୪ ଜିଲ୍ଲାର ମିଶନ ଶକ୍ତି ମା’ଙ୍କୁ ଭେଟିଲେ ମୁଖ୍ୟମନ୍ତ୍ରୀ

0 84

ଭୁବନେଶ୍ୱର,୭ା୯(ଡିକେ ନ୍ୟୁଜ): ନବୀନ ନିବାସଠାରେ ବୁଧବାର ସଂଧ୍ୟାରେ ଯାଜପୁର, ପୁରୀ, ଜଗତସିଂହପୁର ଓ କେନ୍ଦ୍ରାପଡା ଜିଲ୍ଲାର ମିଶନ ଶକ୍ତି ଗୋଷ୍ଠୀର ମା’ ମାନେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକଙ୍କୁ ଭେଟି ଥିଲେ । ଏହି ଅବସରରେ ଗତ ଅଗଷ୍ଟ ୧୫ ତାରିଖ ୭୫ତମ ସ୍ୱାଧୀନତା ଦିବସ ପାଳନ ଅବସରରେ ମା’ ମାନେ ଜାତୀୟ ପତାକା ତିଆରି ଦାୟିତ୍ୱ ନେଇ ଦକ୍ଷତାର ସହ ତୁଲାଇ ଥିବାରୁ ମୁଖ୍ୟମନ୍ତ୍ରୀ ସମସ୍ତଙ୍କୁ ଧନ୍ୟବାଦ ଜଣାଇଥିଲେ । ମୁଖ୍ୟମନ୍ତ୍ରୀଙ୍କ ସଚିବ (୫-ଟି) ଭି.କେ. ପାଣ୍ଡିଆନ ମିଶନ ଶକ୍ତି ମା’ ମାନଙ୍କ କାର୍ଯ୍ୟର ଉଚ୍ଚପ୍ରଶଂସା କରିଥିଲେ । ମୁଖ୍ୟମନ୍ତ୍ରୀ ସେମାନଙ୍କ ଉପରେ ଆସ୍ଥା ରଖି ଜାତୀୟ ପତାକା ପ୍ରସ୍ତୁତ ପରି ଏକ ଗୁରୁଦାୟିତ୍ୱ ଅର୍ପଣ କରିଥିବାରୁ ସେମାନେ ମୁଖ୍ୟମନ୍ତ୍ରୀଙ୍କୁ କୃତଜ୍ଞତା ଜଣାଇ ଥିଲେ । ସୂଚନାଯୋଗ୍ୟ ଯେ ଚଳିତ ବର୍ଷ ସ୍ୱାଧୀନତାର ୭୫ତମ ପୂର୍ତି ଅବସରରେ ରାଜ୍ୟ ସରକାର ମିଶନ ଶକ୍ତି ମା’ ମାନଙ୍କୁ ୩୦ ଲକ୍ଷ ଜାତୀୟ ପତାକା ପ୍ରସ୍ତୁତି ଓ ବଣ୍ଟନ ଦାୟିତ୍ୱ ଦେଇଥିଲେ ।

Leave A Reply

Your email address will not be published.