ଅବପାତ: ବାତ୍ୟା ସମ୍ଭାବନା ନାହିଁ

0 62

ଭୁବନେଶ୍ୱର, ୧୦ା୯ (ଡିକେ ନ୍ୟୁଜ୍‌): ବଙ୍ଗୋପାସଗରରେ ସୃଷ୍ଟ ଅବପାତ ଆସନ୍ତାକାଲି ଉପକୂଳ ଛୁଇଁବା ସମ୍ଭାବନା ରହିଛି । ଏନେଇ ଆଇଏମ୍‌ଡି ଡିଜି ମୃତ୍ୟୁଞ୍ଜୟ ମହାପାତ୍ର ସୂଚନା ଦେଇଛନ୍ତି । ଉତ୍ତର ଆନ୍ଧ୍ର ଏବଂ ଦକ୍ଷିଣ ଓଡ଼ିଶା ମଧ୍ୟରେ ଏହା ସ୍ଥଳଭାଗ ଛୁଇଁବା ସମ୍ଭାବନା ରହିଛି । ଏହା ପ୍ରଭାବରେ ଆସନ୍ତା ୧୩ ତାରିଖ ଯାଏ ପ୍ରବଳ ବର୍ଷା ଲାଗି ରହିବ । ୨୪ ଘଣ୍ଟାରେ ପ୍ରବଳରୁ ଅତିପ୍ରବଳ ବର୍ଷା ସମ୍ଭାବନା ପାଇଁ ଗଜପତି, ଗଞ୍ଜାମ, କଳାହାଣ୍ଡି, କନ୍ଧମାଳ, ନବରଙ୍ଗପୁର, ରାୟଗଡ଼ା, ବଲାଙ୍ଗିର, କୋରାପୁଟ, ବୌଦ୍ଧ ଓ ନୟାଗଡ଼ ଜିଲ୍ଲାକୁ ଅରେଞ୍ଜ ୱାର୍ଣ୍ଣିଂ ଜାରି କରାଯାଇଛି । ସେହିପରି ପ୍ରବଳ ବର୍ଷା ପାଇଁ ୧୬ ଜିଲ୍ଲାକୁ ୟେଲୋ ଓ ୮ ଜିଲ୍ଲାକୁ ଅରେଞ୍ଜ ୱାର୍ଣ୍ଣିଂ ଜାରି କରିଛି ଆଞ୍ଚଳିକ ପାଣିପାଗ ବିଜ୍ଞାନ କେନ୍ଦ୍ର । ଅରେଞ୍ଜ ୱାର୍ଣ୍ଣିଂ ଜାରି କରାଯାଇଥିବା କିଛି ସ୍ଥାନରେ ୭ରୁ ୨୦ ସେମି ପର୍ଯ୍ୟନ୍ତ ବର୍ଷା ସମ୍ଭାବନା ରହିଛି । ଅତ୍ୟଧିକ ବର୍ଷା ଯୋଗୁ ଖାଲୁଆ ଅଞ୍ଚଳ ଜଳମଗ୍ନ ହୋଇପାରେ ଓ ପାହାଡ଼ିଆ ଅଞ୍ଚଳରେ ଭୂସ୍ଖଳନ ଆଶଙ୍କା ରହିଛି । ଏଥିପାଇଁ ଜିଲ୍ଲାପାଳଙ୍କୁ ସତର୍କ ରହିବାକୁ କୁହାଯାଇଛି । ପୂର୍ଣ୍ଣମୀ ପ୍ରଭାବରେ ସମୁଦ୍ର ଅଶାନ୍ତ ରହୁଥିବାରୁ ମତ୍ସ୍ୟଜୀବୀଙ୍କୁ ୧୨ ତାରିଖ ଯାଏ ସମୁଦ୍ରକୁ ନ ଯିବା ପାଇଁ କୁହାଯାଇଛି । ଘଣ୍ଟା ପ୍ରତି ୪୫ରୁ ୫୫ କିମି ବେଗରେ ବହିବା ସମ୍ଭାବନା ରହିଛି ।

Leave A Reply

Your email address will not be published.