କୃତୀ ଛାତ୍ରଛାତ୍ରୀଙ୍କୁ ସମ୍ବର୍ଦ୍ଧିତ କଲେ ମୁଖ୍ୟମନ୍ତ୍ରୀ

0 80

ଭୁବନେଶ୍ୱର, ୩୦ା୮(ଡିକେ ନ୍ୟୁଜ): ଓଡିଶା ଆଦର୍ଶ ବିଦ୍ୟାଳୟର ଦ୍ୱାଦଶ, ଦଶମ ତଥା ଜେଇଇ ମେନ୍ ପରୀକ୍ଷାର କୃତୀ ଛାତ୍ରଛାତ୍ରୀ ମାନଙ୍କୁ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଲୋକସେବା ଭବନର କନ୍‌ଭେନ୍‌ସନ୍ ସେଣ୍ଟରଠାରେ ଅନୁଷ୍ଠିତସ୍ୱତନ୍ତ୍ର ଉତ୍ସବରେ ସମ୍ବର୍ଦ୍ଧିତ କରିଛନ୍ତି । ଓଡିଶାର ପିଲାମାନଙ୍କୁ ଗୁଣାତ୍ମକ ଶିକ୍ଷା ପ୍ରଦାନ ପାଇଁ ରାଜ୍ୟର ପ୍ରତି ବ୍ଲକ୍ ତଥା ଭୁବନେଶ୍ୱରରେ ଗୋଟିଏ ଆଇକନିକ ଆଦର୍ଶ ସ୍କୁଲ ରହିଛି । ସିବିଏସଇ ଢାଞ୍ଚାରେ ଏହି ସ୍କୁଲ ମାନଙ୍କରେ ହଷ୍ଟେଲ ସୁବିଧା ସହିତ ପାଠ ପାଢାଯାଉଛି । ଆଜି ସମ୍ବର୍ଦ୍ଧିତ ହୋଇଥିବା କୃତୀ ଛାତ୍ରଛାତ୍ରୀମାନେ ହେଲେ ମୟୂରଭଞ୍ଜ ଜିଲ୍ଲା ଝରଗାଁ ଆଦର୍ଶ ବିଦ୍ୟାଳୟର ଆଦର୍ଶ ସାହୁ, କୋରାପୁଟ ଜିଲ୍ଲା କୋଟପାଡ ଆଦର୍ଶ ବିଦ୍ୟାଳୟର ଓମ୍‌ ଆର‌୍ୟାନ ବିଶ୍ୱାଳ, ଗଞ୍ଜାମ ଜିଲ୍ଲା ପିତାପଲ୍ଲୀ ଆଦର୍ଶ ବିଦ୍ୟାଳୟର ଉତ୍କଳ ପଟ୍ଟନାୟକ, କଳାହାଣ୍ଡି ଜିଲ୍ଲା ମଶାଣିମୁଣ୍ଡା ଆଦର୍ଶ ବିଦ୍ୟାଳୟର ଦିବେନ୍ଦୁ ସାହାନାଇ, କେନ୍ଦୁଝର ଜିଲ୍ଲା ସାଳପଡା ଆଦର୍ଶ ବିଦ୍ୟାଳୟର ହେମନ୍ତ ବେହେରା, ଗଞ୍ଜାମ ଜିଲ୍ଲା ସୋରଡା ଆଦର୍ଶ ବିଦ୍ୟାଳୟର ଶୁଭମ ପ୍ରସାଦ ଗୌଡ, ଗଞ୍ଜାମ ଜିଲ୍ଲା ଶାସନମା ଗାଁ ଆଦର୍ଶ ବିଦ୍ୟାଳୟର ସୁମନ କୁମାରୀ ମହାରଣା, ମୟୁରଭଞ୍ଜ ଜିଲ୍ଲା ଝରଗାଁ ଆଦର୍ଶ ବିଦ୍ୟାଳୟର ସରିତା ମାର୍ଡି, ମୟୁରଭଞ୍ଜ ଜିଲ୍ଲା ରାଣିଭୋଳ ଆଦର୍ଶ ବିଦ୍ୟାଳୟର ମାନସ ମହୋଦଧି ପୁର୍ତ୍ତି, କୋରାପୁଟ ଜିଲ୍ଲା ମାଛରା ଆଦର୍ଶ ବିଦ୍ୟାଳୟର ସ୍ୱସ୍ତିକ ଆଦିତ୍ୟ ରଞ୍ଜନ ଏମାନେ ସମସ୍ତେ ଜେଇଇ ମେନ୍‌ ପରୀକ୍ଷାରେ କୃତକାର୍ଯ୍ୟ ହୋଇଛନ୍ତି । ସେହିପରି ସିବିଏସଇ କ୍ଲାସ-୧୨ ପରୀକ୍ଷାରେ ଉଲ୍ଲେଖନୀୟ କୃତିତ୍ୱ ହାସଲ କରିଥିବା ସମ୍ବର୍ଦ୍ଧିତ ଛାତ୍ରଛାତ୍ରୀମାନେ ହେଲେ କେନ୍ଦୁଝର ଜିଲ୍ଲା ସାଳପଡା ଆଦର୍ଶ ବିଦ୍ୟାଳୟର ଇଶାନୀ ବିଶୋଇ, ଗଞ୍ଜାମ ଜିଲ୍ଲା ସିଦ୍ଧେଶ୍ୱର ଆଦର୍ଶ ବିଦ୍ୟାଳୟର ଏସ୍‌ ଅନୁଭବ ଦୋରା, ଗଞ୍ଜାମ ଜିଲ୍ଲା କରାପଲ୍ଲୀ ଆଦର୍ଶ ବିଦ୍ୟାଳୟର ଏମ୍ ମୋହିତ ରେଡ୍ଡୀ, କୋରାପୁଟ ଜିଲ୍ଲ କୋଟପାଡ ଆଦର୍ଶ ବିଦ୍ୟାଳୟର ଓମ୍ ଆର‌୍ୟାନ ବିଶ୍ୱାଳ, ଗଞ୍ଜାମ ଜିଲ୍ଲା ସିଦ୍ଧେଶ୍ୱର ଆଦର୍ଶ ବିଦ୍ୟାଳୟର ସିପଦ ଯଜ୍ଞ ପ୍ରସାଦ ଆଚାରୀ । ସେହିପରି ସିବିଏସ୍‌ଇ ଦଶମ ଶ୍ରେଣୀ ପରୀକ୍ଷାରେ ଉଲ୍ଲେଖନୀୟ ସଫଳତା ହାସଲ କରିଥିବା ପିଲାମାନେ ହେଲେ କଳାହାଣ୍ଡି ଜିଲ୍ଲା ମୁଷିଗୁଡା ଆଦର୍ଶ ବିଦ୍ୟାଳୟର ସୁଧନ୍ୟା ପତି, ମୟୂରଭଞ୍ଜ ଜିଲ୍ଲା ଗରୁଡବସା ଆଦର୍ଶ ବିଦ୍ୟାଳୟର ବୈବଶ୍ୱେତା ଆଚାର୍ଯ୍ୟ । ମୁଖ୍ୟମନ୍ତ୍ରୀ ଆଦର୍ଶ ବିଦ୍ୟାଳୟରେ ସେମାନଙ୍କ ଅନୁଭୂତି ସଂପର୍କରେ ପିଲାମାନଙ୍କୁ ପଚାରି ବୁଝିଥିଲେ ଏବଂ ସେମାନଙ୍କର ଉଜ୍ଜଳ ଭବିଷ୍ୟତ କାମନା କରିଥିଲେ । ପିଲାମାନଙ୍କ ସହ ମତ ବିନିୟମ କରି ମୁଖ୍ୟମନ୍ତ୍ରୀଙ୍କ ସଚିବ (୫-ଟି) ଭି.କେ. ପାଣ୍ଡିଆନ ଆଦର୍ଶ ବିଦ୍ୟାଳୟରେ କିପରି ଆହୁରି ପ୍ରଭାବଶାଳୀ ଶିକ୍ଷାଦାନ କରାଯାଇପାରିବ ସେ ସଂପର୍କରେ ଛାତ୍ରଛାତ୍ରୀ ମାନଙ୍କ ମତାମତ ଲୋଡିଥିଲେ । ଅନ୍ୟମାନଙ୍କ ମଧ୍ୟରେ ସ୍କୁଲ ଓ ଗଣଶିକ୍ଷା ମନ୍ତ୍ରୀ ସମୀର ଦାଶ, ଆଦର୍ଶ ବିଦ୍ୟାଳୟ ସଂଗଠନର ଅଧ୍ୟକ୍ଷ ଉପେନ୍ଦ୍ର ତ୍ରିପାଠୀ ପ୍ରମୁଖ ଉଦ୍‌ବୋଧନ ଦେଇଥିଲେ । ବିଭାଗୀୟ ସଚିବ ଅଶ୍ୱଥି ଏସ୍‌ ସ୍ୱାଗତ ଭାଷଣ ଦେଇଥିଲେ । ଏହି କାର୍ଯ୍ୟକ୍ରମରେ ମୁଖ୍ୟ ଶାସନ ସଚିବ ସୁରେଶ ଚନ୍ଦ୍ର ମହାପାତ୍ର, ଉନ୍ନୟନ କମିଶନର ପ୍ରଦୀପ ଜେନା, ବରିଷ୍ଠ ଅଧିକାରୀ ଏବଂ ସମ୍ବର୍ଦ୍ଧିତ ଛାତ୍ରଛାତ୍ରୀଙ୍କ ଅଭିଭାବକ ମାନେ ଉପସ୍ଥିତ ଥିଲେ ।

Leave A Reply

Your email address will not be published.