାଣ୍ଡିଆନ ଏଗୁଡିକୁ ଉଚ୍ଚ ପ୍ରଶଂସା କରିବା ସହିତ ଇଣ୍ଟଷ୍ଟ୍ରି ଲିଙ୍କେଜ୍ ଉପରେ ଗୁରୁତ୍ୱ ଦେଇଥିଲେ । ପରେ ସେମାନେ ବଇଜାମୁଣ୍ଡାଠାରେ ଚାଲିଥିବା ସମନ୍ୱିତ ଭିତ୍ତିଭୂମି ପ୍ରକଳ୍ପ ପ୍ରଦର୍ଶନ କରି ସେ କାର୍ଯ୍ୟର ଅଗ୍ରଗତି ସମ୍ପର୍କରେ ସମୀକ୍ଷା କରିଥିଲେ ଏବଂ ଭିକାରୀ ଥଇଥାନ କେନ୍ଦ୍ରର ଅନ୍ତେବାସୀମାନଙ୍କ ସହିତ ଆଲୋଚନା କରିଥିଲେ । ଏହି ସମନ୍ୱିତ ପ୍ରକଳ୍ପର ଅଗ୍ରଗତିରେ ମୁଖ୍ୟ ଶାସନ ସଚିବ ଓ ୫-ଟି ସଚିବ ସନ୍ତୋଷ ପ୍ରକାଶ କରିବା ସହିତ ସମସ୍ତ ସେବା ଯେପରି ସୁବିଧାରେ ମିଳିପାରିବ ସେଥିପାଇଁ ସମୟବଦ୍ଧ କାର୍ଯ୍ୟସୂଚୀ ଗ୍ରହଣ କରିବା ପାଇଁ ପରାମର୍ଶ ଦେଇଥିଲେ । ମୁଖ୍ୟ ଶାସନ ସଚିବ ଓ ବରିଷ୍ଠ ଅଧିକାରୀମାନେ ସ୍କୁଲ ରୂପାନ୍ତର କାର୍ଯ୍ୟକ୍ରମରେ ଅନ୍ତର୍ଭୁକ୍ତ ହୋଇଥିବା ଲେଡି ଲିୱସ ବାଳିକା ଉଚ୍ଚ ବିଦ୍ୟାଳୟ ପରିଦର୍ଶନ କରି ଶିକ୍ଷକ, ଛାତ୍ରୀ ଏବଂ ଆଲୁମିନି ସହିତ ରୂପାନ୍ତର କାର୍ଯ୍ୟକ୍ରମର ପ୍ରଭାବ ବିଷୟରେ ଆଲୋଚନା କରିଥିଲେ । ସମଲେଶ୍ୱରୀ ମନ୍ଦିର ପଶ୍ଚିମ ଓଡିଶାର ଆଧ୍ୟତ୍ମିକ ପ୍ରାଣକେନ୍ଦ୍ର । ମୁଖ୍ୟମନ୍ତ୍ରୀଙ୍କ ନିର୍ଦ୍ଦେଶକ୍ରମେ ୫-ଟି ରୂପାନ୍ତର କାର୍ଯ୍ୟକ୍ରମରେ ସମଲେଶ୍ୱରୀ ମନ୍ଦିରର ପାରିପାଶ୍ୱିର୍କ ବିକାଶ ସମଲେଇ ପ୍ରକଳ୍ପ କାର୍ଯ୍ୟକାରୀ କରାଯାଉଛି । ଏହି କାର୍ଯ୍ୟକ୍ରମର ଅଗ୍ରଗତି ସମ୍ପର୍କରେ ମୁଖ୍ୟ ଶାସନ ସଚିବ ଓ ୫-ଟି ସଚିବ ସେବାୟତ ଓ ଜନସାଧରଣଙ୍କ ମତାମତ ନେଇଥିଲେ । ପ୍ରକଳ୍ପର ଅଗ୍ରଗତି ସମ୍ପର୍କରେ ଓବିସିସି କର୍ତ୍ତୃପକ୍ଷ ମୁଖ୍ୟ ଶାସନ ସଚିବ ଓ ୫-ଟି ସଚିବଙ୍କୁ ଅବଗତ କରାଇଥିଲେ । ପ୍ରକଳ୍ପ ଅଧିନସ୍ଥ ସମସ୍ତ କାର୍ଯ୍ୟ ତ୍ୱରାନ୍ୱିତ କରି ଶୀଘ୍ର ସମ୍ପୂର୍ଣ୍ଣ କରିବା ପାଇଁ ୫-ଟି ସଚିବ ନିର୍ଦ୍ଦେଶ ଦେଇଥିଲେ । ବରିଷ୍ଠ ଅଧିକାରୀମାନେ ପ୍ରଥମେ ମା\’ ସମଲେଶ୍ୱରୀଙ୍କ ମନ୍ଦିରକୁ ଯାଇ ମା\’ଙ୍କର ପୂଜା ଅର୍ଚ୍ଚନା କରିଥିଲେ ।

Leave A Reply

Your email address will not be published.