ସୁନ୍ଦରଗଡ଼ ମାଣ୍ଡିଆ ଲଡୁ କାର୍ଯ୍ୟକ୍ରମକୁ ନୀତି ଆୟୋଗଙ୍କ ପ୍ରଶଂସା

0 60

ସୁନ୍ଦରଗଡ, ୪ା୯(ଡିକେ ନ୍ୟୁଜ): ସୁନ୍ଦରଗଡ଼ ଜିଲ୍ଲାରେ ସାନ ସାନ ପିଲାଙ୍କ ପୋଷଣ ପାଇଁ ସରକାରଙ୍କ ପକ୍ଷରୁ ଲିଥିବା ମାଣ୍ଡିଆ ଲଡୁ କାର୍ଯ୍ୟକ୍ରମକୁ ନୀତି ଆୟୋଗ ପ୍ରଶଂସା କରିଛନ୍ତି । ପିଲାଙ୍କ ପୋଷଣ ସହ ଏହା ସ୍ଥାନୀୟ ·ଷୀ ଏବଂ ମହିଳା ସ୍ୱୟଂ ସହାୟକ ଗୋଷ୍ଠୀର ସଦସ୍ୟାମାନଙ୍କ ଜୀବିକାକୁ ସୁନିଶ୍ଚିତ କରୁଥିବା ବିଷୟ ଆୟୋଗ ଏହାର ଏକ ସର୍ବଭାରତୀୟ ରିପୋର୍ଟରେ ଦର୍ଶାଇଛନ୍ତି । କେନ୍ଦ୍ର ସରକାରଙ୍କ ନୀତି ଆୟୋଗଙ୍କ ପକ୍ଷରୁ ନିକଟରେ ପ୍ରକାଶିତ ‘ଟେକ୍‌ ହୋମ୍‌ ରାସନ-ଗୁଡ୍‌ ପ୍ରାକ୍ଟିସେସ୍‌ ଆକ୍ରସ ଦ
ଷ୍ଟେଟସ୍‌/ୟୁନିଅନ ଟେରିଟୋରିଜ୍‌’ ଶୀର୍ଷକ ରିପୋର୍ଟ ପ୍ରକାଶ ପାଇଛି । ଏଥିରେ କୋଭିଡ୍‌ ସମୟରେ ସୁନ୍ଦରଗଡ଼ ଜିଲ୍ଲାରେ ଅଙ୍ଗନବାଡ଼ି ମାଧ୍ୟମରେ ପିଲାଙ୍କ ଘରେ ଘରେ ‘ମାଣ୍ଡିଆ ଲଡୁ ମିକ୍ସ’ ଦିଆଯିବା ବିଷୟ ଉଲ୍ଲେଖ କରାଯାଇଛି । ଏହି ରିପୋର୍ଟକୁ ସ୍ୱାଗତ କରି ସୁନ୍ଦରଗଡ଼ ଜିଲ୍ଲାପାଳ ଡାକ୍ତର ପରାଗ ହର୍ଷଦ ଗାଭାଲି କହିଛନ୍ତି, ‘ପିଲାମାନଙ୍କ ଶାରୀରିକ ଓ ମାନସିକ ବିକାଶ କ୍ଷେତ୍ରରେ ପୋଷଣ ଏକ ଗୁରୁତ୍ୱପୂର୍ଣ୍ଣ ବିଷୟ । ତେଣୁ ଜିଲ୍ଲାରେ ଅଙ୍ଗନବାଡ଼ି ମାଧ୍ୟମରେ ପିଲାମାନଙ୍କୁ ନିୟମିତ ମାଣ୍ଡିଆ ଲଡ଼ୁ ଦିଆଯାଇ ସେମାନଙ୍କ ସ୍ୱାସ୍ଥ୍ୟର ମୂଳଦୁଆକୁ ସଶକ୍ତ କରିବା ଲାଗି ଏହି କାର୍ଯ୍ୟକ୍ରମ ·ଲିଛି । ଜିଲ୍ଲାରେ ମାଣ୍ଡିଆ ଉତ୍ପାଦନ ବଢ଼ାଇ ·ଷୀମାନଙ୍କୁ ପରିଶ୍ରମର ଉଚିତ ମୂଲ୍ୟ ପ୍ରଦାନ ସହିତ ଏସ୍‌ଏଚ୍‌ଜି ମହିଳାଙ୍କ ଜୀବିକା ବିକାଶ ଉପରେ ପ୍ରଶାସନ ଗୁରୁତ୍ୱ ଦେଉଛି ।’ ସୁନ୍ଦରଗଡ଼ ଜିଲ୍ଲାରେ ଅଙ୍ଗନବାଡ଼ି ଶିଶୁଙ୍କ ଅତିରିକ୍ତ ପୋଷଣ ଲାଗି ମାଣ୍ଡିଆ ଲଡୁ ପ୍ରଦାନ କରାଯାଉଛି । ଜିଲ୍ଲାରେ ମିଶନ ଶକ୍ତିର ମହିଳାମାନେ ଏହି ମାଣ୍ଡିଆ ଲଡୁ ମିକ୍ସ ତିଆରି କରୁଛନ୍ତି । ତେଣୁ ଏହି କାର୍ଯ୍ୟକ୍ରମ ଜିଲ୍ଲାରେ ପିଲାଙ୍କ ପୋଷଣ ସହ ·ଷୀମାନଙ୍କର ଆୟ ବଢ଼ାଇବା ଏବଂ ମହିଳା ସ୍ୱୟଂ ସହାୟକ ଗୋଷ୍ଠୀର ସଦସ୍ୟାମାନଙ୍କ ଜୀବିକା ପାଇଁ ଏକ ନୂଆ ବାଟ ଖୋଲିଦେଇଛି । ବର୍ତ୍ତମାନ ୩୯ଟି ମହିଳା ସ୍ୱୟଂ ସହାୟକ ଗୋଷ୍ଠୀକୁ ମାଣ୍ଡିଆ ଲଡ଼ୁ ମିକ୍ସ ପ୍ରସ୍ତୁତି ଦାୟିତ୍ୱ ଦିଆଯାଇଛି । ଏହି ମାଣ୍ଡିଆ ଲଡ଼ୁ କାର୍ଯ୍ୟକ୍ରମରୁ ୩,୮୦୯ ଅଙ୍ଗନବାଡ଼ି କେନ୍ଦ୍ର ମାଧ୍ୟମରେ ୬୩ ହଜାର ଶିଶୁ ଉପକୃତ ହେଉଛନ୍ତି । ମିଳିତ ଜାତିସଂଘ ୨୦୨୩କୁ ‘ଅନ୍ତର୍ଜାତୀୟ ପୁଷ୍ଟିଶସ୍ୟ’ ବର୍ଷ ଭାବେ ଘୋଷଣା କରିଛନ୍ତି । ଓଡ଼ିଶା ପୁଷ୍ଟିଶସ୍ୟ ମିଶନ କାର୍ଯ୍ୟକ୍ରମ ଅଧୀନରେ ରାଜ୍ୟରେ ମାଣ୍ଡିଆ ଓ ଅନ୍ୟାନ୍ୟ ପୁଷ୍ଟିଶସ୍ୟ ଉତ୍ପାଦନ, ସଂଗ୍ରହ ଏବଂ ବ୍ୟବହାର ଉପରେ କୃଷି ବିଭାଗ ଗୁରୁତ୍ୱ ଦେଉଛି । ଏଥିପାଇଁ ବିଭିନ୍ନ ଜିଲ୍ଲାରେ ·ଷୀମାନଙ୍କୁ ଆବଶ୍ୟକ ପ୍ରୋତ୍ସାହନ ଯୋଗାଇ ଦିଆଯାଉଛି । ଓଡ଼ିଶା ପୁଷ୍ଟିଶସ୍ୟ ମିଶନ କାର୍ଯ୍ୟକ୍ରମର ସଫଳତା ମଧ୍ୟ ଅତୀତରେ କେନ୍ଦ୍ରର ବିଶେଷ ଦୃଷ୍ଟି ଆକର୍ଷଣ କରିଥିଲା । ଏ କ୍ଷେତ୍ରରେ ଓଡ଼ିଶାର ସଫଳତା ଅନ୍ୟମାନଙ୍କ ପାଇଁ ଉଦାହରଣ ପାଲଟିଥିଲା । ରାଜ୍ୟ ସରକାରଙ୍କ କୃଷି ଓ କୃଷକ ସଶକ୍ତିକରଣ ବିଭାଗ ଅଧୀନରେ ୧୯ଟି ଜିଲ୍ଲାର ୧୪୩ଟି ବ୍ଲକରେ ମାଣ୍ଡିଆ ସହିତ ବିଭିନ୍ନ ପୁଷ୍ଟିଶସ୍ୟ ·ଷ କରାଯାଉଛି । ଏହା ମଧ୍ୟରେ ସୁନ୍ଦରଗଡ଼ ଜିଲ୍ଲାର ୧୨ଟି ବ୍ଲକ ରହିଛି । ତା’ଭିତରୁ ୮ଟି ବ୍ଲକରେ ପୁଷ୍ଟିଶସ୍ୟକୁ ପ୍ରୋତ୍ସାହନ ଦେବା ଲାଗି ଜିଲ୍ଲା ଖଣିଜ ପ୍ରତିଷ୍ଠାନ ପାଣ୍ଠିରୁ ଆର୍ଥିକ ସହାୟତା ଯୋଗାଇ ଦିଆଯାଉଛି । ୨୦୧୮-୧୯ରେ ସୁନ୍ଦରଗଡ଼ ଜିଲ୍ଲା ଓଡ଼ିଶା ପୁଷ୍ଟିଶସ୍ୟ ମିଶନ କାର୍ଯ୍ୟକ୍ରମରେ ଯୋଡ଼ି ହୋଇଥିଲା । ସେହିବର୍ଷ ୪ଟି ବ୍ଲକରେ ଏହି କାର୍ଯ୍ୟକ୍ରମ ଲାଗୁ କରାଯାଇଥିଲା । ୨୦୨୨-୨୩ରେ ତାହା ଆଜି ୧୨ ବ୍ଲକରେ ପହଞ୍ଚି ପାରିଛି । ଚଳିତ ବର୍ଷ ୧୬ ହଜାରରୁ ଅଧିକ ·ଷୀ ୬ ହଜାର ହେକ୍ଟର ଜମିରେ ମାଣ୍ଡିଆ ଓ ବିଭିନ୍ନ ପୁଷ୍ଟିଶସ୍ୟ ·ଷ କରୁଛନ୍ତି । ଏଥିପାଇଁ ·ଷୀଙ୍କୁ ବିହନ, ସାର, ଆଧୁନିକ କୃଷି ଯନ୍ତ୍ରପାତି ଓ ବୈଷୟିକ ସହାୟତା ଯୋଗାଇ ଦିଆଯାଉଛି । ସେହିପରି ସେମାନଙ୍କଠାରୁ ଉଚିତ୍‌ ମୂଲ୍ୟରେ ପୁଷ୍ଟିଶସ୍ୟ କିଣିବାକୁ ସରକାର ମଣ୍ଡି ବ୍ୟବସ୍ଥା କରୁଛନ୍ତି । ଫଳରେ ମାଣ୍ଡିଆ ·ଷକରି ଜିଲ୍ଲାର ·ଷୀମାନେ ଆର୍ଥିକ ସ୍ତରରେ ଅଧିକ ଲାଭବାନ ହୋଇପାରୁଛନ୍ତି । ପୁଷ୍ଟିଶସ୍ୟରୁ ପ୍ରସ୍ତୁତ ଖାଦ୍ୟର ପ୍ରସାର ପାଇଁ ରାଜ୍ୟ ସରକାର ବିଭିନ୍ନ କାର୍ଯ୍ୟକ୍ରମ କରୁଛନ୍ତି । ଏଥିପାଇଁ ସୁନ୍ଦରଗଡ଼ ଜିଲ୍ଲାର ବିଭିତ୍ତ ସ୍ଥାନରେ ପୁଷ୍ଟିଶସ୍ୟ ଖାଦ୍ୟ ମେଳାର ଆୟୋଜନ କରାଯାଉଛି । ସେହିପରି ଓଡ଼ିଶା ପୁଷ୍ଟିଶସ୍ୟ ମିଶନ ଓ ମିଶନ ଶକ୍ତି ସହଭାଗିତାରେ ଜିଲ୍ଲାରେ ୨୧ଟି ମିଲେଟ୍‌ ଶକ୍ତି ଟିଫିନ ସେଣ୍ଟର ଏବଂ ରାଉରକେଲାଠାରେ ଗୋଟିଏ ମିଲେଟ୍‌ ଶକ୍ତି କାଫେ ଖୋଲିଛି । ସ୍ଥାନୀୟ ମହିଳା ସ୍ୱୟଂ ସହାୟକ ଗୋଷ୍ଠୀ ଏହାର ପରି·ଳନା କରୁଛନ୍ତି । କେନ୍ଦୁଝର ଜିଲ୍ଲାରେ ମଧ୍ୟ ·ଲିଥିବା ମାଣ୍ଡିଆ ଲଡ଼ୁ କାର୍ଯ୍ୟକ୍ରମ ବିଷୟରେ ନୀତି ଆୟୋଗଙ୍କ ରିପୋର୍ଟରେ ମଧ୍ୟ ସ୍ଥାନ ପାଇଛି ।

Leave A Reply

Your email address will not be published.