ଆସୁଛି ଆଉ ଏକ ଲଘୁଚାପ

0 64

ଭୁବନେଶ୍ୱର, ୧୨ା୯(ଡିକେ ନ୍ୟୁଜ): ପଛକୁ ପଛ ଲଘୁଚାପ । ବଙ୍ଗୋପସାଗର ଉପରେ ଗୋଟିଏ ଲଘୁଚାପର ପ୍ରଭାବ ରହିଥିବା ବେଳେ ସପ୍ତାହ ଶେଷ ବେଳକୁ ଆଇ ଏକ ଲଘୁଚାପ ନେଇ ପାଣିପାଗ ବିଭାଗ ପୂର୍ବାନୁମାନ କରିଛି । ଆସନ୍ତା ୧୬ରୁ ୨୨ ତାରିଖ ଭିତରେ ଆଉ ଗୋଟିଏ ଘୂର୍ଣ୍ଣିବଳୟ କିମ୍ବା ଲଘୁଚାପ ସୃଷ୍ଟି ହେବାର ସମ୍ଭାବନା ରହିଛି । ଏହାର ପ୍ରଭାବରେ ପୁଣି ଥରେ ସକ୍ରିୟ ହେବ ମୌସୁମୀ । ସେପଟେ ବଙ୍ଗୋପ ସାଗରରେ ଦୁର୍ବଳ ହେଲା ଅବପାତ । ଡିପ୍ରେସନ୍‌ ଦୁର୍ବଳ ହୋଇ ୱେଲମାର୍କଡ ଲୋ ପ୍ରେସରରେ ପରିଣତ ହୋଇଛି । ଏବେ ଦକ୍ଷିଣ-ପୂର୍ବ ମଧ୍ୟପ୍ରଦେଶ ଓ ବିଦର୍ଭ ଅଞ୍ଚଳରେ ସକ୍ରିୟ ରହିଛି ସୁଦୃଶ ଲଘୁଚାପ କ୍ଷେତ୍ର । କ୍ରମଶଃ ଏହା ଉତ୍ତର ପଶ୍ଚିମ ଦିଗରେ ଗତି କରିବ । ଏହାର ପ୍ରଭାବରେ ରାଜ୍ୟରେ ବର୍ଷା ସମ୍ଭାବନା ରହିଛି । କିଛି ସ୍ଥାନରେ ପ୍ରବଳ ବର୍ଷା ହୋଇପାରେ । ଲଘୁଚାପ ପ୍ରଭାବରେ ମୌସୁମୀ ସକ୍ରିୟ ରହିଛି । ରାଜ୍ୟର ଅଧିକାଂଶ ସ୍ଥାନରେ ହାଲୁକାରୁ ମଧ୍ୟମ ଧରଣର ବର୍ଷା ହୋଇପାରେ । କାଲି ବି କିଛି ସ୍ଥାନରେ ବର୍ଷା ସମ୍ଭାବନା ରହିଛି । ପ୍ରବଳ ବର୍ଷା ପାଇଁ ଆଜି ୧୩ଟି ଜିଲ୍ଲା ବାଲେଶ୍ୱର, ଭଦ୍ରକ, ଯାଜପୁର, କେନ୍ଦ୍ରାପଡ଼ା, ଜଗତସିଂହପୁର, କଟକ, ପୁରୀ, ସମ୍ବଲପୁର, ବରଗଡ଼, ଦେବଗଡ଼, ସୁନ୍ଦରଗଡ଼, କେନ୍ଦୁଝର ଓ ମୟୂରଭଞ୍ଜକୁ ୟେଲୋ ୱାର୍ଣ୍ଣିଂ ଜାରି ହୋଇଛି । ସେହିପରି ଆସନ୍ତାକାଲି ପ୍ରବଳ ବର୍ଷା ପାଇଁ ୮ଟି ଜିଲ୍ଲାକୁ ଜାରି ହୋଇଛି ୟେଲୋ ୱାର୍ଣ୍ଣିଂ । ଅବପାତ ପ୍ରଭାବରେ ଓଡ଼ିଶା ଉପକୂଳ ସମୁଦ୍ର ଅଶାନ୍ତ ରହିଛି । ଆସନ୍ତାକାଲି ଯାଏ ମତ୍ସ୍ୟଜୀବୀମାନଙ୍କୁ ସମୁଦ୍ରକୁ ବାରଣ କରାଯାଇଛି ।

Leave A Reply

Your email address will not be published.