ବଙ୍ଗୋପସାଗରରେ ଲଘୁଚାପ: ୫ ଦିନ ପ୍ରବଳ ବର୍ଷିବ

0 59

ଭୁବନେଶ୍ୱର, ୮ା୯(ଡିକେ ନ୍ୟୁଜ): ପଶ୍ଚିମକେନ୍ଦ୍ରୀୟ ଏବଂ ପାଶ୍ୱର୍ବର୍ତ୍ତୀ ପୂର୍ବ-କେନ୍ଦ୍ରୀୟ ବଙ୍ଗୋପସାଗରରେ ଏକ ଲଘୁ·ପ କ୍ଷେତ୍ର ସୃଷ୍ଟି ହୋଇଛି । ଆସନ୍ତା ୪୮ ଘଣ୍ଟା ମଧ୍ୟରେ ଏହା ଅଧିକ ଘନୀଭୂତ ହେବା ସହ ଏହି ଲଘୁ·ପ ପ୍ରଭାବରେ ଆସନ୍ତାକାଲି (ଶୁକ୍ରବାର) ଠାରୁ ଆଗାମୀ ୫ଦିନ ପର୍ଯ୍ୟନ୍ତ ସମଗ୍ର ରାଜ୍ୟର ବିଭିନ୍ନ ଜିଲ୍ଲାରେ ପ୍ରବଳରୁ ଅତିପ୍ରବଳ ବର୍ଷା ଲାଗି ରହିବ ବୋଲି ଭାରତୀୟ ପାଣିପାଗ ବିଭାଗ ପକ୍ଷରୁ ଆଜି ଜାରି ଏକ ସତର୍କ ସୂଚନାରେ କୁହାଯାଇଛି । ମାଲକାନାଗିରି, କୋରାପୁଟ, ନବରଙ୍ଗପୁର,
ରାୟଗଡ଼ା, କଳାହାଣ୍ଡି, କନ୍ଧମାଳ, ଗଜପତି, ଗଂଜାମ, ଖୋର୍ଦ୍ଧା ଏବଂ ପୁରୀ ଜିଲ୍ଲାର ବିଭିନ୍ନ ସ୍ଥାନରେ ପ୍ରବଳ ବର୍ଷା (୭ରୁ ୧୧ ସେମି) ହେବାର ସମ୍ଭାବନା ରହିଛି । କୋରାପୁଟ, କନ୍ଧମାଳ, ଗଜପତି ଏବଂ ଗଂଜାମ ଜିଲ୍ଲାର ବିଭିନ୍ନ ସ୍ଥାନରେ ପ୍ରବଳରୁ ଅତି ପ୍ରବଳ ବର୍ଷା (୭ରୁ ୨୦ସେମି) ହେବାର ସମ୍ଭାବନା ରହିଛି । କେନ୍ଦ୍ରାପଡ଼ା, ଜଗତସିଂହପୁର, କଟକ, ଖୋର୍ଦ୍ଧା, ପୁରୀ, ନୟାଗଡ଼, କଳାହାଣ୍ଡି, ନବରଙ୍ଗପୁର, ରାୟଗଡ଼ା ଓ ମାଲକାନଗିରି ଜିଲ୍ଲାର ବିଭିନ୍ନ ସ୍ଥାନରେ ପ୍ରବଳ ବର୍ଷା ହେବାର ସମ୍ଭାବନା ରହିଛି । ମାଲକାନଗିରି, କୋରାପୁଟ, ନବରଙ୍ଗପୁର, ରାୟଗଡ଼ା, କଳାହାଣ୍ଡି, କନ୍ଧମାଳ, ଗଜପତି, ଗଂଜାମ, ଖୋର୍ଦ୍ଧା, ନୟାଗଡ଼ ଏବଂ ପୁରୀ ଜିଲ୍ଲାର ବିଭିନ୍ନ ସ୍ଥାନରେ (୭ରୁ ୨୦ ସେମି) ପ୍ରବଳରୁ ଅତି ପ୍ରବଳ ବର୍ଷା ହେବାର ସମ୍ଭାବନା ରହିଛି । ନୂଆପଡା, ବଲାଙ୍ଗୀର, ସୋନପୁର, ବୌଦ୍ଧ, ସମ୍ବଲପୁର, ଦେବଗଡ, ଅନୁଗୁଳ, ଢେଙ୍କାନାଳ, କେନ୍ଦୁଝର, ମୟୂରଭଞ୍ଜ, ବାଲେଶ୍ୱର, ଭଦ୍ରକ, ଯାଜପୁର, କେନ୍ଦ୍ରପଡା, ଜଗତସିଂହପୁର ଏବଂ କଟକ ଜିଲ୍ଲାର ବିଭିନ୍ନ ସ୍ଥାନରେ ପ୍ରବଳ ବର୍ଷା ହେବାର ସମ୍ଭାବନା ରହିଛି । ବରଗଡ଼, ସମ୍ବଲପୁର, ସୋନପୁର, ବୋଲିଙ୍ଗିର, ବୌଦ୍ଧ, ଅନୁଗୁଳ, ଢେଙ୍କାନାଳ, ଦେବଗଡ, ଝାରସୁଗୁଡା ଏବଂ କଟକ ଜିଲ୍ଲାର ବିଭିତ୍ତ ସ୍ଥାନରେ ପ୍ରବଳରୁ ଅତି ପ୍ରବଳ ବର୍ଷାର ସମ୍ଭାବନା ରହିଛି । ନୂଆପଡା, କନ୍ଧମାଳ, କଳାହାଣ୍ଡି, ଗଂଜାମ, ନୟାଗଡ଼, ଖୋର୍ଦ୍ଧା, ପୁରୀ, ଜଗତସିଂହପୁର, କେନ୍ଦ୍ରାପଡ଼ା, ଯାଜପୁର, ବାଲେଶ୍ୱର, ଭଦ୍ରକ, ମୟୂରଭଞ୍ଜ, କେନ୍ଦୁଝରଏବଂ ସୁନ୍ଦରଗଡ ଜିଲ୍ଲାର ବିଭିନ୍ନ ସ୍ଥାନରେ ପ୍ରବଳରୁ ଅତି ପ୍ରବଳ ବର୍ଷା ହେବାର ସମ୍ଭାବନା ରହିଛି । ନୂଆପଡା, ବଲାଙ୍ଗୀର, ବରଗଡ଼, ସୋନପୁର, ସମ୍ବଲପୁର, ଝାରସୁଗୁଡ଼ା, ସୁନ୍ଦରଗଡ଼, ଦେବଗଡ, କେନ୍ଦୁଝର ଏବଂ ମୟୂରଭଂଜ ଜିଲ୍ଲାର ବିଭିନ୍ନ ସ୍ଥାନରେ ପ୍ରବଳରୁ ଅତି ପ୍ରବଳ ବର୍ଷା ହେବାର ସମ୍ଭାବନା ରହିଛି । ଉତ୍ତର ଆନ୍ଧ୍ର-ଦକ୍ଷିଣ ଓଡ଼ିଶା ଉପକୂଳରେ ସେପ୍ଟେମ୍ବର ୯ତାରିଖ ଦିନ ଉତ୍ତର ଆନ୍ଧ୍ର-ଦକ୍ଷିଣ ଓଡ଼ିଶା ଉପକୂଳରେ ପବନର ବେଗ ୪୫ରୁ ୫୫ କିଲୋମିଟର ବେଗରେ ପବନ ବହିବା ସହ ୧୦ରୁ ୧୨ ମଧ୍ୟରେ ପଶ୍ଚିମବଙ୍ଗର ପଶ୍ଚିମ-ପଶ୍ଚିମ ଉପକୂଳ ଏବଂ ଉତ୍ତର-ପଶ୍ଚିମରେ ପବନର ବେଗ ଘଣ୍ଟା ପ୍ରତି ୪୫ରୁ ୫୫ କିଲୋମିଟର ରହିବ । ମତ୍ସ୍ୟଜୀବୀମାନଙ୍କୁ ପରାମର୍ଶ ଦିଆଯାଇଛି ଯେ ୧୦ରୁ ୧୨ ତାରିଖ ମଧ୍ୟରେ ଦକ୍ଷିଣ ଓଡ଼ିଶା ଉପକୂଳ, ଓଡ଼ିଶା ଉପକୂଳ ଏବଂ ପଶ୍ଚିମ ଉପକୂଳରେ ସମୁଦ୍ରକୁ ନ ଯିବାକୁ ପରାମର୍ଶ ଦିଆଯାଇଛି ।

Leave A Reply

Your email address will not be published.