୨୪ ଘଣ୍ଟାରେ ଲଘୁଚାପ : ୯ରୁ ପ୍ରବଳ ବର୍ଷିବ

Torrential rain causing flood.
0 73

ଭୁବନେଶ୍ୱର, ୭ା୯(ଡିକେ ନ୍ୟୁଜ): ବୁଧବାର ପୂର୍ବ କେନ୍ଦ୍ରୀୟ ପାଶ୍ୱର୍ବର୍ତ୍ତୀ ଦକ୍ଷିଣପୂର୍ବ ବଙ୍ଗୋପସାଗର ଅଞ୍ଚଳରେ ଏକ ଘୁର୍ଣ୍ଣିବଳୟ ସୃଷ୍ଟି ହୋଇଛି । ଏହା ସମୁଦ୍ରପତ୍ତନ ଠାରୁ ବାୟୁମଣ୍ଡଳର ୫.୮ କିମି ଉଚ୍ଚତା ଯାଏଁ ବ୍ୟାପିଛି । ଏହା ପ୍ରଭାବରେ ପଶ୍ଚିମ ବଙ୍ଗୋପସାଗର ଅଞ୍ଚଳରେ ଆଗାମୀ ୨୪ ଘଣ୍ଟା ମଧ୍ୟରେ ଏକ ଲଘୁ·ପ କ୍ଷେତ୍ର ସୃଷ୍ଟି ହେବାର ସମ୍ଭାବନା ରହିଛି । ସମ୍ଭାବ୍ୟ ଲଘୁ·ପ ପ୍ରଭାବରେ ରାଜ୍ୟରେ ସେପ୍ଟେମ୍ବର ୯ରୁ ବର୍ଷା ସହ କିଛି ଜିଲ୍ଲାରେ ପ୍ରବଳରୁ ଅତି ପ୍ରବଳ ବର୍ଷା ସମ୍ଭାବନା ରହିଛି । ଫଳରେ ଆସନ୍ତା ୨୪ ଘଣ୍ଟା ମଧ୍ୟରେ ରାଜ୍ୟର ୮ ଜିଲ୍ଲାରେ ବିଜୁଳି ଘଡ଼ଘଡ଼ି ସହିତ ପ୍ରବଳରୁ ଅତି ପ୍ରବଳ ବର୍ଷାହେବାର ସମ୍ଭାବନା ରହିଛି । କୋରାପୁଟ୍‌, ମାଲକାନାଗିରି, ନବରଙ୍ଗପୁର, କଳାହାଣ୍ଡି, ରାୟଗଡ଼ା, ଗଜପତି, ଗଞ୍ଜାମ, କନ୍ଧମାଳ ଇତ୍ୟାଦି ଜିଲ୍ଲାରେ ଇତ୍ୟାଦି ଜିଲ୍ଲାରେ ଅତି ପ୍ରବଳ ବର୍ଷା ସହିତ ବିଜୁଳି ଘଡ଼ଘଡ଼ି ହେବ ବୋଲି ପାଣିପାଗ ବିଭାଗ ପୂର୍ବାନୁମାନ କରିଛି । ସେହିପରି ମୟୂରଭଞ୍ଜ, କେନ୍ଦୁଝର, ବାଲେଶ୍ୱର, ଭଦ୍ରକ, କଟକ, ଜଗତସିଂହପୁର, କେନ୍ଦ୍ରାପଡ଼ା, ପୁରୀ, ଖୋର୍ଦ୍ଧା, ଅନୁଗୁଳ, ବୌଦ୍ଧ, ନୟାଗଡ଼, ଦେବଗଡ଼, ଝାରସୁଗୁଡ଼ା,ସୁନ୍ଦଦଗଡ଼, ଯାଜପୁର, ଢେଙ୍କାନାଳରେ ବିଜୁଳି ଓ ଘଡ଼ଘଡ଼ି ସହିତ ପ୍ରବଳ ବର୍ଷା ହେବାର ସମ୍ଭାବନା ରହଛି ବୋଲି ଆଞ୍ଚଳିକ ପାଣିପାଗ କେନ୍ଦ୍ର ଆକଳନ କରିଛି । ଉପରୋକ୍ତ ଜିଲ୍ଲାଗୁଡ଼ିକ ପାଇଁ ପାଣିପାଗ ବିଭାଗ ୟେଲୋୱାର୍ଣ୍ଣିଂ ଜାରି କରିଛି ।

Leave A Reply

Your email address will not be published.