୫ ଦିନ ଯାଏଁ ପ୍ରବଳ ବର୍ଷା

0 58

ଭୁବନେଶ୍ୱର, ୬ା୯(ଡିକେ ନ୍ୟୁଜ): ରାଜ୍ୟରେ ଆଗାମୀ ୫ ଦିନ ପର୍ଯ୍ୟନ୍ତ ବିଭିନ୍ନ ଜିଲ୍ଲାରେ ବର୍ଷା ଓ ବଜ୍ରପାତ ହେବାର ସମ୍ଭାବନା ରହିଛି । ଏ ନେଇ ଭୁବନେଶ୍ୱରସ୍ଥିତ ଆଞ୍ଚଳିକ ପାଣିପାଗ ବିଜ୍ଞାନ କେନ୍ଦ୍ର ପକ୍ଷରୁ ବିଭିନ୍ନ ଜିଲ୍ଲାଗୁଡ଼ିକୁ ୟେଲୋ ୱାର୍ଣ୍ଣିଂ ଜାରି କରାଯାଇଛି । ଏହି ପରିପ୍ରେକ୍ଷୀରେ ୭ ତାରିଖ ପାଇଁ ୪ ଜିଲ୍ଲା କୋରାପୁଟ, ନବରଙ୍ଗପୁର, ରାୟଗଡ଼ା ଓ ଗଜପତିକୁ ବର୍ଷା ଓ ବଜ୍ରପାତ ନେଇ ୟେଲୋ ୱାର୍ଣ୍ଣିଂ ଜାରି କରାଯାଇଥିବା ବେଳେ ମାଲକାନଗିରି, କଳାହାଣ୍ଡି , ଗଞ୍ଜାମ, କନ୍ଧମାଳ, ବୌଦ୍ଧ, ନୟାଗଡ଼, ଅନୁଗୁଳ, ପୁରୀ, ଖୋର୍ଦ୍ଧା, ଜଗତସିଂହପୁର, କେନ୍ଦ୍ରାପଡ଼ା, କଟକ, ଢେଙ୍କାନାଳ, ଯାଜପୁର, ଭଦ୍ରକ, ବାଲେଶ୍ୱର, ମୟୁରଭଞ୍ଜ, କେନ୍ଦୁଝର ଓ ସୁନ୍ଦରଗଡ଼ ଜିଲ୍ଲାକୁ କେବଳ ବଜ୍ରପାତ ପାଇଁ ୱାର୍ଣ୍ଣିଂ ଜାରି କରାଯାଇଛି । ୮ ତାରିଖ ପାଇଁ ୫ ଜିଲ୍ଲାକୁ ପ୍ରବଳ ବର୍ଷା ନେଇ ୟେଲୋ ୱାର୍ଣ୍ଣିଂ ଜାରି କରାଯାଇଛି । ଉକ୍ତ ୫ ଜିଲ୍ଲାଗୁଡି ହେଲା କୋରାପୁଟ, ଗଜପତି, ରାୟଗଡ଼ା, ଗଞ୍ଜାମ ଓ କନ୍ଧମାଳ । ୯ ତାରିଖରେ ୫ ଜିଲ୍ଲାରେ ପ୍ରବଳୁ ଅତିପ୍ରବଳ ବର୍ଷା ସମ୍ଭାବନା ରହିଥିବା ବେଳେ ୮ ଜିଲ୍ଲାରେ ପ୍ରବଳ ବର୍ଷା ନେଇ ସତର୍କ ସୂଚନା ଜାରି କରାଯାଇଛି । ଅତିପ୍ରବଳ ବର୍ଷା ସମ୍ଭାବନାଥିବା ୫ ଜିଲ୍ଲାଗୁଡିକ ହେଲା ରାୟଗଡ଼ା, କୋରାପୁଟ, ଗଜପତି, ଗଞ୍ଜାମ ଓ ପୁରୀ । ୧୦ ତାରିଖରେ ୮ ଜିଲ୍ଲାକୁ ପ୍ରବଳୁ ଅତିପ୍ରବଳ ବର୍ଷା ସମ୍ଭାବନା ରହିଥିବ ବେଳେ ୧୨ ଜିଲ୍ଲାରେ ପ୍ରବଳ ବର୍ଷା ସମ୍ଭାବନା ରହିଛି । ପ୍ରବଳୁ ଅତିପ୍ରବଳ ବର୍ଷା ସମ୍ଭାବନା ଥିବା ୮ ଜିଲ୍ଲାଗୁଡିକ ହେଲା ମାଲକାନଗିରି, କୋରାପୁଟ, ନବରଙ୍ଗପୁର, ରାୟଗଡ଼ା, ଗଜପତି, ଗଞ୍ଜାମ, କନ୍ଧମାଳ ଓ କଳାହାଣ୍ଡି । ସେହିପରି ୧୧ ତାରିଖ ପାଇଁ ୪ ଜିଲ୍ଲାକୁ ପ୍ରବଳୁ ଅତିପ୍ରବଳ ବର୍ଷା ସମ୍ଭାବନା ରହିଥିବା ବେଳେ ୫ ଜିଲ୍ଲାରେ ପ୍ରବଳ ବର୍ଷା ସମ୍ଭାବନା ରହିଛି । ପ୍ରବଳରୁ ଅତିପ୍ରବଳ ବର୍ଷା ସମ୍ଭାବନା ଥିବା ୪ ଜିଲ୍ଲା ହେଲା ନବରଙ୍ଗପୁର, କଳାହାଣ୍ଡି,
ବଲାଙ୍ଗୀର ଓ ନୂଆପଡ଼ା ।

Leave A Reply

Your email address will not be published.